ଆଜିର ରାଶିଫଳ

୨୦-୧୨-୨୦୨୨(ମଙ୍ଗଳବାର)ରାତ୍ରି ଘ୩।୨୯ଗତେ ବିଛା ଧନୁ ମକର କୁମ୍ଭ ବୃଷ ମିଥୁନ ସିଂହ କନ୍ୟା ଏ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି । ମକର ରାଶିର ଘାତବାର ।ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ । ପୋଇଶାଗ ଭକ୍ଷଣ ନିଷେଧା
ମେଷ:- ବ୍ୟବସାୟ ପ୍ରତି ବିଶେଷ ଦୃଷ୍ଟି ଦେବେ। ରାଜନୈତିକ ପରିସର ବୃଦ୍ଧି ହେବ। ଅଫିସ ତରଫରୁ ରାଜ୍ୟ ବାହାରକୁ ଯିବାର ସୁଯୋଗ ପାଇବେ।
ବୃଷ:-ଦିନଟି ଆପଣଙ୍କ ଲାଗି ବିଶେଷ ଫଳଦାୟୀ। ଲାଗି ରହିଥିବା ବିବାଦର ସମାଧାନ ହୋଇଯିବ। ସାମାଜିକ ମିଳାମିଶା ବଢ଼ିବ।
ମିଥୁନ:-ଲକ୍ଷ୍ୟ ସ୍ଥଳରେ ପହଞ୍ଚିବାରେ କୌଣସି ଅସୁବିଧା ହେବ ନାହିଁ। ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ପ୍ରେମ ସମ୍ବନ୍ଧ ମଧୁର ହେବ।
କର୍କଟ:-ଧାର୍ମିକକାର୍ଯ୍ୟକ୍ରମରେ ଖର୍ଚ୍ଚ କରିପାରନ୍ତି। ସମ୍ମାନିତ ଲୋକଙ୍କ ସହିତ ମିଶିବେ। ବ୍ୟବସାୟରେ ସାମାନ୍ୟ ପରିବର୍ତ୍ତନ ଆଣିବେ।
ସିଂହ:-ସୁଖ ସୌଭାଗ୍ୟ ମିଳିବାର ଦିନଟିଏ। ରାଜନୀତିରେ ସଫଳତା ପାଇବେ। ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ।
କନ୍ୟା:-ବନ୍ଧୁ ମାଧ୍ୟମରେ କିଛି ଆଶା ପୂରଣ ହେବ। ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ଘରୋଇ ପରିବେଶ ଶାନ୍ତିମୟ ରହିବ। ପ୍ରେମ ବ୍ୟାପାର ପାଇଁ ଭଲ ଦିନଟିଏ।
ତୁଳା:-କ୍ୟାରିୟର ଗଢ଼ିବା ପାଇଁ ନୂଆ ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ନୂଆ ବନ୍ଧୁତା ହୋଇପାରେ। ଜମି କିଣିବା ଲାଗି ସୁନ୍ଦର ଯୋଗ ରହିଛି।
ବିଛା:-ସକାରାତ୍ମକ ଭାବନା ଆଗକୁ ବଢ଼ିବାରେ ସହାୟକ ହେବ। ପରିଶ୍ରମର ଫଳ ନିଶ୍ଚୟ ପାଇବେ। ବିରୋଧୀ ପକ୍ଷ ଗୋପନରେ ଆପଣଙ୍କୁ ପ୍ରଶଂସା କରିବେ।
ଧନୁ:-ପିତାଙ୍କର ଆୟରେ ବୃଦ୍ଧି ହେବ। ପୁଞ୍ଜି ବଜାରରେ ନିବେଶ କରନ୍ତୁ, ଭବିଷ୍ୟତରେ ଲାଭ ପାଇବେ। ଶାସନରେ ଥିବା ଲୋକଙ୍କ ସହିତ ସଂପର୍କ ହେବ।
ମକର:-ଆପଣ ନିଜ କାମ ପାଇଁ ପ୍ରଶଂସା ଓ ପୁରସ୍କାର ପାଇବେ। ପ୍ରେମିକାଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। ବ୍ୟବସାୟରେ ବିକ୍ରି ଓ ଆର୍ଥିକ ଲାଭ ବଢ଼ିବ।
କୁମ୍ଭ:-ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ଅଫିସରେ କାହା ପ୍ରତି ଆକର୍ଷିତ ହେବେ। ମହିଳାମାନେ ଜିନିଷ କିଣିବା ପାଇଁ ସହରକୁ ଯିବେ। ସନ୍ତାନ ସମ୍ବନ୍ଧରେ ଚିନ୍ତା ଦୂର ହେବ।
ମୀନ:-କୌଣସି କଥା ନେଇ ଭାବପ୍ରବଣ ରହିବେ। ଅଧୁର ଥିବା କାମ ସଂପୂର୍ଣ୍ଣ ହେବ। ନାମ ଓ ଯଶ ବୃଦ୍ଧି ହେବ। ବ୍ୟବସାୟରେ ନୂଆ ସୁଯୋଗ ଓ କାମ ପାଇବେ।ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

Comments (0)
Add Comment