ଆଜିର ରାଶିଫଳ

ମାର୍ଚ୍ଚମାସ ୦୯ତାରିଖ ୨୦୨୬ମସିହା(ସୋମବାର)ଚୈତ୍ରମାସ-କୃଷ୍ଣପକ୍ଷ,
ତିଥି-ଷଷ୍ଠୀ ରାତ୍ରି ଘ୧୧/୩୬ଗତେ ସପ୍ତମୀନକ୍ଷତ୍ର-ବିଶାଖା ଦିବାଘ୦୫/୦୧ ଗତେ ଅନୁରାଧା,ସୁର୍ୟୋଦୟ-ପ୍ରାତଃଘ୦୬/୦୫/୨୪,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୫/୫୨/୭,ଯୋଗିନୀ ପଶ୍ଚିମେ ରାତ୍ରିଘ୧୧/୩୬ଗତେ ବାୟବ୍ୟେ, ମିଥୁନରାଶିରଘାତବାର,ଷଷ୍ଠୀ ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ଅଦ୍ୟ ମୃତେ ଦିବା ଘ୦୫/୦୧ମଧ୍ୟେ ଏକପାଦ ପୁଷ୍କରଦୋଷ କାଳବେଳା-ଦିବା ଘ୦୭/୩୦ ଗତେ ଘ୦୯/୦୦ ମଧ୍ୟେ,ବାରବେଳା-ଦିବା ଘ୦୨/୫୫ ଗତେ ଘ୦୪/୨୫ମଧ୍ୟେ,
ବିଶୁଦ୍ଧ ଅମୃତବେଳା-ଦିବା ଘ୦୭/୨୯ମଧ୍ୟେ ଓ ଘ୧୦/୫୩ଗତେ ଘ୦୧/୧୭ ମଧ୍ୟେ ଓ ରାତ୍ରି ଘ୦୬/୩୬ଗତେ ଘ୦୯/୦୦ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୪/୨୬ଗତେ ଘ୦୫/୧୭ମଧ୍ୟେ ,ଅଦ୍ୟ ନିମ୍ବଭକ୍ଷଣ ନିଷେଧ।
ମେଷ👉ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତମନ ନିଷ୍ପତ୍ତିନେବାରେ ଦ୍ୱନ୍ଦ୍ୱରେପଡିବ।ଅଫିସରେ କୌଣସି ବିଷୟନେଇ ବୁଝାମଣାରେତିକ୍ତତା ସୃଷ୍ଟିହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱଦୂର ହୋଇପାରେ।
ବୃଷ👉ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକଦ୍ୱନ୍ଦ୍ୱର ଅବସାନଘଟିବ।ଜଣେ ଆତ୍ମୀୟଙ୍କ ସହଯୋଗଦ୍ୱାରା ଅର୍ଥଲାଭ ଓ ସମ୍ମାନସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭକରି ଖୁସିରହିବେ ।ଶିଳ୍ପ, ବାଣିଜ୍ୟ,ବ୍ୟବସାୟ ଓ ପରିବହନକ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।
ମିଥୁନ👉ଆଜି ଧନ ଓକାର୍ଯ୍ୟହାନୀ ହୋଇପାରେ। ସତର୍କତାର ସହ ମାପିଚୁପି କହୁଥିଲେ ମଧ୍ୟ କିଛିନା କିଛି ଅଭିଯୋଗର କୈଫିୟତ ଦେବାକୁ ପଡିପାରେ। ଜମିଜମା, କଚେରିମାମଲା,ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତ ହେବେ ।ସନ୍ତାନଙ୍କ ବିଷୟ ଚିନ୍ତାକରି ମନ ଭଲ ଲାଗିନପାରେ।
କର୍କଟ👉ଆଜି ଅଫିସ୍‌ କାମରେ ଭାବପ୍ରବଣବଶତଃ ବିରକ୍ତିକର କଥା କହି ଅପଦସ୍ଥ ହୋଇପାରନ୍ତି ।ପରକଥାରେ ପ୍ରଭାବିତ ଭୁଲ୍‌ ମାର୍ଗର ଅନୁସରଣ କରିପାରନ୍ତି। ଜମିଜମାକାରବାର, ସତ୍‌ସଙ୍ଗ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ସ୍ଥାପନ କରିପାରନ୍ତି।
ସିଂହ👉ଆଜି ବ୍ୟୟବୃଦ୍ଧି ହେବ ତେବେ ଦୂରଯାତ୍ରାପାଇଁ ମାର୍ଗ ସୁଗମ ହେବ। କିନ୍ତୁ ଶନିଙ୍କ ସମ୍ବନ୍ଧଜନିତ ମାନସିକ ଅବସାଦବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ନହୋଇପାରେ ।ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁନାହିଁ ।ମାଲିମକଦ୍ଦମାରେ ସନ୍ତୋଷଜନକ ଫଳ ପାଇବେ।
କନ୍ୟା👉ଆଜି ଯେଉଁ କାମରେ ହାତଦେବେ,ସେଥିରେ ସଫଳତା ନିଶ୍ଚିତ ମିଳିବ ।ଆକସ୍ମିକ ଭାବରେ କୈ।ଣଶିକାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ଏବଂ ପରିସ୍ଥିତିରେପଡି ଅଯଥା ଖର୍ଚ୍ଚାନ୍ତ ହେବେ।ଦେହ ଆରୋଗ୍ୟ ହେବାସହ ସହିତ ମନ ମଧ୍ୟ ଆନନ୍ଦିତ ରହିବ।
ତୁଳା👉ଆଜି ବିଳାସବ୍ୟସନ ମଧ୍ୟରେ ଦିନଟିକୁ ଅତିବାହିତ କରିବେ।ସକାଳୁ ସକାଳୁ ଧାର,କରଜ କିମ୍ବା ପୂର୍ବ ଶତ୍ରୁତାସାମୟିକ ଆଲୋଚନାର କେନ୍ଦ୍ରବିନ୍ଦୁ ହେବାର ସୂଚନା ରହିଛି।ପରିବାର ଭିତରେ ସମସ୍ୟାସମାଧାନ ପାଇଁ ଚେଷ୍ଟା କରିବେ।ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।
ବିଛା👉ଆଜି ବିଭିନ୍ନ ପ୍ରକାରର କଳ୍ପନାଜଳ୍ପନା ମନରେ ଆଲୋଡ଼ନ ସୃଷ୍ଟି ହେବ। ଦୀର୍ଘ ସମୟର କାର୍ଯ୍ୟବ୍ୟସ୍ତତା ହେତୁ କ୍ଳାନ୍ତି ଓ ଅବସାଦ ଅନୁଭବ କରିପାରନ୍ତି। ସେବା ଓ ପରୋପକାର ହେତୁ ସାମାଜିକ ପ୍ରତିଷ୍ଠା ବଢ଼ିବ। କୌଣସି ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ଓ ଆତ୍ମୀୟତାରେ ଉତ୍‌ଫୁଲ୍ଲିତ ହୋଇପାରନ୍ତି।
ଧନୁ👉ଆଜିର ଆପଣଙ୍କ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି। ପଡୋଶୀଙ୍କସହ ସମ୍ପର୍କ ମଧୁର ରଖିବାପାଇଁ ଚେଷ୍ଟା କରି କେତେକାଂଶରେ ଉପକୃତ ହେବେ।ଦୀର୍ଘଦିନର ମଉଳିଯାଇଥିବା ଆଶା ପୁଣି ଉଜ୍ଜୀବିତ ହେବ।
ମକର👉ଆଜି ଆପଣ କୌଣସି ନୂତନ କର୍ମରେ ଉତ୍ସାହିତ ରହିବେ। କର୍ମକ୍ଷେତ୍ରରେ ପୃଷ୍ଠ ସାହାଯ୍ୟ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବାର ଆଶା ରହିଛି ।ଫେରନ୍ତା ବାଟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ବିବାଦୀୟଘଟଣାରେ ବନ୍ଧୁଙ୍କ ମଧ୍ୟସ୍ଥତାରେ ଫଇସଲା ହୋଇଯିବ।
କୁମ୍ଭ👉ଆଜି ପ୍ରତ୍ୟେକକ୍ଷେତ୍ରରେ ସତର୍କରହି କାମକରିବା ଭଲହେବ।ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲି ପାରିବେ ନାହିଁ।ଘର ସାଜସଜ୍ଜାରେ,ଆନୁଷ୍ଠାନିକ କାମରେ ବ୍ଯସ୍ତ ରହିପାରନ୍ତି। ଆର୍ଥିକଦିଗ ଭଲରହିବ ଓ କୌଣସି ଜନହିତକର କାମରେ ତାହାକୁ ବିନିଯୋଗ କରିବା ପାଇଁ ଚିନ୍ତା କରିବେ।
ମୀନ 👉ବାଣିଜ୍ୟ,ରାଜନୀତି ଓ ପ୍ରଶାସନକ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ ଆଜି ପ୍ରତ୍ୟେକ କର୍ମରେ ଶୁଭଫଳପାଇବେ।କିନ୍ତୁ ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି।ଯେତେ ଭଲକାମ କଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି।। ଜୟ ଜଗନ୍ନାଥ,ଜୟ ସୋମନାଥ, ଜୟ ମା ଯୋଗମାୟା।।

Comments (0)
Add Comment