୨୪-୪-୨୦୨୩(ସୋମବାର)ଯୋଗିନୀ ନୈରୃତେ । ଦିବା ଘ୮।୯ ଗତେ ଦକ୍ଷିଣେ । ଯାତ୍ରା ନାସ୍ତି । ଦିବା ଘ୮।୯ ଗତ ଦେବତାଗଠନ, ନୌକାଗଠନ ଓ ବାଣିଜ୍ୟକରଣ,ନାମକରଣ ଓ ଦୀକ୍ଷାଗ୍ରହଣ, ହଳପ୍ରବାହ ଓ ବୀଜବପନ, ଔଷଧିକରଣ ଓ ଭକ୍ଷଣ । ଦିବା ଘ୧।୪୦ ଗତେ ମିଥୁନକର୍କଟସିଂହଧନୁମକର ମୀନମେଷ ଏ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି ।କନ୍ୟାରାଶିର ଘାତଚନ୍ଦ୍ର । ମିଥୁନରାଶିର ଘାତବାର । ଦିବା ଘ୭।୧ ଗତେ ଘ୮।୩୫ ମଧ୍ୟେ କାଳବେଳା । ଘ୨।୫୫ ଗତେ ଘ୪।୩୦ ମଧ୍ୟେ ବାରବେଳା । ରାତ୍ରି ଘ୧୦।୨୦ ଗତେ ଘ୧।୪୫ ମଧ୍ୟେ କାଳରାତ୍ରି ।ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ । ମୂଳା ଦିବା ଘ୮।୯ ଗତେ ବେଲଭକ୍ଷଣ ନିଷେଧ ।
ଅମୃତ– ଦିବା ଘ୭।୧ ମଧ୍ୟେ ଘ୧୦।୧୩ ଗତେ ଘ୧୨।୩୭ ମଧ୍ୟେ ରାତ୍ରି ଘ୬।୫୩ ଗତେ ଘ୯।୧୬ ମଧ୍ୟେ ଘ୧୧।୪୦ ଗତେ ଘ୨।୫୩ ମଧ୍ୟେ । ମାହେନ୍ଦ୍ର –ଦିବା ଘ୩।୧ ଗତେ ଘ୪।୩୭ ମଧ୍ୟେ ।
ମେଷ:-ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।ବୃଷ:-ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।
ମିଥୁନ:-ଧ୍ୟାନ ଓ ଯୋଗ ମାଧ୍ୟମ ରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ।
କର୍କଟ:-ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାର କରିବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।
ସିଂହ:-ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣମାଧୢମ ଓ ସ˚ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ।
କନ୍ୟା:-ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ। ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ।
ତୁଳା:-କାମ ଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆ ରହିବ। ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ। ଖେଳାଳିମାନେ ସୁନାମ ଅର୍ଜନ କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ପାରିବାରିକ ଜୀବନ ସୁଖମୟ ହେବ।
ବିଛା:-ନିଜକୁ ଊର୍ଜାବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟବସାୟରେ ନୂଆ ଚୁକ୍ତିପତ୍ର ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ।
ଧନୁ:-କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ।
ମକର:-ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।
କୁମ୍ଭ:-ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ପ୍ରିୟତମଙ୍କଠାରୁ ଉପହାର ପାଇବେ
ମୀନ:-ଦିନଟି ଆପଣଙ୍କ ପାଇଁ ଉତ୍ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍ ଆଲୋଚନା ହେବ। ବୈବାହିକ ଜୀବନ ଖୁସିରେ ଭରା ରହିବ।!!ଜୟ ଜଗନ୍ନାଥ, ଜୟ ସୋମନାଥ, ଜୟ ମା ଯୋଗମାୟା!!