ଆଜିର ରାଶିଫଳ

ଏପ୍ରିଲମାସ ୧୦ତାରିଖ ୨୦୨୬ମସିହା(ଶୁକ୍ରବାର)ବୈଶାଖମାସ-କୃଷ୍ଣପକ୍ଷ,ତିଥି-ଅଷ୍ଟମୀ ରାତ୍ରି ଘ୧୧/୪୯ ଗତେ ନବମୀ,ନକ୍ଷତ୍ର- ପୂର୍ବା ଷ।ଢା ଦିବା ଘ୧୨/୪୦ଗତେ ଉତ୍ତରାଷ।ଢା,ସୁର୍ୟୋଦୟ ପ୍ରାତଃଘ୦୫/ ୩୮/୦୬,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୦/୫୭,ଯୋଗିନୀ ଐଶ।ନ୍ୟେ ରାତ୍ରି ଘ୧୧/୪୯ ଗତେ ଗତେ ପୂର୍ବେ,ବିଛା,ଧନୁ ଓ ମୀନରାଶିର ଘାତବାର,ତୁଳା ଓ କୁମ୍ଭରାଶିର ଘାତଚନ୍ଦ୍ର,ଅଷ୍ଟମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ଦିବା ଘ୧୨/୪୦ ଗତେ ଏକପାଦ ପୁଷ୍କରଦୋଷ,କାଳବେଳା ଓ ବାରବେଳା- ଦିବା ଘ୦୮/୪୦ ଗତେ ଘ୧୧/୪୫ ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୭/୧୫ମଧ୍ୟେ ଓ ଘ୦୮/୦୩ଗତେ ଘ୧୦/୩୯ମଧ୍ୟେ ଓ ଘ୧୨/୫୨ଗତେ ଘ୦୨/୨୮ ମଧ୍ୟେ, ବିଶୁଦ୍ଧ ମାହେନ୍ଦ୍ରବେଳ।- ରାତ୍ରି ଘ୧୦/୪୬ଗତେ ଘ୧୧/୪୩ ମଧ୍ୟେ,ଅଦ୍ୟ ନଡ଼ିଆ ଭକ୍ଷଣ ନିଷେଧ।
ମେଷ-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ।ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମହେବ ।ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।
ବୃଷ–ଆଜିଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ।ସାସଂରିକ ଜିବନ ଆନନ୍ଦଭରା ରହିବ।ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ।ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।
ମିଥୁନ-ଏହି ରାଶିର ଲୋକମାନେ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ।କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।
କର୍କଟ–ଆଜିିର ଦିନଟି ସନ୍ତାନମାନଙ୍କୁ ନେଇ ଗର୍ବ ଅନୁଭବ କରିବେ,ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ।ନୂତନ ଯୋଜନାରେ ସଫଳହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ।ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।
ସିଂହ– ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ।ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ।ମହିଳା ଓ ଛାତ୍ରମାନେ କର୍ମନିପୂଣ ହେବେ ।
କନ୍ୟା– ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ,ଋଣକରିବାର ର୍ଦୁଯୋଗ ରହିବ,ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ,ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ,ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।
ତୁଳା–ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ,ତଥାପି ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବକରିବେ ।
ବିଛା–ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ।ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ।ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।
ଧନୁ– ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ।କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ।ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।
ମକର– ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ।ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମହେବ।ଅଯଥା ବ୍ଯୟ ଯୋଗ ରହିଛି।
କୁମ୍ଭ–ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ।ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ।ସନ୍ତାନମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ।
ମୀନ–ଆଜି ଦେହମନ ଭଲ ରହିବ,ଉଚ୍ଚସ୍ତରୀୟବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ।କର୍ମକ୍ଷେତ୍ରରେ ସମସ୍ତଦିଗରୁ ସହଯୋଗର ହାତବଢିବ।ମହିଳାମାନେ ନିଜକୁ ଗୃହକାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲକରିବେ।।।ଜୟଜଗନ୍ନାଥ,ଜୟସୋମନାଥ, ଜୟ ମାଯୋଗମାୟା।।

Comments (0)
Add Comment