ଡିସେମ୍ବରମାସ ୨୫ତାରିଖ ୨୦୨୫ମସିହା (ଗୁରୁବାର) ପୌଷମାସ- ଶୁକ୍ଳପକ୍ଷ,ତିଥି-ପଞ୍ଚମୀ ଦିବା ଘ୦୧/୩୦ ଗତେ ଷଷ୍ଠୀ,ନକ୍ଷତ୍ର-ଧାନିଷ୍ଟା ଦିବା ଘ୦୮/୫୨ ଗତେ ଶତଭିଶା,ସୁର୍ୟୋଦୟ-ପ୍ରାତଃ ଘ୦୬/୨୪/୧୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୧/୪୫,ଯୋଗିନୀ ଦକ୍ଷିଣେ ଦିବା ଘ୦୧/୩୦ ଗତେ ପଶ୍ଚିମେ,ମିଥୁନ ଓ ମୀନରାଶିର ଘାତଚନ୍ଦ୍ର,ତୁଳା ଓ କୁମ୍ଭରାଶିର ଘାତବାର,ପଞ୍ଚମୀର ଏକୋଦିଷ୍ଟ ଓ ଷଷ୍ଠୀର ପାର୍ବଣଶ୍ରାଦ୍ଧ,ମୃତେ ପୁସ୍କର ଦୋଷ ନାସ୍ତି,କାଳବେଳା ଓ ବାରବେଳା- ଦିବା ଘ୦୨/୩୦ଗତେ ଘ୦୫/୧୫ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ ୦୮/୦୧ ମଧ୍ୟେ ଓ ରାତ୍ରି ଘ୦୫/୫୯ଗତେ ଘ୦୯/୧୦ମଧ୍ୟେ ଓ ରାତ୍ରି ଘ୧୧/୪୦ ଗତେ ଘ୦୨/୫୦ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ନାସ୍ତି,ଅଦ୍ୟ ବେଲ ଦିବା ଘ୦୧/୩୦ଗତେ ନିମ୍ବ ଭକ୍ଷଣ ନିଷେଧ।
ମେଷ:-ଆଜି ଆପଣଙ୍କୁ ଦେବାଦେବୀ ଦର୍ଶନର ସୁଯୋଗ ମିଳିବ ,ଦାମ୍ପତ୍ୟ ଜୀବନ ପୂର୍ବଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବାଲାଗି ଅସଫଳ ପ୍ରୟାସ କରିବେ।
ବୃଷ:-ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହାଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।
ମିଥୁନ:-ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟ କ୍ଷେତ୍ରରେ ଉନ୍ନତିଦେଖିବାକୁ ମିଳିବ। ମିତ୍ରଙ୍କଠାରୁ ଭଲଖବର ପାଇବେ।ବଡ଼ ବ୍ୟବସାୟରସଉଦା ହାତରେ ଲାଗିପାରେ।
କର୍କଟ:- ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲଖବର ମିଳିବ।ଯୌଥ ବ୍ୟବ ସାୟରୁ ଭଲ ଲାଭହେବ।ପ୍ରେମରେ ସଫଳତା ମିଳିବ।
ସି˚ହ:-ମନରେ ଦ୍ବନ୍ଦ୍ବରହିବ କିନ୍ତୁ ବ୍ୟବହାର ମଧୁର ରହିବ।କୌଣସି ସମସ୍ୟାର ସମାଧାନଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।
କନ୍ୟା:-ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।
ତୁଳା:- ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ଡିଲ୍ କରିପାରନ୍ତି। ବଜେଟକୁ ଧୢାନରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।
ବିଛା:-ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ।ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।
ଧନୁ:- ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।
ମକର:-ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।
କୁମ୍ଭ:-ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।
ମୀନ:-ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ!!ଜୟ ଜଗନ୍ନାଥ, ଜୟ ସୋମନାଥ,ଜୟ ମା ଯୋଗମାୟା!!