ଆଜିର ଦିନଟି କେମିତି କଟିବ ଜାଣନ୍ତୁ?

ମଇ ୩୦ ତାରିଖ ୨୦୨୦ମସିହା(ଶନିବାର),ଜ୍ୟେଷ୍ଠ-ଶୁକ୍ଳ ପକ୍ଷ, ତିଥି -ଅଷ୍ଠମୀ ,କର୍କଟ ଓ ମକର ରାଶିର ଘାତଚନ୍ଦ୍ର ବୃଷ,ସିଂହ ଓ କନ୍ୟା ରାଶିର ଘାତବାର ଅଦ୍ୟ ଅଷ୍ଟମୀର ଏକୋଦିଷ୍ଠ ଓ ପାର୍ବଣ ଶ୍ରାଦ୍ଧ ,ଆଜିର ରାଶିଫଳ
ମେଷ –ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ । ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ । ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ
ବୃଷ–ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ । କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ । ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ । ପରିବାରରେ ସଦସ୍ୟଙ୍କ ସହ କୌଣସି ପଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି ।ସାମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।
ମିଥୁନ–ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ ।ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ ।ଅଯଥା କଥାରେ ରାଗନ୍ତୁ ନାହିଁ;ନଚେତ ଅସୁବିଧା ହୋଇପାରେ । କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ । ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟ କାରୀ କରି ଲାଭ ମିଳିବ ।
କର୍କଟ ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ , ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ. ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ ।
ସିଂହ–ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ ।ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ. ଦୁଃସମ୍ବାଦମିଳିପାରେ । କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ ।
କନ୍ୟା –ଆଜି ଶତ୍ରୁ ପରାଜୟ ହୋଇପାରେ. ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ ଜ୍ଝ ଆଧ୍ୟାତ୍ମ୍ୟ ଦିଗରେ ସମୟ ନିୟୋଜିତ କରିବେ , କାର୍ଯ୍ୟ କ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ ।ବ୍ୟାପାରରେ ଲାଭବାନ ହେବେ ।ପରିବାରରେ ସୁଖରେ ସମୟ ବିତିବ।
ତୁଳା– ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ , ଜିଦି ସ୍ଵଭାଵ ଯୋଗୁଁ କାର୍ଯ୍ୟ ବିଗିଡିଯାଇପାରେ , କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ. ବ୍ୟାପାରରେ ହାନି ହୋଇପାରେ. ପରିବାରରେ ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ ।ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।
ବିଛା– ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ. କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ , କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ , ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ. ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।
ଧନୁ– ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ , ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ. କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ. ବ୍ୟାପାରରେ ଦିନଟି ମଧ୍ୟମ ରହିବ , ପରିବାରରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।
ମକର– ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ । ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି , କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ । ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ. ପରିବାରରେ କୌଣସି ଶୁଭ କାର୍ଯ୍ୟ  ଆୟୋଜନରେ ବ୍ୟସ୍ତ ରହିବେ
କୁମ୍ଭ – ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ । କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ । ଗୁରୁଜନଙ୍କ ଆଶୀର୍ବାଦ ମିଳିବ । କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତି ମିଳିପାରେ , ବ୍ୟାପାରରେ ନିବେଶ ଶୁଭ ରହିବ । ପରିବାରରେ ସୁଖ-ଆନନ୍ଦରେ ସମୟ କାଟିବେ ।
ମୀନ– ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ । ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ. କାର୍ଯ୍ୟ କ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ । ବ୍ୟାପାରରେ ବାଧା ଆସିପାରେ , ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ ।

Comments (0)
Add Comment