ଅକ୍ଟୋବରମାସ ୧୪ତାରିଖ ୨୦୨୫ମସିହା (ମଙ୍ଗଳବାର)କାର୍ତ୍ତିକମାସ- କୃଷ୍ଣ,ତିଥି- ଅଷ୍ଟମୀ ଦିବା ଘ୧୧/୪୭ ଗତେ ନବମୀ,ନକ୍ଷତ୍ର- ପୁନର୍ବସୁ ଦିବା ଘ୦୧/୧୦ ଗତେ ପୂଷ୍ୟା,ଚନ୍ଦ୍ର- ମିଥୁନ ଦିବା ଘ୦୭/୧୦ ଗତେ କର୍କଟ ,ସୁର୍ୟୋଦୟ-ପ୍ରାତଃ ଘ୦୫/୪୫/୨୭ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୧/୫୫,ଯୋଗିନୀ ଐଶାନ୍ୟେ ଦିବା ଘ୧୧/୪୬ ଗତେ ପୂର୍ବେ,ମକର ରାଶିର ଘାତବାର,ଅଷ୍ଟମୀର ଏକୋଦିଷ୍ଟ ଓ ନବମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ, କାଳବେଳା -ଦିବା ଘ୦୧/୦୦ଗତେ ଘ ୦୨/୩୦ମଧ୍ୟେ, ବାରବେଳା- ଦିବା ଘ୦୭/୧୩ଗତେ ଘ ୦୮/୪୨ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୬/୩୪ ମଧ୍ୟେ ଓ ଘ୦୮/୪୨ ଗତେ ଘ୧୧/୨୨ମଧ୍ୟେ ରାତ୍ରି ଘ୦୭/୪୮ଗତେ ଘ୦୮/୩୫ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ରାତ୍ରି ଘ୦୬/୧୮ ଗତେ ଘ୦୭/୪୭ ମଧ୍ୟେ,ଅଦ୍ୟ ନଡ଼ିଆ ଦିବା ଘ୧୧/୪୭ ଗତେ ଲାଉ ଭକ୍ଷଣ ନିଷେଧ।
ମେଷ:-ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତାମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥାକହି ବିବାଦଭିତରକୁ ପଶିଯାଇପାରନ୍ତି।
ବୃଷ:-ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।
ମିଥୁନ:-ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନପ୍ରକାର ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତିମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।
କର୍କଟ:-ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପରକ୍ଷଣରେ ପରସ୍ପର ଆଲୋଚନାଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥହେବେ।ସରକାରୀ ସ୍ତରରୁ ହଠାତ୍ ଆଶାକରୁଥିବା ଶୁଭଖବର ଶୁଣି ଖୁସି ହେବେ।
ସିଂହ:-ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେନାହିଁ ବରଂ ଓଲଟି ନିନ୍ଦାଗାନ କରିବେ।ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିରସୁଅ ଛୁଟିବ।ମାଲିମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।
କନ୍ୟା:-ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲହେବ।ବହୁଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜିଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା,ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।
ତୁଳା:-ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ।କୌଣସି କାମ ସ୍ଥଗିତ ରହିବ ନାହିଁ କିନ୍ତୁ ହସ୍ତା ନକ୍ଷତ୍ର ସକାଶେ ମାନସିକ ଅଶାନ୍ତି ଲାଗିରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନାଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା:-ଆଜି ମନ ଖୁସିରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ ।ଜ୍ୟେଷ୍ଠାନକ୍ଷତ୍ର ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳାକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। ବିଭିନ୍ନପ୍ରକାର କୌଶଳ ଅବଲମ୍ବନକରି ଲକ୍ଷ୍ୟପୂରଣରେ ସମର୍ଥ ହୋଇପାରନ୍ତି।
ଧନୁ:-ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେନାହିଁ। ତେଣୁ ମନ ଖୁସିରେ ରହିପାରିବେନାହିଁ।ଶିଳ୍ପ, ବାଣିଜ୍ୟକାରବାର କ୍ଷେତ୍ରରେ ବେଶ୍ ଖୁସୀରହିବେ।ରାଜନୀତିରେ ଓ ସାଙ୍ଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।
ମକର:-ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି ।ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ । ବିଳାସ ବ୍ୟସନ ଦ୍ରବ୍ୟକ୍ରୟ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତହେବା ସହ ଏହାକୁ ସଫଳକରିବାର ମଉକା ପାଇପାରିବେ।
କୁମ୍ଭ:-ଆଜି ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟ ରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ରକରି ପରିବାରସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।
ମୀନ:-ଆଜିର ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!