ଆଜିର ରାଶିଫଳ

ଜାନୁଆରୀମାସ ୨୩ତାରିଖ ୨୦୨୬ମସିହା (ଶୁକ୍ରବାର)ମାଘମାସ- ଶୁକ୍ଳପକ୍ଷ,ତିଥି- ପଞ୍ଚମୀ ରାତ୍ରି ଘ୦୧/୨୬ଗେତେ ଷଷ୍ଠୀ,ଶ୍ରୀପଞ୍ଚମୀ ସରସ୍ଵତୀପୂଜା, ନକ୍ଷତ୍ର- ପୂର୍ବଭାଦ୍ର ଦିବା ଘ୦୨/୫୫ ଗତେ ଉତ୍ତରଭାଦ୍ର,ସୁର୍ୟୋଦୟ-ପ୍ରାତଃ ଘ୦୬/୨୮/୧୫,ସୂର୍ଯ୍ୟାସ୍ତ -ସନ୍ଧ୍ୟାଘ୦୫/୨୯/୫୫,ଯୋଗିନୀ ଦକ୍ଷିଣେ ରାତ୍ରି ଘ୦୧/୨୬ଗତେ ପଶ୍ଚିମେ,ଧନୁ ରାଶିର ଘାତଚନ୍ଦ୍ର, ବିଛା, ଧନୁ ଓ ମୀନରାଶିର ଘାତବାର,ପଞ୍ଚମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ଦିବା ଘ୦୨/୫୪ମଧ୍ୟେ ଏକପାଦ ପୁଷ୍କରଦୋଷ,କାଳବେଳା ଓ ବାରବେଳା-ଦିବା ଘ୦୯/୧୨ଗତେ ଘ୧୧/୫୬ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୮/୦୪ମଧ୍ୟେ ଓ ଘ୦୧/୪୦ଗତେ ଘ ୦୩/୧୮ମଧ୍ୟେ ଓ ଘ୦୪/୫୩ଗତେ ଘ ୦୫/୨୯ ମଧ୍ୟେ, ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୩/୫୦ଗତେ ଘ ୦୪/୫୨ ମଧ୍ୟେ,ଅଦ୍ୟ ବେଲ ଭକ୍ଷଣ ନିଷେଧ।
ମେଷ:-ଆଜି ଆପଣଙ୍କୁ ଦେବାଦେବୀଦର୍ଶନର ସୁଯୋଗ ମିଳିବ ,ଦାମ୍ପତ୍ୟଜୀବନ ପୂର୍ବଅପେକ୍ଷା ଅଧିକ ଭଲହେବ ଯେଉଁକାମ କରିବେ,ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବାଲାଗି ଅସଫଳ ପ୍ରୟାସ କରିବେ।
ବୃଷ:-ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ।ଧାର୍ମିକଆୟୋଜନରେ ଆପଣଙ୍କୁ ସେବାକରିବାର ଅବସର ମିଳିବ। ବ୍ୟବସାୟଲାଗି ଦିନଟି ଭଲରହିବ। ଅଫିସରେ କିଛି ଏଭଳିକାମ ହେବ ଯାହାଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।
ମିଥୁନ:-ଅଚାନକ କୌଣସି କଥାକୁନେଇ ମନୋଭାବ ଖରାପ ହୋଇପାରେ। ମାତା ପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କଠାରୁ ଭଲ ଖବର ପାଇବେ।ବଡ଼ବ୍ୟବସାୟର ସଉଦା ହାତରେ ଲାଗିପାରେ।
କର୍କଟ:-ଭାଗ୍ୟ ବଦଳାଇବାପାଇଁ ଶୁଭସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେଥିବା ବ୍ୟକ୍ତିଙ୍କୁ ଭଲଖବର ମିଳିବ। ଯୌଥବ୍ୟବସାୟରୁ ଭଲଲାଭ ହେବ। ପ୍ରେମରେ ସଫଳତା ମିଳିବ।
ସି˚ହ:-ମନରେ ଦ୍ବନ୍ଦ୍ବରହିବ କିନ୍ତୁ ବ୍ୟବହାର ମଧୁର ରହିବ।କୌଣସି ସମସ୍ୟାର ସମାଧାନଲାଗି ଦିନଟିଭଲ।ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।
କନ୍ୟା:-ଆଜି ଆପଣଙ୍କମନ ଅଶାନ୍ତିରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁରହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କଲାଗି ଦିନଟି ଅନୁକୂଳ।
ତୁଳା:-ନୂଆ ଆହ୍ବାନର ସାମନା କରିବେ। କୌଣସିକାମ ତରବରିଆଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନହେବେ।ବ୍ୟବସାୟୀମାନେ ବଡ଼ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।
ବିଛା:-ଦିନଟି ଆପଣଙ୍କଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।
ଧନୁ:- ସାବଧାନରସହ କାମକରନ୍ତୁ, ଲାଭପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟବାହାର କରିନେବେ। କୌଣସି ନୂଆଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସିକାମ ପୂରା ହୋଇପାରେ।
ମକର:-ପୂରାଦିନ ଆପଣଙ୍କମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବାଲାଗି ନୂଆଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେରେ ସଫଳତା ମିଳିବ।
କୁମ୍ଭ:-ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବାକାମରେ ବାଧା ଉତ୍ପନ୍ନହେବ। ଆର୍ଥିକସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କଠାରୁ ଖୁସି ପାଇବେ।
ମୀନ:-ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

Comments (0)
Add Comment