ଏପ୍ରିଲମାସ ୦୪ତାରିଖ ୨୦୨୬ମସିହା(ଶନିବାର)ଚୈତ୍ରମାସ-ଶୁକ୍ଳପକ୍ଷ,
ତିଥି-ଦ୍ୱିତୀୟା ଦିବାଘ୧୦/୦୫ଗତେ ତୃତୀୟା,ନକ୍ଷତ୍ର-ସ୍ୱାତୀ ରାତ୍ରି ଘ୧୦/୧୮ ଗତେ ବିଶାଖା,ସୁର୍ୟୋଦୟ-ପ୍ରାତଃଘ୦୫/୪୨/୪୨,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୫/୫୮/୫୭,ଯୋଗିନୀ ଉତ୍ତରେ ଦିବା ଘ୧୦/୦୫ଗତେ ଅଗ୍ନି କୋଣେ, ବୃଷ,ସିଂହ ଓ କନ୍ୟାରାଶିର ଘାତବାର,ତୃତୀୟାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ମୃତେ ଦ୍ଵିପାଦ ଦିବାଘ୧୦/୦୫ଗତେ ଏକପାଦ ଓ ରାତ୍ରି ଘ୧୦/୧୯ ଗତେ ଦ୍ଵିପାଦ ପୁଷ୍କରଦୋଷ,କାଳବେଳା-ଦିବା ଘ୦୭/୧୩ମଧ୍ୟେ ଓ ଘ୦୪/୨୨ ଗତେ ଘ୦୫/୫୪ ମଧ୍ୟେ,ବାରବେଳା-ଦିବା ଘ୦୧/୨୨ଗତେ ଘ୦୨/୫୫ ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୯/୪୧ଗତେ ଘ୧୨/୫୪ ମଧ୍ୟେ ଓ ରାତ୍ରି ଘ୦୮/୨୦ଗତେ ଘ୧୦/୪୫ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ନାସ୍ତି,ଅଦ୍ୟ ପୋଟଳ ଭକ୍ଷଣ ନିଷେଧ।
ମେଷ:-ବ୍ୟବସାୟୀମାନଙ୍କପାଇଁ ଆଜିରଦିନ ଲାଭଦାୟକ ହେବ।ଆର୍ଥିକଲାଭ ମିଳିବ।ଲମ୍ବାସମୟର ଆର୍ଥିକ ଆୟୋଜନ ମଧ୍ୟ କରିପାରିବେ।ଶରୀର ଏବଂ ମନ ସୁସ୍ଥ ରହିବ।ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।
ବୃଷ :-ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା ମିଳିବ। ପାଚନତନ୍ତ୍ରର ସମସ୍ୟାରେ ସ୍ୱାସ୍ଥ୍ୟ ଖରାପହେବାର ଆଶଂକା ଅଛି।
ମିଥୁନ :-ସମସ୍ତ କାର୍ଯ୍ୟରେ ଆପଣ ଦ୍ୱନ୍ଦ୍ୱ ଅନୁଭବ କରିବେ। ମାତା ଏବଂ ମହିଳାମାନଙ୍କ ମାମଲାରେ ଅଧିକ ସମ୍ବେଦନଶୀଳ ହେବେ।ବିଚାରର ଭରମାରରେ ମାନସିକଆଳସ୍ୟ ଅନୁଭବ କରିବେ।ଅନିଦ୍ରା କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।ପାଣି କିମ୍ବା ଅନ୍ୟ ତରଳ ପଦାର୍ଥ ଭୟାନକ ପ୍ରମାଣିତ ହୋଇପାରନ୍ତି।
କର୍କଟ :-କାର୍ଯ୍ୟସଫଳପାଇଁ ଆଜିରଦିନ ଭଲରହିବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ସାକ୍ଷାତକରି ଆପଣ ଖୁସି ରହିବେ।ଲଘୁଯାତ୍ରାର ଯୋଗ ଅଛି। ଭାଇ-ବନ୍ଧୁମାନଙ୍କସହ ମିଳାମିଶା ରହିବ।ଆର୍ଥିକଲାଭ ତଥା ସମାଜରେ ଆଦର ସମ୍ମାନମିଳିବ। ବିରୋଧିମାନଙ୍କୁ ପରାଜିତ କରିପାରିବେ।
ସିଂହ :-ଦୂରରେ ବାସ କରୁଥିବା ସ୍ନେହୀଜନ ତଥା ମିତ୍ରମାନଙ୍କ ସହିତ ସନ୍ଦେଶ ବ୍ୟବହାରରେ ଆପଣଙ୍କୁ ଲାଭହେବ।ପରିବାରରେ ସୁଖ-ଶାନ୍ତି ରହିବ। ଉତ୍ତମ ଭୋଜନର ପ୍ରାପ୍ତି ହେବ।ନିର୍ଦ୍ଧାରିତ କାମରେ ସଫଳତାମିଳିବ। ମହିଳା ମିତ୍ର ଆପଣଙ୍କୁ ସହାୟକ ପ୍ରମାଣିତ ହେବେ।
କନ୍ୟା:- ଆଜି ଆପଣ ସୌହାର୍ଦପୂର୍ଣ୍ଣ ସମ୍ବନ୍ଧ ବିକସିତ କରି ନିଜର କାମ କାଢ଼ି ପାରିବେ। ବ୍ୟବସାୟ ଦୃଷ୍ଟିରେ ଆଜିରଦିନ ଲାଭଦାୟକ ପ୍ରମାଣିତ ହେବ। ଆପଣଙ୍କ ସ୍ଵାସ୍ଥ୍ୟ ଭଲରହିବ ଏବଂ ମନ ମଧ୍ୟ ସୁସ୍ଥରହିବ। ପରିଜନମାନଙ୍କ ସହିତ ସାକ୍ଷାତକରି ଏବଂ ସୁଖ-ଆନନ୍ଦପ୍ରାପ୍ତି ହେବ। ଧନ ଲାଭ ତଥା ପର୍ଯ୍ୟଟନର ଯୋଗ ଅଛି।
ତୁଳା :-ଆଜି ଆପଣ ଅନ୍ୟବ୍ୟକ୍ତି କିମ୍ବା କୁଟୁମ୍ବଜନମାନଙ୍କ ସହିତ ଉଗ୍ର ବାର୍ତ୍ତାବିନିମୟ ହେବାର ସଂଭାବନା ଅଛି।ପରୋପକାର ବଦଳରେ ଉପକାର ମିଳିପାରେ।ଆୟଅପେକ୍ଷା ଖର୍ଚ୍ଚରମାତ୍ରା ବଢ଼ିବ। ଦ୍ୱନ୍ଦ୍ୱ ଏବଂ ସମସ୍ୟା ମନର ଶାନ୍ତି ଭଙ୍ଗ କରିବ। ଆଧ୍ୟାତ୍ମିକ ବଚନ କିମ୍ବା ଈଶ୍ଵରଙ୍କର ନାମ ସ୍ମରଣ ଶାନ୍ତି ଦେବ।
ବିଚ୍ଛା :-ଆଜି ଆପଣଙ୍କ ଗୃହସ୍ଥଜୀବନରେ ସୁଖ ଏବଂ ସନ୍ତୋଷର ଅନୁଭୂତି ମିଳିବ। ପତ୍ନୀ ତଥା ପୁତ୍ରଙ୍କ ତରଫରୁ ଶୁଭ ସମାଚାର ମିଳିବ। ମାଙ୍ଗଳିକ କାର୍ଯ୍ୟ ହେବ। ବିବାହପାଇଁ ସଂଯୋଗ ବନିବ।ଚାକିରି ଧନ୍ଦାରେ ଭଲ ଅବସର ଆସିବ। ଆୟରେ ବୃଦ୍ଧି ହେବ।ମହିଳା ମିତ୍ରମାନଙ୍କଠାରୁ ଲାଭ ହେବାର ଯୋଗ ଅଛି।
ଧନୁ:-ଆଜି ଆପଣଙ୍କକାର୍ଯ୍ୟ ସଫଳତା ପୂର୍ବକ ସଂପନ୍ନହେବ।ପରୋପକାର ଭାବନା ଆଜି ବଲବତ୍ତର ରହିବ।ଆମୋଦ- ପ୍ରମୋଦ ସହିତ ଆପଣଙ୍କ ଦିନ କଟିବ। ଚାକିରି-ବ୍ୟବସାୟରେ ମାନ-ସମ୍ମାନ ପ୍ରାପ୍ତିହେବ। ଗୃହସ୍ଥଜୀବନରେ ଆନନ୍ଦ ବ୍ୟାପ୍ତି ରହିବ।
ମକର :-ଆପଣଙ୍କ ଆଜିରଦିନ ମିଶ୍ର ଫଳଦାୟକ ପ୍ରମାଣିତହେବ।ବୌଦ୍ଧିକ କାର୍ଯ୍ୟଗୁଡ଼ିକରେ ଏବଂ ବ୍ୟବସାୟରେ ନୂଆବିଚାରଧାରା ଉଦ୍ରେକ ହେବ।ତଥାପି ମଧ୍ୟ ମନର କୌଣସି କୋଣରେ ଆପଣ ଅସୁସ୍ଥତା ଅନୁଭବ ହୋଇପାରେ।ସନ୍ତାନମାନଙ୍କ ସମସ୍ୟାବିଷୟରେ ଚିନ୍ତା ସୃଷ୍ଟି ହୋଇପାରେ।
କୁମ୍ଭ :-ନକାରାତ୍ମକ ବିଚାରରେ ମନରେ ହତାସା ସୃଷ୍ଟି ହୋଇପାରେ।ଏହି ସମୟ ମାନସିକ ଉଦ୍ଵେଗ ଏବଂ କ୍ରୋଧର ଭାବନା ଅନୁଭବ କରିପାରନ୍ତି।ବାଣୀଉପରେ ନିୟନ୍ତ୍ରଣ ନରହିବା କାରଣରୁ ପରିବାରରେ ମନମାଳିନ୍ୟ ଏବଂ ଝଗଡ଼ା ହେବାର ଆଶଂକା ଅଛି।ସ୍ଵାସ୍ଥ୍ୟ ଖରାପ ହୋଇପାରେ।
ମୀନ:-ଆଜିରଦିନ ସୁଖ-ଶାନ୍ତିରେ କଟିବ।ବ୍ୟାପାରିମାନଙ୍କ ଉତ୍ତମ ସମୟ ଅଟେ।ପତି-ପତ୍ନୀଙ୍କର ମଧ୍ୟରେ ଦାମ୍ପତ୍ୟଜୀବନରେ ନିକଟତା ଅନୁଭବ ହେବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ମିଳନ ତଥା ସାକ୍ଷାତ ସାର୍ବଜନିକ ଜୀବନରେ ପ୍ରସିଦ୍ଧି ମିଳିବ।ଉତ୍ତମ ବୈବାହିକ ସୁଖପ୍ରାପ୍ତି ହେବ।।ଜୟ ଜଗନ୍ନାଥ,ଜୟସୋମନାଥ,ଜୟ ମାଯୋଗମାୟା।।