ଆଜିର ରାଶିଫଳ

ଏପ୍ରିଲମାସ ୧୨ତାରିଖ ୨୦୨୬ମସିହା (ରବିବାର)ବୈଶାଖମାସ- କୃଷ୍ଣପକ୍ଷ, ତିଥି- ଦଶମୀ ରାତ୍ରି ଘ୦୧/୩୬ ଗତେ ଏକାଦଶୀ,ନକ୍ଷତ୍ର- ଶ୍ରବଣ। ଦିବା ଘ୦୪/୧୨ଗତେ ଧନିଷ୍ଟା,ସୁର୍ୟୋଦୟ-ପ୍ରାତଃଘ୦୫/୩୬/୧୬,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୧/୧୭,ଯୋଗିନୀ ଉତ୍ତରେ ରାତ୍ରି ଘ୦୧/୩୬ ଗତେ ଅଗ୍ନିକୋଣେ,ମେଷରାଶିର ଘାତବାର,ସିଂହରାଶିର ଘାତଚନ୍ଦ୍ର, ଦଶମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ମୃତେ ଏକପାଦ ପୁଷ୍କର ଦୋଷ, କାଳବେଳା ଓ ବାରବେଳା-ଦିବା ଘ୧୦/୧୬ଗତେ ଘ୦୧/୨୪ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୬/୨୫ ଗତେ ଘ୦୯/୩୯ମଧ୍ୟେ ଓ ରାତ୍ରି ଘ୦୭/୩୭ଗତେ ଘ୦୯/୧୪ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୬/୨୫ମଧ୍ୟେ ଓ ରାତ୍ରି ଘ୦୬/୪୮ ଗତେ ଘ୦୭/୩୬ମଧ୍ୟେ,ଅଦ୍ୟ କଳମଶାଗ ଭକ୍ଷଣ ନିଷେଧ।
ମେଷ:-ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।
ବୃଷ:-ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।
ମିଥୁନ:-ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନି କଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।
କର୍କଟ:-ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପରକ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।
ସିଂହ:-ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ମାଲିମକ ଦ୍ଦମା,ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।
କନ୍ୟା:-ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇ ପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା,ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।
ତୁଳା:-ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ।କୌଣସି କାମ ସ୍ଥଗିତ ରହିବ ନାହିଁ କିନ୍ତୁ ହସ୍ତା ନକ୍ଷତ୍ର ସକାଶେ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା:-ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଜ୍ୟେଷ୍ଠା ନକ୍ଷତ୍ର ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନକରି ଲକ୍ଷ୍ୟପୂରଣରେ ସମର୍ଥ ହୋଇପାରନ୍ତି।
ଧନୁ:-ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟକାରବାର କ୍ଷେତ୍ରରେ ବେଶ୍‌ ଖୁସୀ ରହିବେ। ରାଜନୀତିରେ ଓ ସାଙ୍ଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।
ମକର:-ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି ।ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ । ବିଳାସବ୍ୟସନ ଦ୍ରବ୍ୟକ୍ରୟ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତହେବା ସହ ଏହାକୁ ସଫଳକରିବାର ମଉକା ପାଇପାରିବେ।
କୁମ୍ଭ:-ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ରକରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।
ମୀନ:-ଆଜିର ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗିରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।।ଜୟଜଗନ୍ନାଥ,ଜୟ ସୋମନାଥ,ଜୟ ମାଯୋଗମାୟା।।

Comments (0)
Add Comment