ଆସିଲା ରାଜ୍ୟ ବଜେଟ୍

ଭୁବନେଶ୍ବର,୨୫/୭(ଏସଏସନିଉଜ)ବିଧାନସଭାରେ ଆଗତ ହେଲା ରାଜ୍ୟ ବଜେଟ୍। ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। କ୍ଷମତାକୁ ଆସିବା ପରେ ବିଜେପି ସରକାରର ଏହା ପ୍ରଥମ ବଜେଟ । ତେଣୁ ନୂଆ ସରକାରଙ୍କର ନୂଆ ବଜେଟ୍ ଉପରେ ରାଜ୍ୟବାସୀଙ୍କ ନଜର ରହିଥିଲା । ତେବେ ପ୍ରଥମ ବଜେଟ୍‌ରେ ଶ୍ରୀମନ୍ଦିର ପାଇଁ ୫୦୦ କୋଟିର କର୍ପସ ଫଣ୍ଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।ସ୍ବାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବା ମିଶନ।ଏହି ମିଶନ ପାଇଁ ବଜେଟରେ ୨୪୬୨ କୋଟି ।କଟକ ଏସ୍‌ସିବି ପାଇଁ ହଜାରେ କୋଟି ବ୍ୟୟ ବରାଦ ହୋଇଛି।ଏ ବର୍ଷ ଯାଜପୁର ମେଡିକାଲ କଲେଜ କାର୍ଯ୍ୟକ୍ଷମ ଯୋଜନା ରହିଛି।ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଜାଗାରେ ନୂଆ ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଆରମ୍ଭ କଲେ ସରକାର ।ରାଜ୍ୟର ନିଜସ୍ବ ସ୍ବାସ୍ଥ୍ୟ ବୀମା ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ ଏହି ଯୋଜନାରେ ସରକାରୀ ଓ ବେସରକାରୀ ହସ୍ପିଟାଲରେ କ୍ୟାସ୍‌ଲେସ୍‌ ସେବା।ଏହାସହରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହୋଇଛି।ଗ୍ରାମାଞ୍ଚଳରେ ସହାରାଞ୍ଚଳ ସୁବିଧା ଯୋଗାଇବାକୁ ନୂଆ ଯୋଜନା ବିକଶିତ ଗାଁ ବିକଶିତ ଓଡ଼ିଶା ନାଁରେ ନୂଆ ଯୋଜନା ଆରମ୍ଭ ହୋଇଛି।ଏଥିପାଇଁ ବଜେଟରେ ୧ ହଜାର ର ବ୍ୟୟ ବରାଦ କରାଯାଇଛି

Comments (0)
Add Comment