ଆଜିର ରାଶିଫଳ

ସେପ୍ଟେମ୍ବର ୭ରେ ଚନ୍ଦ୍ରଗ୍ରହଣ ;-ଜାଣନ୍ତୁ ଗ୍ରହଣ ସ୍ପର୍ଶ, ପାକ ତ୍ୟାଗ ସମୟ..

ଅଗଷ୍ଟମାସ ୩୦ତାରିଖ ୨୦୨୫ମସିହା (ଶନି ବାର)ଭାଦ୍ରବମାସ- ଶୁକ୍ଳପକ୍ଷ,ତିଥି- ସପ୍ତମୀ ରାତ୍ରି ଘ୧୦/୨୯ ଗତେ ଅଷ୍ଟମୀ,ନକ୍ଷତ୍ର- ବିଶାଖା ଦିବା ଘ୦୩/୦୫ ଗତେ ଅନୁରାଧା,ସୁର୍ୟୋଦୟ-ପ୍ରାତଃ ଘ୦୫/୩୪/୪୫,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୧ /୦୮,ଯୋଗିନୀ ବାୟବ୍ୟେ ରାତ୍ରି ଘ୧୦/୨୯ ଗତେ ଐଶାନ୍ୟେ,ବୃଷ,ସିଂହ ଓ କନ୍ୟା ରାଶିର ଘାତବାର, ସପ୍ତମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,କାଳବେଳା -ଦିବା ଘ୦୭/୦୮ ମଧ୍ୟେ ଓ ଘ୦୪/୨୫ ଗତେ ଘ୦୬/୦୩ ମଧ୍ୟେ,ବାରବେଳା- ଦିବା ଘ୦୧/୧୦ ଗତେ ଘ୦୨/୪୮ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୯/୩୩ ଗତେ ଘ୧୨/୪୫ ମଧ୍ୟେ ଓ ରାତ୍ରି ଘ୦୮/୨୫ ଗତେ ଘ୧୦/୪୯ ମଧ୍ୟେ ଓ ରାତ୍ରି ଘ୧୨/୨୪ ଗତେ ଘ୦୨/୦୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି,ଅଦ୍ୟ ତାଳ ଭକ୍ଷଣ ନିଷେଧ।
ମେଷ👉ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ।ବକେୟାଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ।ଅଫିସ୍‌ କାମରେ ଯୁକ୍ତିଯୁକ୍ତକଥା କହି ବିବାଦଭିତରକୁ ପଶିଯାଇ ପାରନ୍ତି।
ବୃଷ👉ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।
ମିଥୁନ👉ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନି କଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।
କର୍କଟ👉ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପରକ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।
ସିଂହ👉ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ମାଲିମକଦ୍ଦମା,ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।
କନ୍ୟା👉ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା,ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।
ତୁଳା👉ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲିମକଦ୍ଦମା ରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା👉ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ ।ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାରକରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ।କୌଶଳ ଅବଲମ୍ବନକରି ଲକ୍ଷ୍ୟପୂରଣ ରେ ସମର୍ଥ ହୋଇପାରନ୍ତି।
ଧନୁ👉ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରି ବେ ନାହିଁ। ଶିଳ୍ପ, ବାଣିଜ୍ୟକାରବାର କ୍ଷେତ୍ରରେ ବେଶ୍‌ ଖୁସୀ ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିବିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।
ମକର👉ଆଜି ବନ୍ଧୁ ଓ ପାରି ବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେ ପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସ ବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତହେବା ମଉକା ପାଇପାରିବେ।
କୁମ୍ଭ👉ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇ ପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମହେବେ। ଭୂସମ୍ପତ୍ତିକୁ କେନ୍ଦ୍ରକରି ପରିବାର ସଦସ୍ୟଙ୍କମଧ୍ୟରେ କଳହର ସୂଚନା ରହିଛି ।
ମୀନ👉 ଆଜି ବାଣିଜ୍ୟ,ବ୍ୟବସାୟ,ମାଲି ମକଦ୍ଦମା ରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।

ସେପ୍ଟେମ୍ବର ୭ରେ ଚନ୍ଦ୍ରଗ୍ରହଣ ;-ଜାଣନ୍ତୁ ଗ୍ରହଣ ସ୍ପର୍ଶ, ପାକ ତ୍ୟାଗ ସମୟ..
ସେପ୍ଟେମ୍ବର ୭ତାରିଖ ଭାଦ୍ରବ ଶୁକ୍ଳପୂର୍ଣ୍ଣମୀ ତିଥିରେ ପଡ଼ିବ ଚନ୍ଦ୍ରଗ୍ରହଣ । ଏଥିସହ ଆସନ୍ତାବର୍ଷ ମାର୍ଚ୍ଚ ୩ତାରିଖ ଦୋଳପୂର୍ଣ୍ଣିମାରେ ଆଉ ଏକ ଚନ୍ଦ୍ରଗ୍ରହଣ ଅନୁଷ୍ଠିତ ହେବ। ୬ମାସ ଭିତରେ ଦୁଇଦୁଇଟି ଚନ୍ଦ୍ରଗ୍ରହଣ ପଡୁଥିବାରୁ ଏହା ଦେଶପାଇଁ ଶୁଭଙ୍କର ନୁହେଁ ବୋଲି କିଛି ଜ୍ୟୋର୍ତିବିଦ ଗଣନାକରି କହିଛନ୍ତି । ଭାଦ୍ରବମାସ ପୂର୍ଣ୍ଣମୀତିଥିରେ ରାହୁଗ୍ରସ୍ତ ଚନ୍ଦ୍ରଗ୍ରହଣ ପଡୁଥିବାବେଳେ ଆସନ୍ତାବର୍ଷ ଦୋଳପୂର୍ଣ୍ଣମୀରେ କେତୁଗ୍ରସ୍ତ ଚନ୍ଦ୍ର ଗ୍ରହଣ ପଡୁଛି। ଗଜପତି ମହାରାଜାଙ୍କ ଜ୍ୟୋତିଷ ଉଭୟଗ୍ରହଣ ଶୁଭଙ୍କରନୁହେଁ ବୋଲି ମତରଖିଛନ୍ତି ।ଏହି ଦୁଇଟିଯାକ ଗ୍ରହଣ ପୂର୍ଣ୍ଣଗ୍ରାସ ହେଉଥିବାରୁ ଏହା ଦେଶପାଇଁ ଆର୍ଥିକ ସମସ୍ୟାଠାରୁ ଆରମ୍ଭକରି ପ୍ରାକୃତିକ ବିପର୍ୟ୍ୟୟ,ରାଜନୈତିକ ଅସ୍ଥିରତା, ଦେଶ-ଦେଶ ମଧ୍ୟରେ ସମ୍ପର୍କରେ ଫାଟ, ଦରଦାମବୃଦ୍ଧି ଭଳି ସ୍ଥିତି ଉପୁଜାଇବ ।
ସେପ୍ଟେମ୍ବର ୭ରେ ବର୍ଷର ୨ୟ ଓ ଶେଷଚନ୍ଦ୍ରଗ୍ରହଣ ଲାଗିବ। ଏହା ଭାରତରେ ମଧ୍ୟ ଦୃଶ୍ୟମାନ ହେବ। ଏହିଦିନ ପିତୃପକ୍ଷର ମଧ୍ୟ ଆରମ୍ଭ ହେବ। ବର୍ଷର ୨ୟ ଓ ଶେଷ ଚନ୍ଦ୍ରଗ୍ରହଣ କୁମ୍ଭରାଶି ଓ ଭାଦ୍ରପଦ ନକ୍ଷତ୍ରରେ ଲାଗିବାକୁ ଯାଉଛି।ଜ୍ୟୋତିଷଶାସ୍ତ୍ରରେ ଚନ୍ଦ୍ରଗ୍ରହଣକୁ ଏକ ମହତ୍ତ୍ୱପୂର୍ଣ୍ଣ ଘଟଣାବୋଲି ମାନ୍ୟତା ରହିଛି। ସେପ୍ଟେମ୍ବର ୭ରେ ପଡୁଥିବା ଚନ୍ଦ୍ରଗ୍ରହଣ ଯୋଗୁଁ ସେଦିନ ୧୨ଟା ୫୭ ମିନିଟ ୨୨ ସେକେଣ୍ଡରୁ ପାକତ୍ୟାଗ ସହ ଦେବନୀତି ନିଷେଧକରନ୍ତୁ।ରାତି ୯ଟା ୫୭ମିନିଟ ୨୨ ସେକେଣ୍ଡରୁ ଗ୍ରହଣ ସ୍ପର୍ଶ ହେବା ସହ ମଧ୍ୟରାତ୍ର ୧ଟା ୨୭ ମିନିଟ ୧୭ ସେକେଣ୍ଡ ପର୍ୟ୍ୟନ୍ତ ଅର୍ଥାତ ସାଢ଼େ ତିନିଘଣ୍ଟା ପରେ ଗ୍ରହଣ ସର୍ବମୋକ୍ଷ ହେବ।୭ ସେପ୍ଟେମ୍ବରରେ ଦେଖାଯିବାକୁ ଥିବା ଏହି ଚନ୍ଦ୍ରଗ୍ରହଣ ଲାଲ ରଙ୍ଗର ହେବ। ଯାହାକୁ ବ୍ଲଡ୍‌ ମୁନ୍‌ ବୋଲି କୁହାଯାଏ। ଅନେକବର୍ଷରେ ଥରେ ଏଭଳି ଚନ୍ଦ୍ରଗ୍ରହଣ ଦେଖାଯାଏ ।ଚନ୍ଦ୍ରଗ୍ରହଣରେ ପାକତ୍ୟାଗ ସମୟ ପୂର୍ବରୁ ହିଁ ଖାଦ୍ୟ ପ୍ରସ୍ତୁତ କରିବା ଉଚିତ୍‌। ପ୍ରସ୍ତୁତଖାଦ୍ୟରେ ତୁଳସୀପତ୍ର ପକାଇ ରଖନ୍ତୁ। ଫଳରେ ଗ୍ରହଣର କୌଣସିପ୍ରଭାବ ଏହାଉପରେ ପଡିବନାହିଁ ।
!!ଜୟଜଗନ୍ନାଥ, ଜୟସେମାନାଥ, ଜୟମା ଯୋଗମାୟା!!

Comments (0)
Add Comment