ଆଜିର ରାଶିଫଳ

ଫେବୃଆରୀ ମାସ ୦୩ ତାରିଖ ୨୦୨୬ ମସିହା (ମଙ୍ଗଳବାର)ଫାଲଗୁନମାସ- କୃଷ୍ଣପକ୍ଷ,ତିଥି- ଦ୍ଵିତୀୟ। ରାତ୍ରି ଘ ୧୨/୪୨ ଗତେ ତୃତୀୟ।,ନକ୍ଷତ୍ର- ମଘା ରାତ୍ରି ଘ୧୦/୪୮ ଗତେ ପୁର୍ବା ଫା,ସୁର୍ୟୋଦୟ-ପ୍ରାତଃଘ୦୬/୨୫/୫୩,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୬/୩୫,
ଯୋଗିନୀ ଉତ୍ତରେ ରାତ୍ରି ଘ୧୨/୪୨ଗତେ ଅଗ୍ନିକୋଣେ ,କର୍କଟ ଓ ମକରରାଶିର ଘାତଚନ୍ଦ୍ର,ମକରରାଶିର ଘାତବାର,ଦ୍ଵିତୀୟା ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ଦ୍ଵିପାଦ ରାତ୍ରି ଘ୧୨/୪୨ଗତେ ଏକପାଦ ପୁଷ୍କରଦୋଷ,
କାଳବେଳା -ଦିବା ଘ୦୧/୨୭ ଗତେ ଘ୦୨/୫୦ ମଧ୍ୟେ,ବାରବେଳା- ଦିବା ଘ୦୭/୪୫ ଗତେ ଘ୦୯/୧୦ ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୯/୧୧ ଗତେ ଘ ୧୧/୧୩ମଧ୍ୟେ ଓ ଘ୦୨/୫୧ ଗତେ ଘ୦୩/୧୫ ମଧ୍ୟେ ଓଘ୦୪/୦୧ ଗତେ ଘ୦୫/୩୫ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି,ଅଦ୍ୟ ବୋଇତିକଖାରୁ ଭକ୍ଷଣ ନିଷେଧ।
ମେଷ-ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତିକ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାରଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି।
ବୃଷ-ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ । କୌଣସି ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ।
ମିଥୁନ-ଆଜି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ବ୍ୟବସାୟ ବାଣିଜ୍ୟକ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ବିଳମ୍ବଜନିତ କାରଣରୁ ମନସ୍ତାପ କରିବେ । ଅବଶ୍ୟ ଆର୍ଥିକଦିଗରୁ ଉପକୃତ ମଧ୍ୟ ହେବେ ,ଏପରିକି ବକେୟା ମଧ୍ୟ ପାଇପାରନ୍ତି।
କର୍କଟ-ଆଜି ହଠାତ୍ କାୈଣସି ଶୁଭଖବର ପାଇ ବିସ୍ମୟ ପ୍ରକାଶ କରିବେ ।ବିଶେଷଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ।ବନ୍ଧୁମାନଙ୍କ ଆଦର କାର୍ଯ୍ୟରେ ସଫଳତା ପୃଷ୍ଠଭୂମି ହୋଇପାରେ। ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବା ସାଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି।
ସିଂହ-ଆଜି ଆପଣ କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ। ସାମାଜିକସ୍ତରରେ ମଧ୍ୟ ସମ୍ମାନ ଲାଭ ହେବ। ମନ ଭୁଲାଣିଆ ପଦେ ମଧୁର କଥାରେ ବିମୋହିତହୋଇ ଅନ୍ୟମାନଙ୍କ ଦ୍ୱାରା ସହଜରେ ପ୍ରଭାବିତ ହୋଇପାରନ୍ତି।
କନ୍ୟା-ଆଜି ପ୍ରତ୍ୟେକକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ଅଗ୍ରାଧିକାରଦେଇ କାମକଲେ ଅପେକ୍ଷାକୃତ ସଫଳତା ପାଇବେ। ଆର୍ଥିକ ସମସ୍ୟାଯୋଗୁ ବ୍ୟସ୍ତ ରହିବାକୁ ପଡ଼ିପାରେ।ଦୁଃଖକୁ ମନରେରଖି ମୁହଁରେ ହସ ଫୁଟାଇ କର୍ମକ୍ଷେତ୍ରରେ ଅବତୀର୍ଣ୍ଣ ହେବେ।
ତୁଳା-ଆଜି ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗର ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।ବିବାଦୀୟ ଘଟଣାର ସମାଧାନରୁ ଆଶ୍ୱସ୍ତି ଲାଭ କରିବେ।
ବିଛା-ଆଜି ଯାତ୍ରା ସମୟରେ ଅନ୍ୟ ମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ଜମିଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ନୈରାଶ୍ୟ ଜନକ ସ୍ଥିତିରୁ ମାନସିକ କଷ୍ଟ ଅନୁଭବ କରିବେ। ବନ୍ଧୁ ମାନଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢ଼ାଇଦେବ।
ଧନୁ-ଆଜି ଅତୀତସ୍ମୃତି ରୋମନ୍ଥନ କରି ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସିକାମ ଉତ୍ସାହପ୍ରଦ ହେବନାହିଁ। ସ୍ବାସ୍ଥ୍ୟସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ। ଆପଣଙ୍କ କାର୍ଯ୍ୟ ଓ ଚିନ୍ତାଧାରା ନିଜ ଲୋକମାନଙ୍କ ମନରେ ଭିନ୍ନ ଭାବ ପୋଷଣ କରିପାରେ।
ମକର-ଆଜି ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବା ଆଶଙ୍କା ରହିଛି । ଭ୍ରମଣ ସୁଯୋଗ ଲାଭ ହେବ। ଇଚ୍ଛାବିରୋଧୀ ପରିସ୍ଥିତିର ସମ୍ମୁଖୀନ ହୋଇ ଆପଣଙ୍କ କଠୋର ବାକ୍ୟ ନିଜ ଲୋକମାନଙ୍କୁ ଆଘାତ ଦେଇପାରେ ।ଯାତ୍ରାସମୟରେ ସତର୍କତା ଅବଲମ୍ବନ କରନ୍ତୁ।
କୁମ୍ଭ-ଆଜି ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି।ନିକଟସମ୍ପର୍କୀୟ ମାନଙ୍କ ଦ୍ୱାରା ସାହାଯ୍ୟ ଲାଭକରି ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରିପାରିବେ । ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡ଼ିପାରେ।
ମୀନ-ଆଜି ଭଲ ସମ୍ପର୍କ ନ ଥିବା ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପ୍ରତିକୂଳ ମନ୍ତବ୍ୟ ପ୍ରଦାନ କରିବେ।ସ୍ବାସ୍ଥ୍ୟର କ୍ରମୋନ୍ନତି ସାଙ୍ଗକୁ ଇଚ୍ଛା ମୁତାବକ ମୂଲ୍ୟବାନ ଜିନିଷ ପ୍ରାପ୍ତ ହୋଇ ସାମୟିକ ଆନନ୍ଦ ଅନୁଭବ କରିପାରନ୍ତି। ଆପଣ ଭୋଗବିଳାସ ପ୍ରତି ଆକୃଷ୍ଟ ହେବେ।
!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!

Comments (0)
Add Comment