ଆଜିର ରାଶିଫଳ

ମାର୍ଚ୍ଚମାସ ୩୧ତାରିଖ ୨୦୨୬ମସିହା (ମଙ୍ଗଳବାର)ଚୈତ୍ରମାସ- ଶୁକ୍ଳପକ୍ଷ,
ତିଥି- ତ୍ରୟୋଦଶୀ ଦିବା ଘ୦୬/୫୦ ଗତେ ଚତୁର୍ଦ୍ଦଶୀ,ନକ୍ଷତ୍ର- ପୂର୍ବା ଫା ଦିବା ଘ୦୩/୫୪ ଗତେ ଉତ୍ତରା ଫା,ସୁର୍ୟୋଦୟପ୍ରାତଃଘ୦୫/୪୬/୨୨,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୮/୦୭,ଯୋଗିନୀ ଦକ୍ଷିଣ ଦିବା ଘ୦୬/୫୦ ଗତେ ପଶ୍ଚିମେ,କର୍କଟ ଓ ମକର ରାଶିର ଘାତଚନ୍ଦ୍ର,ମକର ରାଶିର ଘାତବାର,
ଚତୁର୍ଦ୍ଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ମୃତେ ଏକପାଦ ଦିବା ଘ୦୩/୫୪ ଗତେ ଦ୍ଵୀପାଦ ପୁଷ୍କର ଦୋଷ,କାଳବେଳା -ଦିବା ଘ୦୧/୨୧ ଗତେ ଘ୦୨/୫୫ ମଧ୍ୟେ,ବାରବେଳା-ଦିବା ଘ୦୭/୧୭ ଗତେଘ୦୮/୫୦ମଧ୍ୟେ,ବିଶୁଦ୍ଧ ଅମୃତ ବେଳା-ଦିବା ଘ୦୮/୫୧ଗତେ ଘ୧୦/ ୩୬ ମଧ୍ୟେ ଓ ଘ୦୧/୦୦ଗତେ ଘ୦୧ /୨୦ମଧ୍ୟେ ଓ ଘ୦୩/୨୫ ଗତେ ଘ୦୪/୫୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।-ନ।ସ୍ତି,ଅଦ୍ୟ ବିରି ଭକ୍ଷଣ ନିଷେଧ।
ମେଷ :-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତାପାଇବେ।ନୂତନ କର୍ମାରମ୍ଭ କିମ୍ବା ନୂତନନିଯୁକ୍ତିର ସମ୍ଭାବନା ରହିଛି।ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌କର୍ମରେ ପରିଶ୍ରମଜାରି ରଖିବେ।ମହିଳାମାନେ କର୍ତ୍ତବ୍ୟପ୍ରତି ସଚେତନ ହେବେ ।
ବୃଷ :-ଆଜି ବାଣିଜ୍ୟ,ବ୍ୟବସାୟରେ ଆୟ ସ୍ୱଳ୍ପରହିବ।କର୍ମସ୍ଥାନରେ ସହକର୍ମୀଙ୍କସହ ମତାନ୍ତର ଓ ଉପରିସ୍ଥକର୍ମଚାରୀଙ୍କ ରୋଷର ଶିକାରହେବେ । ବାପାମାଙ୍କ ସ୍ୱାସ୍ଥ୍ୟକୁନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ।ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ।ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
ମିଥୁନ :-ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ।ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ।ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ,କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ।ମହିଳାମାନେ ବିଷାଦଗ୍ରସ୍ତ ହେବେ ।
କର୍କଟ:-ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ।ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗରହିଛି ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।
ସିଂହ :-ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ।ବାଣିଜ୍ୟ,ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ଅନାଗ୍ରହୀ ହେବେ।ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
କନ୍ୟା:-ଅପମାନ,ଅପଯଶ,ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମ•ରୀ ଅପମାନ ଦେଇପାରନ୍ତି।ବାପାମାଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ।ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।
ତୁଳା :-ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧାସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ।ମହିଳାମାନେ ଅତିଥି ସତ୍କାର କରିବେ।
ବିଛା :-କର୍ମପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧିପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି।ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।
ଧନୁ :-ଆର୍ଥିକ କ୍ଷତି,ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟିହେବ।ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ ।ଧନକୁନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ,କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।
ମକର :-ବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ।ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମହେବ।କର୍ମରେ କିଛି ବିଘ୍ନଘଟିପାରେ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌କର୍ମରେ ପ୍ରଶଂସିତ ହେବେ।ମହିଳାମାନେ ପରିବାରର ଆଦର ପାଇବେ
କୁମ୍ଭ :-ଅଟକିଥିବା କାମ ପୁଣି ଆରମ୍ଭ କରିବାପାଇଁ ମନସ୍ଥ କରିବେ।ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ।ବ୍ୟୟ ଭାର କମ୍‌ ରହିବ।ହୃତଧନ ଫେରିପାଇବେ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ।ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
ମୀନ :-କର୍ମରେ ଉନ୍ନତି ଓ ସଫଳତା ପାଇବେ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ।ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି।ମୂଲ୍ୟବାନ ଧାତୁ କିମ୍ବା ଭୂମିକ୍ରୟ କରିବା ପାଇଁ ଯୋଜନା କରିବେ।ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ।ମହିଳାମାନେ ଆନନ୍ଦିତ ହେବେ।।ଜୟଜଗନ୍ନାଥ,ଜୟସୋମନାଥ,ଜୟ ମାଯୋଗମାୟା।।

Comments (0)
Add Comment