ଏପ୍ରିଲମାସ ୨୩ତାରିଖ ୨୦୨୬ମସିହା(ଗୁରୁବାର)ବୈଶାଖମାସ-ଶୁକ୍ଳପକ୍ଷ,ତିଥି- ସପ୍ତମୀ ରାତ୍ରି ଘ୦୯/୧୫ଗତେ ଅଷ୍ଟମୀ,ନକ୍ଷତ୍ର-ପୁନର୍ବସୁ ରାତ୍ରି ଘ୦୯/୫୯ ଗତେ ପୁଷ୍ୟା,ଚନ୍ଦ୍ର-ମିଥୁନ ଦିବାଘ୦୪/୧୪ଗତେ କର୍କଟ,ସୁର୍ୟୋଦୟ-ପ୍ରାତଃଘ୦୫/୨୮/୧୪,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୬/୦୪/୩୪,ଯୋଗିନୀ ବାୟବ୍ୟେ ରାତ୍ରି ଘ୦୯/୧୫ଗତେ ଐଶାନ୍ୟେ,ତୁଳା ଓ କୁମ୍ଭ ରାଶିର ଘାତବାର,କନ୍ୟା ରାଶିର ଘାତଚନ୍ଦ୍ର,ସପ୍ତମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ଅଦ୍ୟ ମୃତେ ଦ୍ଵିପାଦ ଓ ରାତ୍ରି ଘ୦୯/୧୫ ଗତେ ଘ୦୯/୫୮ମଧ୍ୟେ ଏକପାଦ ପୁଷ୍କରଦୋଷ,କାଳବେଳା ଓ ବାରବେଳା-ଦିବା ଘ୦୨/୫୫ଗତେ ଘ୦୬/୦୫ମଧ୍ୟେ,ବିଶୁଦ୍ଧ ଅମୃତବେଳା- ରାତ୍ରି ଘ୧୨/୧୪ଗତେ ଘ୦୩/୩୭ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ଦିବା ଘ୦୭/୦୫ମଧ୍ୟେ ଓ ଘ୧୦/୧୬ଗତେ ଘ୧୨/୪୦ମଧ୍ୟେ,ଅଦ୍ୟତାଳ ରାତ୍ରି ଘ୦୯/୧୫ଗତେ ନଡ଼ିଆ ଭକ୍ଷଣ ନିଷେଧ,
ମେଷ:-ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ।ପୂଜାର୍ଚନା ପାଇଁ ଅନୁକୁଳ ରହିବ।ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବାଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ।ବିଦେଶ ଯିବା ଲୋକ ଶୁଭଖବର ପାଇବେ।
ବୃଷ:-ଆଜି ନିଜେ ଜୀବନରେ କିଛି କରିବାପାଇଁ ମନରେ ନୂଆନୂଆ ଚିନ୍ତା ଉତ୍ପନ୍ନ ହେବ।ନେତାଙ୍କ ମାଧୢମରେ ଲାଭ ପାଇବେ।ବ୍ୟବସାୟରେ ଲାଗି ରହିଥିବା ବାଧା ଦୂରହେବ।ପାରିବାରିକ ଜୀବନ ଶାନ୍ତିମୟ ହେବ।
ମିଥୁନ:-ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରିବେ। ପଇସା ଯେମିତିଆସିବ;ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍ରେ ମହତ୍ତ୍ବପୂର୍ଣ୍ଣବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।
କର୍କଟ:-ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ।ବିଦେଶରେ ଚାକିରିପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତମିଳିପାରେ।ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
ସି˚ହ:-ଆଜି ଶୁଭଗ୍ରହଙ୍କ କୃପାଦୃଷ୍ଟି ଆପଣଙ୍କ ଉପରେ ରହିଛି।ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧିହେବ।ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ।ସ୍ବାଦିଷ୍ଠ ଖାଦ୍ୟଭୋଜନ କରିବେ।ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।
କନ୍ୟା:-ଆଜି ନିଜର ମିଷ୍ଟବ୍ୟବହାରରେ ସବୁକାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ଦାୟିତ୍ବ ଦେବେ।ନୂଆନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।
ତୁଳା:-ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ।ବିଦ୍ୟୁତ୍ ଓ ବଡବ୍ୟବସାୟୀମାନେ ନୂଆ ଡିଲ୍ କରିପାରନ୍ତି।ବାହନ କିଣିବା ଲାଗି ମନ ବଳିବ।
ବିଛା:- ଆଜି କୌଣସିକାର୍ଯ୍ୟକୁ ନୂଆକରି ମୂଳରୁ ଆରମ୍ଭ କରିବେ।ରାଜନୀତି କ୍ଷେତ୍ରରେଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ।ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ।ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍ ଆନନ୍ଦ ମିଳିବ।
ଧନୁ:-ଆର୍ଥିକଲାଭ ପାଇଁ ଭଲ ଦିନଟିଏ।କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କସହିତ ହସଖୁସିରେ ସମୟ କଟିବ।
ମକର:-ପରିବାରରେ ଏକତା ଓ ପ୍ରେମ ବଢ଼ିବ।ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତହେବ।ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ।
କୁମ୍ଭ:-ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ,ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟକରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍ କରିବେ। ପଇସାକୁନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।
ମୀନ:-ଆଧୢାତ୍ମିକ ଭାବନାରେ ସମୟ ବିତିବ।ବିଭିନ୍ନକ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ।କଳାସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ।ଚାକିରି ସମ୍ବନ୍ଧୀୟ ଖୁସିଖବର ମିଳିବ।।
ଜୟ ଜଗନ୍ନାଥ,ଜୟସୋମନାଥ,ଜୟ ମାଯୋଗମାୟା।।