ଆସୁଛି ଲଘୁଚାପ!

ଭୁବନେଶ୍ବର,୨୨/୧୧(ଏସଏସନିଉଜ)ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି।୨୩ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି।ଉତ୍ତର-ଉତ୍ତରପଶ୍ଚିମ ମୁହାଁହୋଇ ଅବପାତରେ ପରିଣତ ହେବ।ଏହାରପ୍ରଭାବରେ ତାମିଲନାଡ଼ୁ ଓ ଶୀଲଙ୍କା ପାଖାପାଖି ଅଞ୍ଚଳରେ ବର୍ଷା ହେବ,ବାତ୍ୟାରୂପ ନେବ କି ନାହିଁ ଲଘୁଚାପ ହେବା ପରେ ହିଁ ସ୍ପଷ୍ଟ ହେବ।ଓଡ଼ିଶା ଉପରେ ଏହାର ସିଧାସଳଖ ପ୍ରଭାବ ନାହିଁ।୨୭, ୨୮ ବେଳକୁ କିଛି ଜିଲ୍ଲାରେ କାଁ ଭାଁ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

Comments (0)
Add Comment