ଆଜିର ରାଶିଫଳ

ସେପ୍ଟେମ୍ବରମାସ ୦୫ତାରିଖ ୨୦୨୫ମସିହା (ଶୁକ୍ରବାର)ଭାଦ୍ରବମାସ- ଶୁକ୍ଳପକ୍ଷ,ତିଥି- ତ୍ରୟୋଦଶୀ ରାତ୍ରି ଘ୦୩/୩୧ ଗତେ ଚତୁର୍ଦ୍ଦଶୀ,ନକ୍ଷତ୍ର- ଶ୍ରବଣ। ରାତ୍ରି ଘ୧୨/୩୧ ଗତେ ଧନିଷ୍ଟା,ସୁର୍ୟୋଦୟ-ପ୍ରାତଃ ଘ୦୫/୩୬/୩୫,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୬/ ୧୮,ଯୋଗିନୀ ଦକ୍ଷିଣେ ରାତ୍ରି ଘ୦୪/୩୧ ଗତେ ପଶ୍ଚିମେ,ସିଂହରାଶିର ଘାତଚନ୍ଦ୍ର,ବିଛା,ଧନୁ ଓ ମୀନ ରାଶିର ଘାତବାର, ତ୍ରୟୋଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,କାଳବେଳା ଓ ବାରବେଳା- ଦିବା ଘ୦୮/୪୦ଗତେ ଘ୧୧/୪୫ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୧୧ ମଧ୍ୟେ ଓ ଘ୦୮/୦୦ ଗତେ ଘ୦୮/୩୯ ମଧ୍ୟେ ଓ ୧୨/୪୮ ଗତେ ଘ୦୨/୨୫ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ରାତ୍ରି ଘ୧୦/୪୨ ଗତେ ଘ୧୧/୩୦ ମଧ୍ୟେ,ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ।
ମେଷ👉ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ ।ନୈରାଶ୍ୟର ଛାୟା ଆଚ୍ଛାଦିତମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।
ବୃଷ👉ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ ।ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭକରି ଖୁସି ରହିବେ । ଶିଳ୍ପ,ବାଣିଜ୍ୟ,ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।
ମିଥୁନ👉ଆଜି ଧନନାଶ ଓ କାର୍ଯ୍ୟହାନୀ ହୋଇ ପାରେ। ସତ ର୍କତାର ସହ ମାପିଚୁପି କହୁଥିଲେ ମଧ୍ୟ କିଛିନା କିଛି ଅଭିଯୋଗର କୈଫିୟତ ଦେବାକୁ ପଡିପାରେ।ଜମିଜମା,କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତହେବେ ।ସନ୍ତାନଙ୍କ ବିଷୟ ଚିନ୍ତାକରି ମନ ଭଲ ଲାଗିନ ପାରେ।
କର୍କଟ👉ଆଜି ଅଫିସ୍‌ କାମରେ ଭାବପ୍ରବଣବଶତଃ ବିରକ୍ତିକର କଥା କହି ଅପଦସ୍ଥ ହୋଇପାରନ୍ତି । ପର କଥାରେ ପ୍ରଭାବିତ ଭୁଲ୍‌ ମାର୍ଗର ଅନୁସରଣ କରିପାରନ୍ତି। ଜମିଜମା କାରବାର, ସତ୍‌ସଙ୍ଗ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ସ୍ଥାପନ କରିପାରନ୍ତି।
ସିଂହ👉ଆଜି ବ୍ୟୟବୃଦ୍ଧି ହେବ ତେବେ ଦୂରଯାତ୍ରା ପାଇଁ ମାର୍ଗ ସୁଗମ ହେବ।କିନ୍ତୁ ଶନିଙ୍କ ସମ୍ବନ୍ଧ ଜନିତ ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ନ ହୋଇପାରେ ।ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟାଗୁଜବରେ ଆତଙ୍କିତ ହୁଅନ୍ତୁନାହିଁ ।ମାଲି ମକଦ୍ଦମାରେ ସନ୍ତୋଷଜନକ ଫଳପାଇବେ।
କନ୍ୟା👉ଆଜି ଯେଉଁକାମରେ ହାତ ଦେବେ, ସେଥିରେ ସଫଳତା ନିଶ୍ଚିତ ମିଳିବ ।ଆକସ୍ମିକ ଭାବରେ କୌଣସି କାର୍ଯ୍ୟପାଇଁ ଦୂରସ୍ଥାନକୁ ଯାତ୍ରା କରି ବାକୁ ପଡ଼ିପାରେ ଏବଂ ପରିସ୍ଥିତିରେ ପଡି ଅଯଥା ଖର୍ଚ୍ଚାନ୍ତ ହେବେ।ଦେହ ଆରୋଗ୍ୟ ହେବାସହ ସହିତ ମନ ମଧ୍ୟ ଆନନ୍ଦିତ ରହିବ।
ତୁଳା👉ଆଜି ବିଳାସବ୍ୟସନ ମଧ୍ୟରେ ଦିନଟିକୁ ଅତିବାହିତ କରିବେ।ସକାଳୁସକାଳୁ ଧାର, କରଜ କିମ୍ବା ପୂର୍ବ ଶତ୍ରୁତା ସାମୟିକ ଆଲୋଚନାର କେନ୍ଦ୍ରବିନ୍ଦୁ ହେବାର ସୂଚନା ରହିଛି। ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ। ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।
ବିଛା👉ଆଜି ବିଭିନ୍ନ ପ୍ରକାରର କଳ୍ପନାଜଳ୍ପନା ମନରେ ଆଲୋଡ଼ନ ସୃଷ୍ଟି ହେବ।ଦୀର୍ଘ ସମୟର କାର୍ଯ୍ୟବ୍ୟସ୍ତତା ହେତୁ କ୍ଳାନ୍ତି ଓ ଅବସାଦ ଅନୁଭବ କରିପାରନ୍ତି। ସେବା ଓ ପରୋପକାର ହେତୁ ସାମାଜିକ ପ୍ରତିଷ୍ଠା ବଢ଼ିବ।କୌଣସି ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ଓ ଆତ୍ମୀୟତାରେ ଉତ୍‌ଫୁଲ୍ଲିତ ହୋଇପାରନ୍ତି।
ଧନୁ👉ଆଜିର ଆପଣଙ୍କ କର୍ମ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି।ପଡୋଶୀଙ୍କ ସହ ସମ୍ପର୍କ ମଧୁର ରଖିବାପାଇଁ ଚେଷ୍ଟା କରି କେତେ କାଂଶରେ ଉପକୃତ ହେବେ।ଦୀର୍ଘଦିନର ମଉଳି ଯାଇଥିବାଆଶା ପୁଣି ଉଜ୍ଜୀବିତ ହେବ।
ମକର👉ଆଜି ଆପଣ କୌଣସି ନୂତନ କର୍ମରେ ଉତ୍ସାହିତ ରହିବେ। କର୍ମକ୍ଷେତ୍ରରେ ପୃଷ୍ଠ ସାହାଯ୍ୟ ଲାଭ କରି ମନୋବଳ କ୍ରମଶଃ ବୃଦ୍ଧି ପାଇବାର ଆଶାରହିଛି ।ଫେରନ୍ତା ବାଟରେ ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ବିବାଦୀୟ ଘଟଣାରେ ବନ୍ଧୁଙ୍କ ମଧ୍ୟସ୍ଥତାରେ ଫଇସଲା ହୋଇଯିବ।
କୁମ୍ଭ👉ଆଜି ପ୍ରତ୍ୟେକକ୍ଷେତ୍ରରେ ସତର୍କ ରହି କାମକରିବା ଭଲହେବ।ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲି ପାରିବେନାହିଁ।ଘର ସାଜ ସଜ୍ଜାରେ,ଆନୁଷ୍ଠାନିକ କାମରେ ବ୍ଯସ୍ତ ରହିପାରନ୍ତି। ଆର୍ଥିକଦିଗ ଭଲ ରହିବ ଓ କୌଣସି ଜନହିତକରକାମରେ ତାହାକୁ ବିନିଯୋଗ କରିବା ପାଇଁ ଚିନ୍ତା କରିବେ।
ମୀନ👉ବାଣିଜ୍ୟ, ରାଜନୀତି ଓ ପ୍ରଶାସନ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ ଆଜି ପ୍ରତ୍ୟେକକର୍ମରେ ଶୁଭଫଳପାଇବେ।କିନ୍ତୁ ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟିହେବାର ସମ୍ଭାବନା ରହିଛି। ଯେତେ ଭଲ କାମକଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି।

Comments (0)
Add Comment