ଆଜିର ରାଶିଫଳ

ଅଗଷ୍ଟମାସ୧୭ତାରିଖ ୨୦୨୫ମସିହା (ରବିବାର)ଭାଦ୍ରବମାସ- କୃଷ୍ଣପକ୍ଷ,ତିଥି- ନବମୀ ରାତ୍ରି ଘ୦୭/୪୫ଗତେ ଦଶମୀ,ନକ୍ଷତ୍ର- ରୋହିଣୀ ରାତ୍ରି ଘ୦୪/୧୮ଗତେ ମୃଗଶିରା,ସୁର୍ୟୋଦୟ-ପ୍ରାତଃ ଘ୦୫/୩୧/୧୫,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୦/ ୫୨,ଯୋଗିନୀ ପୂର୍ବେ ରାତ୍ରି ଘ୦୭/୪୫ ଗତେ ଉତ୍ତରେ,ବିଛାରାଶିର ଘାତଚନ୍ଦ୍ର,ମେଷରାଶିର ଘାତବାର,ନବମୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, କାଳବେଳା ଓ ବାରବେଳା- ଦିବା ଘ୧୦/୧୭ଗତେ ଘ୦୧/୨୫ ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୬/୧୮ଗତେ ଘ୦୮/୩୧ ମଧ୍ୟେ ଓ ରାତ୍ରି ଘ୦୭/୪୫ଗତେ ଘ୦୯/୨୨ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।-ଦିବା ଘ୦୬/୧୨ ମଧ୍ୟେ ଓ ରାତ୍ରି ଘ୦୬/୫୫ ଗତେ ଘ୦୭/୪୪ମଧ୍ୟେ,ଅଦ୍ୟ ଲାଉଭକ୍ଷଣ ନିଷେଧ।
ମେଷ:-ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକହୋଇଯିବ।ବାଣୀ ଉପରେ ନିୟନ୍ତ୍ରଣରଖିବେ, ଅନ୍ୟଥା କ୍ଷତି ହୋଇ ପାରେ।ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।
ବୃଷ :-ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟପ୍ରତି ଏକାଗ୍ର ହେବା ସରଳ ରହିବ।ଧନଲାଭର ସମ୍ଭାବନା ଅଛି।ଶାରୀରିକ ଏବଂ ମାନସିକ ରୂପରେ ସ୍ଵାସ୍ଥ୍ୟ ଭଲରହିବ।
ମିଥୁନ:-ଆଜି ଆୟଅପେକ୍ଷା ଖର୍ଚ୍ଚ ଅଧିକ ହୋଇପାରେ।ଆପଣଙ୍କ ଦିନ ଶାରୀରିକ ଏବଂ ମାନସିକ ଅସୁସ୍ଥତାସହିତ କଟିବ।ଈଷ୍ଟଦେବତାଙ୍କର ଧ୍ୟାନରେ ସମସ୍ୟାର ନିବାରଣହେବ।ଉଚ୍ଚ ଅଧିକାରୀ ମାନଙ୍କ ସହିତ ବାଦ-ବିବାଦରେ ପଡ଼ନ୍ତୁନାହିଁ। ନକା ରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ।
କର୍କଟ :- ଆଜି ବ୍ୟାପାରରେ ଲାଭ ହେବ ଏବଂ ଆୟରସ୍ରୋତରେ ବୃଦ୍ଧି ହୋଇପାରେ। ମିତ୍ରମାନଙ୍କ ଠାରୁ ଲାଭ ହେବ ଏବଂ ତାଙ୍କସହିତ ସାକ୍ଷାତକରି ଆନନ୍ଦଲାଭ କରିବେ।ବିବାହୋତ୍ସୁକମାନଙ୍କ ପାଇଁ ବିବାହରଯୋଗ ଭଲ ଅଛି।ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ଭଲ ରହିବ।
ସିଂହ :- ଆଜି ବ୍ୟବସାୟ କ୍ଷେତ୍ରରେ ଆପଣଙ୍କ ପ୍ରତିଭା ବଢ଼ିପାରେ।ଚାକିରିରେ ପ୍ରମୋଶନ ହୋଇପାରେ। ପିତାଙ୍କର ସଂପତ୍ତିରେ ଲାଭହେବ। ସରକାରଙ୍କ ସହିତ ଧନର ବ୍ୟବହାର ସଫଳରହିବ।ଆପଣଙ୍କ ଆତ୍ମ ବିଶ୍ଵାସରେ ପ୍ରତ୍ୟେକକାର୍ଯ୍ୟ ସଫଳତାପୂର୍ବକ ସଂପନ୍ନ ହେବ।
କନ୍ୟା:- ଆଜିରଦିନ ବହୁତ ଶୁଭଅଟେ।ମିତ୍ର ଏବଂ ସମ୍ବନ୍ଧିମାନଙ୍କ ସହିତ ହୋଇଥିବା ସାକ୍ଷାତର କାରଣରୁ ଆନନ୍ଦମିଳିବ।ମହିଳା ମିତ୍ରମାନଙ୍କଠାରୁ ଲାଭ ହେବ ଭାଇ-ଭଉଣୀମାନଙ୍କ ଠାରୁ ଆର୍ଥିକଲାଭ ହେବ।ଜୀବନସାଥୀଙ୍କର ସମ୍ପୂର୍ଣ୍ଣ ସହଯୋଗ ମିଳିବ।
ତୁଳା :- ଆଜି ଧାର୍ମିକକାର୍ଯ୍ୟ ଏବଂ ଯାତ୍ରାପାଇଁ ସମୟ ଅନୁକୂଳ ଅଟେ।ବାଣୀଉପରେ ନିୟନ୍ତ୍ରଣ ରଖିବାକୁ ଉପଦେଶ।ସରକାର ବିରୋଧୀ ପ୍ରବୃତ୍ତି ଏବଂ କ୍ରୋଧରୁ ଦୂରରୁହନ୍ତୁ।ନୂଆ ସମ୍ବନ୍ଧ ଅନିଷ୍ଟକାରକ ହୋଇପାରେ। ପରିଜନମାନଙ୍କ ସହିତ କଳହର ପ୍ରସଙ୍ଗ ବନିପାରେ।
ବିଚ୍ଛା :-ଆଜି ଆପଣ ମିତ୍ର ତଥା ସ୍ଵଜନମାନଙ୍କ ସହିତ କୌଣସି ମନୋରଞ୍ଜନ ସ୍ଥଳ କିମ୍ବା ପର୍ଯ୍ୟଟନସ୍ଥଳକୁ ଯାତ୍ରାକରି ମନ ପ୍ରସନ୍ନ ହେବ।ସମାଜରେ ମାନ-ସମ୍ମାନ ମିଳିବ।ସାମାନ୍ୟ ଦୈନିକକାର୍ଯ୍ୟଗୁଡ଼ିକ ଭୁଲିକରି ଆମୋଦ-ପ୍ରମୋଦରେ ବୁଡ଼ି ରହିପାରନ୍ତି।
ଧନୁ:-ପରିବାରରେ ଆନନ୍ଦର ବାତାବରଣ ରହିବ, ଯାହାଦ୍ୱାରା ଆପଣଙ୍କମନ ପ୍ରଫୁଲ୍ଲିତ ରହିବ। ଆପଣଙ୍କ ସ୍ଵାସ୍ଥ୍ୟ ମଧ୍ୟ ଭଲରହିବ।ବ୍ୟବସାୟରେ ମଧ୍ୟ ଦିନ ଲାଭଦାୟୀ ରହିବ।ସହକର୍ମିମାନଙ୍କର ସହଯୋଗ ମିଳିବ ଏବଂ ଆର୍ଥିକ ଲାଭହେବ। ଆପଣଙ୍କପାଇଁ ହର୍ଷୋଲ୍ଲାସର ଦିନ ରହିବ।
ମକର:-ପାରିବାରିକଜୀବନରେ ଶାନ୍ତି ବନାଇ ରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁନାହିଁ।ଧନ ଏବଂ ପ୍ରତିଷ୍ଠାରେ ହାନିନହେଉ, ଏହାର ଧ୍ୟାନ ରଖିବେ। ଅଫିସ୍ ରେ ଉଚ୍ଚଅଧିକାରୀମାନଙ୍କର ଅସନ୍ତୋଷର ସାମନା କରିବାକୁ ପଡ଼ିପାରେ।
କୁମ୍ଭ:- ଆଜି ଆପଣଙ୍କ ମନ ବହୁତ ସମ୍ବେଦନଶୀଳ ରହିବ।ବିଦ୍ୟାର୍ଥିମାନଙ୍କପାଇଁ ସମୟ ଭଲ ଅଟେ। ଆଜିର ଆୟୋଜିତ ପ୍ରତ୍ୟେକକାର୍ଯ୍ୟ ଭଲଭାବରେ ସଂପନ୍ନ ହେବ। ମହିଳାମାନଙ୍କର ସୌନ୍ଦର୍ଯ୍ୟ ପ୍ରସାଧନ ପଛରେ ଖର୍ଚ୍ଚ ହୋଇପାରେ।
ମୀନ:-ଆବଶ୍ୟକ ନିର୍ଣ୍ଣୟଗୁଡ଼ିକ ପାଇଁ ଆଜିରଦିନ ଅତି ଉତ୍ତମ ଅଟେ। ଆପଣଙ୍କ ସୃଜନାତ୍ମକ ଶକ୍ତିଗୁଡ଼ିକରେ ବୃଦ୍ଧିହେବ।ବୈଚାରିକ ଦୃଢ଼ତା ଏବଂ ମାନସିକ ସ୍ଥିରତାକାରଣରୁ କାର୍ଯ୍ୟ ସଫଳତାରେ ସରଳତା ହେବ।

Comments (0)
Add Comment