ଅଗଷ୍ଟମାସ ୧୨ତାରିଖ ୨୦୨୫ମସିହା (ମଙ୍ଗଳବାର)ଭାଦ୍ରବମାସ- କୃଷ୍ଣପକ୍ଷ,ତିଥି- ତୃତୀୟା ଦିବା ଘ୦୮/୪୨ ଗତେ ଚତୁର୍ଥୀ,ନକ୍ଷତ୍ର- ପୂର୍ବ ଭାଦ୍ର ଦିବା ଘ୧୨/୨୮ ଗତେ ଉତ୍ତରଭାଦ୍ର,ସୁର୍ୟୋଦୟ-ପ୍ରାତଃ ଘ୦୫/୩୦/୧୦,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୪/୩୨,ଯୋଗିନୀ ଅଗ୍ନିକୋଣେ ଦିବା ଘ୦୮/୪୧ ଗତେ ନୈରୁତେ,ଧନୁରାଶିର ଘାତଚନ୍ଦ୍ର,ମକର ରାଶିର ଘାତବାର,ଚତୁର୍ଥୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,କାଳବେଳା -ଦିବା ଘ୦୧/୨୫ ଗତେ ଘ୦୩/୦୪ ମଧ୍ୟେ,ବାରବେଳା- ଦିବା ଘ୦୭/୦୮ ଗତେ ଘ୦୮/୪୫ ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୮/୪୬ ଗତେ ଘ ୧୦/୧୯ ମଧ୍ୟେ ଓ ଘ୧୨/୪୧ ଗତେ ଘ୦୧/୨୪ ମଧ୍ୟେ ଓ ଘ୦୩/୦୫ ଗତେ ଘ୦୪/୪୧ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି,ଅଦ୍ୟ ମୂଳା ଭକ୍ଷଣ ନିଷେଧ।
ମେଷ:-ଘରେ ଲାଗିରହିଥିବା ଅଶାନ୍ତିହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବାପାଇଁ ଚ଼େଷ୍ଟା କରନ୍ତୁଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।
ବୃଷ:-ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାରକରନ୍ତୁ ।ବ୍ୟବସାୟ ବାଣିଜ୍ୟରେ ଆସାତିତ ଲାଭ ହେବ।
ମିଥୁନ:- ପୂର୍ବରୁ ବିରୁଦ୍ଧରେ ଥିବା ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳମିଳିପାରିବ । ଶତ୍ରୁ ଅପସରି ଯିବେ । କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁହେବ । ଏବେ ଖୁସିର ସମୟ ଆସିଗଲାଣି ।
କର୍କଟ:-କିଛି ବ୍ୟକ୍ତିଗତ ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧାସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।
ସିଂହ:-ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟକରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।ଯାତ୍ରାକରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।
କନ୍ୟା :- ଅବାଞ୍ଛିତ ଭାବେ ଉଚ୍ଚଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।
ତୁଳା :-ଆଜି ବ୍ୟୟ ବୃଦ୍ଧି ହେଲେହେଁ ଆପଣଙ୍କର ପରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । ପରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ବାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି।
ବିଛା:-ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।
ଧନୁ:-ଆଜି ଶାରୀରିକ କଷ୍ଟ ସହ ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ ।ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି ।
ମକର:-ଆଜିର ଦିନ ଆୟ ବର୍ଦ୍ଧକ ସହ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।
କୁମ୍ଭ :-ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ଆସାକରିବେ କିନ୍ତୁ ମିଳିପାରିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ । ଆପଣଙ୍କର ସବୁ କଥାରେ ବାଧା ରହିବ ଓ ଆକସ୍ମିକ ଅର୍ଥବ୍ୟୟ ହେବାର ଯୋଗ ରହିଛି ।
ମୀନ:-ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ ।କିଛି ଆରାମ ମଧ୍ୟକରନ୍ତୁ ।ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି!!ଜୟ ଜଗନ୍ନାଥ,ଜୟ ସୋମନାଥ, ଜୟ ମା ଯୋଗମାୟା!!