ମାର୍ଚ୍ଚମାସ ୨୧ତାରିଖ ୨୦୨୬ମସିହା(ଶନିବାର)ଚୈତ୍ରମାସ-ଶୁକ୍ଳପକ୍ଷ,ତିଥି-ତୃତୀୟା ରାତ୍ରିଘ୧୧/୫୪ ଗତେ ଚତୁର୍ଥୀ,ନକ୍ଷତ୍ର-ଅଶ୍ୱିନୀ ରାତ୍ରି ଘ୦୧/୧୧ଗତେ ଦ୍ୱିଜା,ସୁର୍ୟୋଦୟ-ପ୍ରାତଃଘ୦ ୫/୫୫/୦୨,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୫/୫୫/୩୭,ଯୋଗିନୀ ଅଗ୍ନିକୋଣେ ରାତ୍ରିଘ୧୧/୫୪ ଗତେ ନୈରୁତେ,ମେଷରାଶିର ଘାତଚନ୍ଦ୍ର,ବୃଷ,ସିଂହ ଓ କନ୍ୟାରାଶିର ଘାତବାର,ତୃତୀୟା ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧମୃତେ ଏକପାଦ ପୁଷ୍କରଦୋଷ,କାଳବେଳା -ଦିବା ଘ୦୭/୨୦ମଧ୍ୟେ ଓ ଦିବା ଘ୦୪/୨୫ଗତେ ଘ୦୫/୫୮ମଧ୍ୟେ,ବାରବେଳା-ଦିବା ଘ୦୧/୨୪ଗତେ ଘ୦୨/୫୬ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୯/୪୮ଗତେ ଘ୦୧/୦୧ମଧ୍ୟେ ଓ ରାତ୍ରି ଘ୦୮/୨୦ ଗତେ ଘ୧୦/୪୬ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ନାସ୍ତୀ,ଅଦ୍ୟ ପୋଟଳଭକ୍ଷଣ ନିଷେଧ।
ମେଷ:-ଆଜିର ଅସମ୍ପୂର୍ଣ୍ଣକାମକୁ ସମ୍ପୂର୍ଣ୍ଣ କରିବେ।ଯିବାଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ ।ହାତକୁ ନେଇଥିବା ବ୍ୟବସାୟ ଓ ବାଣିଜ୍ୟକ୍ଷେତ୍ର ସୁଭଫଳ ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ।
ବୃଷ:-ଆଜି ଲୋକମାନଙ୍କସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କପାଇଁ ଭଲସମୟ ଅଟେ।ପରିଶ୍ରମ ଅନୁପାତରେ କମସଫଳତା ମିଳିବ। ପାଚନତନ୍ତ୍ରର ସମସ୍ୟାରେ ସ୍ୱାସ୍ଥ୍ୟ ଖରାପ ହେବାର ଆଶଂକା ଅଛି।
ମିଥୁନ :-ସମସ୍ତକାର୍ଯ୍ୟରେ ଆପଣ ଦ୍ୱନ୍ଦ୍ୱ ଅନୁଭବକରିବେ। ମାତା ଏବଂ ମହିଳାମାନଙ୍କ ମାମଲାରେ ଅଧିକ ସମ୍ବେଦନଶୀଳ ହେବେ।ବିଚାରର ଭରମାରରେ ମାନସିକଆଳସ୍ୟ ଅନୁଭବ କରିବେ। ଅନିଦ୍ରାକାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।ପାଣି କିମ୍ବା ଅନ୍ୟ ତରଳପଦାର୍ଥ ଭୟାନକ ପ୍ରମାଣିତ ହୋଇପାରନ୍ତି।
କର୍କଟ :-କାର୍ଯ୍ୟସଫଳପାଇଁ ଆଜିରଦିନ ଭଲ ରହିବ।ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ସାକ୍ଷାତକରି ଆପଣ ଖୁସି ରହିବେ।ଲଘୁ ଯାତ୍ରାର ଯୋଗ ଅଛି।ଭାଇ-ବନ୍ଧୁମାନଙ୍କସହ ମିଳାମିଶା ରହିବ।ଆର୍ଥିକଲାଭ ତଥା ସମାଜରେ ଆଦର ସମ୍ମାନମିଳିବ। ବିରୋଧିମାନଙ୍କୁ ପରାଜିତ କରିପାରିବେ।
ସିଂହ:-ଦୂରରେ ବାସକରୁଥିବା ସ୍ନେହୀଜନ ତଥା ମିତ୍ରମାନଙ୍କ ସହିତ ସନ୍ଦେଶ ବ୍ୟବହାରରେ ଆପଣଙ୍କୁ ଲାଭ ହେବ। ପରିବାରରେ ସୁଖ-ଶାନ୍ତି ରହିବ। ଉତ୍ତମଭୋଜନର ପ୍ରାପ୍ତି ହେବ। ନିର୍ଦ୍ଧାରିତ କାମରେ ସଫଳତା ମିଳିବ। ମହିଳା ମିତ୍ର ଆପଣଙ୍କୁ ସହାୟକ ପ୍ରମାଣିତ ହେବେ।
କନ୍ୟା :- ଆଜି ଆପଣ ସୌହାର୍ଦପୂର୍ଣ୍ଣ ସମ୍ବନ୍ଧ ବିକସିତକରି ନିଜରକାମ କାଢ଼ିପାରିବେ। ବ୍ୟବସାୟ ଦୃଷ୍ଟିରେ ଆଜିର ଦିନ ଲାଭଦାୟକ ପ୍ରମାଣିତ ହେବ। ଆପଣଙ୍କ ସ୍ଵାସ୍ଥ୍ୟଭଲ ରହିବ ଏବଂ ମନମଧ୍ୟ ସୁସ୍ଥ ରହିବ। ପରିଜନମାନଙ୍କ ସହିତ ସାକ୍ଷାତକରି ଏବଂ ସୁଖ-ଆନନ୍ଦ ପ୍ରାପ୍ତି ହେବ।ଧନଲାଭ ତଥା ପର୍ଯ୍ୟଟନର ଯୋଗ ଅଛି।
ତୁଳା :- ଆଜି ଆପଣ ଅନ୍ୟବ୍ୟକ୍ତି କିମ୍ବା କୁଟୁମ୍ବଜନମାନଙ୍କ ସହିତ ଉଗ୍ର ବାର୍ତ୍ତାବିନିମୟ ହେବାର ସଂଭାବନା ଅଛି।ପରୋପକାର ବଦଳରେ ଉପକାର ମିଳିପାରେ।ଆୟ ଅପେକ୍ଷା ଖର୍ଚ୍ଚରମାତ୍ରା ବଢ଼ିବ।ଦ୍ୱନ୍ଦ୍ୱ ଏବଂ ସମସ୍ୟା ମନର ଶାନ୍ତିଭଙ୍ଗ କରିବ। ଆଧ୍ୟାତ୍ମିକ ବଚନ କିମ୍ବା ଈଶ୍ଵରଙ୍କରନାମ ସ୍ମରଣ ଶାନ୍ତି ଦେବ।
ବିଚ୍ଛା :-ଆଜି ଆପଣଙ୍କ ଗୃହସ୍ଥଜୀବନରେ ସୁଖ ଏବଂ ସନ୍ତୋଷର ଅନୁଭୂତି ମିଳିବ।ପତ୍ନୀ ତଥା ପୁତ୍ରଙ୍କ ତରଫରୁ ଶୁଭ ସମାଚାର ମିଳିବ। ମାଙ୍ଗଳିକ କାର୍ଯ୍ୟହେବ। ବିବାହ ପାଇଁ ସଂଯୋଗ ବନିବ। ଚାକିରି ଧନ୍ଦାରେ ଭଲ ଅବସର ଆସିବ। ଆୟରେ ବୃଦ୍ଧି ହେବ।ମହିଳା ମିତ୍ରମାନଙ୍କଠାରୁ ଲାଭ ହେବାର ଯୋଗ ଅଛି।
ଧନୁ:-ଆଜି ଆପଣଙ୍କ କାର୍ଯ୍ୟ ସଫଳତା ପୂର୍ବକ ସଂପନ୍ନହେବ।ପରୋପକାର ଭାବନା ଆଜି ବଲବତ୍ତର ରହିବ। ଆମୋଦ-ପ୍ରମୋଦ ସହିତ ଆପଣଙ୍କଦିନ କଟିବ।ଚାକିରି-ବ୍ୟବସାୟରେ ମାନ-ସମ୍ମାନ ପ୍ରାପ୍ତି ହେବ। ଗୃହସ୍ଥଜୀବନରେ ଆନନ୍ଦ ବ୍ୟାପ୍ତି ରହିବ।
ମକର:-ଆପଣଙ୍କ ଆଜିର ଦିନ ମିଶ୍ର ଫଳଦାୟକ ପ୍ରମାଣିତ ହେବ।ବୌଦ୍ଧିକ କାର୍ଯ୍ୟଗୁଡ଼ିକରେ ଏବଂ ବ୍ୟବସାୟରେ ନୂଆବିଚାରଧାରା ଉଦ୍ରେକହେବ।ତଥାପି ମଧ୍ୟ ମନର କୌଣସିକୋଣରେ ଆପଣ ଅସୁସ୍ଥତା ଅନୁଭବ ହୋଇପାରେ।ସନ୍ତାନମାନଙ୍କ ସମସ୍ୟା ବିଷୟରେଚିନ୍ତା ସୃଷ୍ଟି ହୋଇପାରେ।
କୁମ୍ଭ :-ନକାରାତ୍ମକ ବିଚାରରେ ମନରେ ହତାସା ସୃଷ୍ଟି ହୋଇପାରେ। ଏହିସମୟ ମାନସିକ ଉଦ୍ଵେଗ ଏବଂ କ୍ରୋଧର ଭାବନା ଅନୁଭବ କରିପାରନ୍ତି।ବାଣୀଉପରେ ନିୟନ୍ତ୍ରଣ ନରହିବା କାରଣରୁ ପରିବାରରେ ମନମାଳିନ୍ୟ ଏବଂ ଝଗଡ଼ା ହେବାର ଆଶଂକା ଅଛି।ସ୍ଵାସ୍ଥ୍ୟ ଖରାପ ହୋଇପାରେ ।
ମୀନ:-ଆଜିରଦିନ ସୁଖ-ଶାନ୍ତିରେ କଟିବ। ବ୍ୟାପାରିମାନଙ୍କ ଉତ୍ତମ ସମୟ ଅଟେ। ପତି-ପତ୍ନୀଙ୍କର ମଧ୍ୟରେ ଦାମ୍ପତ୍ୟ ଜୀବନରେ ନିକଟତା ଅନୁଭବ ହେବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ମିଳନ ତଥା ସାକ୍ଷାତ ସାର୍ବଜନିକ ଜୀବନରେ ପ୍ରସିଦ୍ଧି ମିଳିବ। ଉତ୍ତମ ବୈବାହିକ ସୁଖ ପ୍ରାପ୍ତି ହେବ।