ଅଗଷ୍ଟ ମାସ ୦୬ତାରିଖ ୨୦୨୬ମସିହା(ଗୁରୁବାର)ଶ୍ରାବଣମାସ- କୃଷ୍ଣପକ୍ଷ,ତିଥି- ଅଷ୍ଟମୀ ରାତ୍ରି ଘ୦୭/୦୦ଗତେ ନବମୀ,ନକ୍ଷତ୍ର-ଦ୍ୱିଜା ରାତ୍ରି ଘ୦୯/୦୦ ଗତେ କୁର୍ତ୍ତିକା,ସୂର୍ୟୋଦୟ-ପ୍ରାତଃ ଘ୦୫/୨୭/୦୫,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୬/୧୮/୦୩,ଯୋଗିନୀ ଐଶାନ୍ୟେ ରାତ୍ରି ଘ୦୭/୦୦ଗତେ ପୂର୍ବେ,
ବିଛା ରାଶିର ଘାତଚନ୍ଦ୍ର,ତୁଳା ଓ କୁମ୍ଭରାଶିର ଘାତବାରଅଷ୍ଟମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ରାତ୍ରି ଘ୦୯/୦୦ଗତେ ଏକପାଦ ପୁଷ୍କରଦୋଷ,
କାଳବେଳା ଓ ବାରବେଳା-ଦିବା ଘ୦୩/୦୬ ଗତେ ଘ୦୬/୨୦ମଧ୍ୟେ,
ବିଶୁଦ୍ଧ ଅମୃତବେଳା-ରାତ୍ରି ଘ୦୧/୩୦ଗତେ ଘ୦୩/୫୩ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।-ଦିବା ଘ୦୭/୦୪ମଧ୍ୟେ ଓ ଘ୧୦/୧୬ ଗତେ ଘ୧୨/୪୦ ମଧ୍ୟେ,ଅଦ୍ୟ ନଡ଼ିଆ ରାତ୍ରିଘ୦୭/୦୦ଗତେ ଲାଉଭକ୍ଷଣ ନିଷେଧ।
ମେଷ:-ସମସ୍ତଙ୍କୁ ସାଙ୍ଗରେନେଇ ଆଗକୁବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।
ବୃଷ:-ପ୍ରଭୁଙ୍କ କୃପାଦୃଷ୍ଟି ଆପଣଙ୍କଉପରେ ରହିଛି।ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ।ଆର୍ଥିକରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।
ମିଥୁନ:-ଧ୍ୟାନ ଓ ଯୋଗ ମାଧ୍ୟମରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭକରିବେ।ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ।ମହିଳାମାନଙ୍କଲାଗି ଦିନଟି ଭଲ ରହିବ।
କର୍କଟ:- ସକାରାତ୍ମକ ମନୋଭାବରେ ରହନ୍ତୁ,କାମ କରିବା ସହଜ ହେବ। ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାରକରିବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।
ସିଂହ:- ଆପଣଙ୍କ ମନ ପ୍ରସନ୍ନ ରହିବ।ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ।ଗଣମାଧୢମ ଓ ସ˚ଚାରକ୍ଷେତ୍ରରେ କାମକରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ।ପରିବାରଲୋକଙ୍କ ସହିତ ସୁଖଦ ସମୟ ବିତେଇବେ।
କନ୍ୟା:- ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ।ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ।
ତୁଳା:-କାମଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆରହିବ। ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭମିଳିବ।ଖେଳାଳିମାନେ ସୁନାମଅର୍ଜନ କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ।ପାରିବାରିକ ଜୀବନ ସୁଖମୟ ହେବ।
ବିଛା:-ନିଜକୁ ଊର୍ଜାବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତହେବ।ବ୍ୟବସାୟରେ ନୂଆ ଚୁକ୍ତିପତ୍ର ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତାବଜାୟ ରହିବ।
ଧନୁ:-କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧିହେବ।ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ।ପ୍ରିୟବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ।
ମକର:- ଆପଣଙ୍କ ମନୋବଳ ଦୃଢ଼ ରହିବ।ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ।ରାଜନୀତି କ୍ଷେତ୍ରରେଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମବୁଝାମଣା ରହିବ ।
କୁମ୍ଭ:-ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇଭଉଣୀଙ୍କ ସହଯୋଗପ୍ରାପ୍ତ ହେବ। ବ୍ୟବସାୟ କୁନେଇ ଭଲସଉଦା ହେବାର ସମ୍ଭାବନା ପ୍ରିୟତମ ଙ୍କଠାରୁ ଉପହାର ପାଇବେ।
ମୀନ:-ଦିନଟି ଆପଣଙ୍କପାଇଁ ଉତ୍ଥାନ ପତନଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗକରନ୍ତୁ।ପିଲାଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍ ଆଲୋଚନା ହେବ।ବୈବାହିକ ଜୀବନ ଖୁସିରେ ଭରାରହିବ।।ଜୟ ଜଗନ୍ନାଥ, ଜୟ ସୋମନାଥ,ଜୟ ମାଯୋଗମାୟା।।