ଡିସେମ୍ବରମାସ ୧୧ତାରିଖ ୨୦୨୫ମସିହା (ଗୁରୁବାର) ପୌଷମାସ- କୃଷ୍ଣପକ୍ଷ,ତିଥି-ସପ୍ତମୀ ଦିବା ଘ୦୨/୦୨ ଗତେ ଅଷ୍ଟମୀ,ନକ୍ଷତ୍ର-ପୂର୍ବା ଫା ରାତ୍ରି ଘ୦୪/୩୫ ଗତେ ଉତ୍ତରାଫା,ସୁର୍ୟୋଦୟ-ପ୍ରାତଃ ଘ୦୬/୧୫/୧୧,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୫/୦୬,ଯୋଗିନୀ ବାୟବ୍ୟେ ଦିବା ଘ୦୨/୦୨ ଗତେ ଐଶାନ୍ୟେ,କର୍କଟ ଓ ମକର ରାଶିର ଘାତଚନ୍ଦ୍ର,ତୁଳା ଓ କୁମ୍ଭ ରାଶିର ଘାତବାର,
ସପ୍ତମୀର ଏକୋଦିଷ୍ଟ ଓ ଅଷ୍ଟମୀର ପାର୍ବଣ ଶ୍ରାଦ୍ଧ,ମୃତେ ଦିବା ଘ୦୨/୦୨ମଧ୍ୟେ ଏକପାଦ ଓ ରାତ୍ରି ଘ୦୪/୩୫ ଗତେ ଏକପାଦ ପୁଷ୍କର ଦୋଷ ନାସ୍ତି,କାଳବେଳା ଓ ବାରବେଳା- ଦିବା ଘ୦୨/୨୩ ଗତେ ଘ୦୫/୦୬ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୫୧ମଧ୍ୟେ ଓ ରାତ୍ରି ଘ ୦୫/୫୫ ଗତେ ଘ୦୯/୦୬ ମଧ୍ୟେ ଓ ଘ ୦୧/୩୦ ଗତେ ଘ୦୨/୪୪ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି,ଅଦ୍ୟ ତାଳ ଦିବା ଘ୦୨/୦୨ ଗତେ ନଡ଼ିଆ ଭକ୍ଷଣ ନିଷେଧ।
ମେଷ:- ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାର ରେ କୌଣସି ନୂଆଅନୁବନ୍ଧ ହୋଇପାରେ।
ବୃଷ:- ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।
ମିଥୁନ:-ଧ୍ୟାନ ଓ ଯୋଗ ମାଧ୍ୟମ ରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ।
କର୍କଟ:-ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାର କରିବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।
ସିଂହ:-ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣମାଧୢମ ଓ ସ˚ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ।
କନ୍ୟା:- ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ। ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ।
ତୁଳା-: କାମ ଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆ ରହିବ। ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ। ଖେଳାଳିମାନେ ସୁନାମ ଅର୍ଜନ କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ପାରିବାରିକ ଜୀବନ ସୁଖମୟ ହେବ।
ବିଛା:- ନିଜକୁ ଊର୍ଜାବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟବସାୟରେ ନୂଆ ଚୁକ୍ତିପତ୍ର ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ।
ଧନୁ:- କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ।
ମକର:- ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।
କୁମ୍ଭ:- ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ପ୍ରିୟତମଙ୍କଠାରୁ ଉପହାର ପାଇବେ।
ମୀନ:-ଦିନଟି ଆପଣଙ୍କ ପାଇଁ ଉତ୍ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍ ଆଲୋଚନା ହେବ। ବୈବାହିକ ଜୀବନ ଖୁସିରେ ଭରା ରହିବ।
!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!