ଭୁବନେଶ୍ୱର,୨୮।୨(ଏସଏସନିୟୂଜ)ଓଡ଼ିଆ ଚଳଚ୍ଚିତ୍ରର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଆଉ ଦୁନିଆରେ ନାହାନ୍ତି। ଦିଲ୍ଲୀରେ ଗୁରୁଗ୍ରାମ ମେଦାନ୍ତ ହସ୍ପିାଟଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ସେ ଲିଭର୍ ସିରୋସିସ୍ ରୋଗରେ ପୀଡ଼ିତ ଥିଲେ।
ମୟୂରଭଞ୍ଜ ଜିଲ୍ଲାର ବାରିପଦାଠାରେ ଜନ୍ମ ଗ୍ରହଣ କରିଥିବା ଉତ୍ତମ ମହାନ୍ତି ଦଣ୍ଡା ବାଳୁଙ୍ଗା ରୂପେ ପରିଚିତ।ଅଭିମାନ’ ଫିଲ୍ମ ଜରିଆରେ ଓଡିଆ ସିନେମା ଜଗତରେ ଡେବ୍ୟୁ କରିଥିଲେ ।
ଏହାପରେ ଗୋଟିଏ ପରେ ଗୋଟିଏ ଫିଲ୍ମ କରି ଓଲିଉଡ୍ ରେ ଏକ ନୂଆ ଟ୍ରେଣ୍ଡ ସେଟ୍ କରିଥିଲେ ଉତ୍ତମ । ବର୍ତ୍ତମାନ ଯାଏ ୧୩୫ରୁ ଅଧିକ ଫିଲ୍ମରେ ଅଭିନୟ କରିସାରିଛନ୍ତି ।
୩୦ଟି ବଙ୍ଗଳା ଓ ଗୋଟିଏ ହିନ୍ଦୀ ସିନେମାରେ ଅଭିନୟ କରିସାରିଛନ୍ତି । ୧୯୮୭ ମସିହାରେ ଓଲିଉଡ୍ ରେ କ୍ୱିନ୍ ଅପରାଜିତଙ୍କୁ ବିବାହ କରିଥିଲେ ।ଉତ୍ତମ ମହାନ୍ତିଙ୍କ ନିଧନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ଶିକ୍ଷାମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ବରିଷ୍ଠ ଅଭିନେତା ସିଦ୍ଧାନ୍ତ ମହାପାତ୍ର ପ୍ରମୁଖ ଶୋକବ୍ୟକ୍ତ କରିଛନ୍ତି।ତାଙ୍କ ମୃତ୍ୟୁରେ ସାରା ଓଲିଉଡ ଜଗତ ସ୍ତବ୍ଧ ହୋଇଯାଇଛି।