ଫେବୃଆରୀମାସ ୦୭ତାରିଖ ୨୦୨୫ମସିହା (ଶୁକ୍ରବାର)ମାଘମାସ- ଶୁକ୍ଳପକ୍ଷ ,ତିଥି- ଦଶମୀ ରାତ୍ରି ଘ ୦୯/୩୬ ଗତେ ଏକାଦଶୀ ,ନକ୍ଷତ୍ର- ରୋହିଣୀ ରାତ୍ରି ଘ ୦୭/୨୬ ଗତେ ମାର୍ଗଶିରା ,ସୁର୍ୟୋଦୟ-ପ୍ରାତଃ ଘ୦୬/୨୪/୫୮ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୮/୫୨ ,ଯୋଗିନୀ ଉତ୍ତରେ ରାତ୍ରି ଘ୦୯/୩୬ ଗତେ ଅଗ୍ନିକୋଣେ ,ଦଶମୀ ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ବିଛାରାଶିର ଘାତଚନ୍ଦ୍ର ,ବିଛା ,ଧନୁ ଓ ମୀନରାଶିର ଘାତବାର ,କାଳବେଳା ଓ ବାରବେଳା – ଦିବା ଘ୦୯/୦୯ ଗତେ ଘ୧୧/୫୭ ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୦୬ ମଧ୍ୟେ ଓ ଘ୦୮/୪୬ଗତେ ଘ୦୯/୦୮ମଧ୍ୟେ ଓ ଘ୦୧/୩୩ ଗତେ ଘ୦୩/୧୦ ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ରବେଳ।- ରାତ୍ରି ଘ୧୦/୨୮ ଗତେ ଘ୧୧/୧୬ମଧ୍ୟେ ,ଅଦ୍ୟ କଳମଶାଗ ଭକ୍ଷଣ ନିଷେଧ।
ମେଷ-ଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବନାହିଁ। ବୃଥାବିବାଦ, ଟଣାଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ।
ବୃଷ-ବାଣିଜ୍ୟ, ସନ୍ତାନଙ୍କସମସ୍ୟା ସମାଧାନ ହେବ । ବିବାଦ,ଚୋରି, ବୃଥାଟନଜନିତ ଅପବ୍ୟୟର ସୀମା ଟପିଯିବ।ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍ବେଗ ବଢିପାରେ।
ମିଥୁନ-ଆଜି ଆକସ୍ମିକଭାବରେ କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଶତ୍ରୁତା, ରୋଗପୀଡା କିମ୍ବା ଋଣ ପରିଶୋଧଜନିତ ଅର୍ଥବ୍ୟୟ କରିବେ କିନ୍ତୁ କର୍ମ କ୍ଷେତ୍ରରେ ସୁନ୍ଦରସୁଯୋଗ ପ୍ରାପ୍ତ ହେବ।
କର୍କଟ-ଆତ୍ମୀୟ ସ୍ବଜନଙ୍କସହ କଳହ ହୋଇପାରେ ।ଭଲ ଚିନ୍ତାକଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝି ପାରିବେ ନାହିଁ। କିନ୍ତୁ ଭାଗ୍ୟଭାବସ୍ଥ ମଙ୍ଗଳ ପ୍ରଭାବରେ ଅପୀଡାଦଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ।
ସିଂହ-ଆଜି ଆପଣଙ୍କ ପରିବାର ଓ ବନ୍ଧୁ ସମ୍ପର୍କ କ୍ଷୁଣ୍ଣ ହୋଇପାରେ । କିନ୍ତୁ ଉପରିସ୍ଥ ଅଧିକାରୀଙ୍କ ଅନୁକମ୍ପାରୁ ଅଫିସରେ ସହାନୁଭୂତିର ସହ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ଦିନଟି ପୀଡାଦାୟକ
କନ୍ୟା-ଆଜି ନୂତନ କର୍ମାରମ୍ଭ ପାଇଁ ଆନୁଷଙ୍ଗିକ ଖୋରାକ ଯୋଗଇବ। ଫଳରେ ଆପଣଙ୍କ ସହକର୍ମୀ ଅଯାଚିତ ଭାବରେ ସହଯୋଗର ହାତ ବଢାଇପାରନ୍ତି। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ତଥା ପାରିବାରିକ ସମସ୍ୟାର ତ୍ୱରିତ ସମାଧାନ ପାଇଁ ଚିନ୍ତା କରିବେ।
ତୁଳା-ଆଜି ପାରିବାରିକ ଅବସ୍ଥାରେ ସାମାନ୍ୟ ଉନ୍ନତି ପରିଲଖିତକ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖାଦେଇପାରେ। ସ୍ବାସ୍ଥ୍ୟ, ପରିବାର, କର୍ମକ୍ଷେତ୍ରସମ୍ପର୍କି ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।
ବିଛା-ଆଜି ସୁ ଭୋଜନ ଓ ଧନଲାଭ ହେବ ଅଫିସରେ ଦୃଢ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବା ସହ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବ ।କୌଣସି ଜଣାଶୁଣା ବ୍ୟକ୍ତିଙ୍କ ପ୍ରତିରୋଧ ଆଶାକୁ ପ୍ରତିହତ କରିପାରେ।
ଧନୁ-ଆଜି ଦିନରେ ମନ ଭଲ ରହିବ ନାହିଁ । ପ୍ରତ୍ୟୁଷ ଯାତ୍ରାରେ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।ସତ୍ କାମରେ ବ୍ୟୟ କରିବା ସହ ବନ୍ଧୁମାନଙ୍କ ଶୁଭଚିନ୍ତକ ଭାବରେ କାମ କରିବାରେ ଆଗ୍ରହ ପ୍ରକାଶ କରିପାରନ୍ତି।
ମକର-ଆଜି ପ୍ରତ୍ୟେକ କ୍ଷେତ୍ରରେ ପୂର୍ବଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ। ସାମାନ୍ୟ ବଚସା ପରେ ଯାଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି।ବନ୍ଧୁଙ୍କ ଅନୁରାଗ ପ୍ରତି ମନରେ ଦୁର୍ବଳତା ଆସିପାରେ।
କୁମ୍ଭ-ଆଜି ଅର୍ଥଲାଭ ହେବ କିନ୍ତୁ ସାମାନ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ପରିଲକ୍ଷିତ ହେବ। ସାମୟିକ ଭାବରେ କଚେରି ମାମଲା ବିଷୟ ନେଇ ଚିନ୍ତିତ ରହିପାରନ୍ତି।
ମୀନ-ବନ୍ଧୁଙ୍କ ଅନୁରୋଧରେ ଆନୁଷ୍ଠାନିକ କାମରେ ଖଟଣି ବଢିଯିବ କିନ୍ତୁ ଆଶାନୁରୂପ ସଫଳତା ପାଇବେ ନାହିଁ। କୌଣସି ସହକର୍ମୀଙ୍କୁ ପ୍ରତୀକ୍ଷା କରି ଦେଖା ପାଇବେ ନାହିଁ। ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ପ୍ରୀତିପ୍ରଦ ରହିବ।!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!