ନଭେମ୍ବରମାସ ୦୨ତାରିଖ ୨୦୨୫ମସିହା (ରବିବାର)କାର୍ତ୍ତିକମାସ- ଶୁକ୍ଳ,ତିଥି-ଏକାଦଶୀ ଦିବା ଘ୦୭/୨୫ ଗତେ ଦ୍ୱାଦଶୀ,ନକ୍ଷତ୍ର-ପୂର୍ବଭାଦ୍ର ସନ୍ଧ୍ୟା ଘ୦୫/୪୧ ଗତେ ଉତ୍ତରଭାଦ୍ର,ସୁର୍ୟୋଦୟ-ପ୍ରାତଃ ଘ୦୫/୫୩/୧୬,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୯/ ୫୦,ଯୋଗିନୀ ଅଗ୍ନିକୋଣେ ଦିବା ଘ୦୭/୨୫ ଗତେ ନୈରୁତକୋଣେ,ଧନୁରାଶିର ଘତଚନ୍ଦ୍ର,ମେଷରାଶିର ଘାତବାର,ଦ୍ୱାଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,କାଳବେଳା ଓ ବାରବେଳା- ଦିବା ଘ୧୦/୧୦ ଗତେ ଘ୦୧/୦୩ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୬/୪୧ଗତେ ଘ ୦୯/୦୫ ମଧ୍ୟେ ଓ ଘ୦୧/୦୪ ଗତେ ଘ୦୩/୩୦ମଧ୍ୟେ ଓ ରାତ୍ରି ଘ୦୭/୨୫ ଗତେ ଘ୦୯/୧୨ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୪/୧୬ ଗତେ ଘ୦୫/୦ ୫ମଧ୍ୟେ,ଅଦ୍ୟ ପୋଈ ଭକ୍ଷଣ ନିଷେଧ।
ମେଷ:-ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।
ବୃଷ:-ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।
ମିଥୁନ:-ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରିେବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।
କର୍କଟ:-ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
ସି˚ହ:-ଆଜି ଶୁଭଗ୍ରହଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେରହିଛି। ସଫଳତାର ଶିଖରଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ।ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।
କନ୍ୟା:-ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।
ତୁଳା:-ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।
ବିଛା:-ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍ ଆନନ୍ଦ ମିଳିବ।
ଧନୁ:-ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।
ମକର:-ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକସ୍ଥିତି ପୂର୍ବ ଅପେକ୍ଷା ମଜଭୁତହେବ।ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ।
କୁମ୍ଭ:-ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟକରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ଡିଲ୍ କରିବେ।ପଇସାକୁନେଇ କାହାରି ସହିତ ବିବାଦ ହୋଇପାରେ।ଦାମ୍ପତ୍ୟଜିବନରେ ପ୍ରିତି ବଜାୟ ରହିବ।
ମୀନ:-ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ!!ଜୟ ଜଗନ୍ନାଥ, ଜୟ ସୋମନାଥ,ଜୟ ମା ଯୋଗମାୟା!!