ମଇ ମାସ ୧୨ ତାରିଖ ୨୦୨୬ ମସିହା (ମଙ୍ଗଳବାର)ଜ୍ୟେଷ୍ଠମାସ- କୃଷ୍ଣପକ୍ଷ,ତିଥି-ଦଶମୀ ଦିବା ଘ୦୩/୦୧ ଗତେ ଏକାଦଶୀ,ନକ୍ଷତ୍ର-ପୂର୍ବଭାଦ୍ର ରାତ୍ରି ଘ୦୨/୦୩ଗତେ ଉତ୍ତରଭାଦ୍ର,ସୁର୍ୟୋଦୟପ୍ରାତଃଘ୦୫/୧୮/୦୦,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୬/୧୧/୫୨,ଯୋଗିନୀ ଉତ୍ତରେ ଦିବା ଘ୦୩/୦୧ଗତେ ଅଗ୍ନିକୋଣେ,ମକର ରାଶିର ଘାତବାର,ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର,ଦଶମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ଦ୍ୱିପାଦ ଓ ରାତ୍ରି ଘ୦୨/୦୩ଗତେ ଏକପାଦ ପୁଷ୍କରଦୋଷ,କାଳବେଳା -ଦିବା ଘ୦୧/୨୫ ଗତେ ଘ୦୩/୦୧ ମଧ୍ୟେ,ବାରବେଳା-ଦିବା ଘ୦୬/୫୦ଗତେ ଘ୦୮/୨୬ ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୮/୨୭ଗତେ ଘ୧୦/୦୬ମଧ୍ୟେ ଓ ଘ୧୨/୨୮ଗତେ ଘ୦୧/୨୪ମଧ୍ୟେ ଓ ଘ୦୩/୦୨ଗତେ ଘ୦୪/୩୦ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ନ।ସ୍ତି,ଅଦ୍ୟ କଳମଶାଗ ଦିବାଘ୦୩/୦୧ଗତେ ଶିମ୍ବ ଭକ୍ଷଣ ନିଷେଧ।
ମେଷ:-ଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବନାହିଁ।ବୃଥାବିବାଦ,ଟଣାଓଟରାମଧ୍ୟରେ ଆଗକୁ ଯାଇପାରିବେ ନାହିଁ।
ବୃଷ:-ବାଣିଜ୍ୟ, ସନ୍ତାନଙ୍କ ସମସ୍ୟାସମାଧାନ ହେବ।ବିବାଦ, ଚୋରି, ବୃଥାଟନଜନିତ ଅପବ୍ୟୟର ସୀମାଟପିଯିବ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍ବେଗ ବଢିପାରେ।
ମିଥୁନ:-ଆଜି ଆକସ୍ମିକ ଭାବରେ କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଶତ୍ରୁତା, ରୋଗପୀଡା କିମ୍ବା ଋଣ ପରିଶୋଧଜନିତ ଅର୍ଥବ୍ୟୟ କରିବେ କିନ୍ତୁ କର୍ମ କ୍ଷେତ୍ରରେ ସୁନ୍ଦର ସୁଯୋଗ ପ୍ରାପ୍ତ ହେବ।
କର୍କଟ:-ଆତ୍ମୀୟ ସ୍ବଜନଙ୍କ ସହ କଳହ ହୋଇପାରେ ।ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝି ପାରିବେନାହିଁ। କିନ୍ତୁ ଭାଗ୍ୟଭାବସ୍ଥ ମଙ୍ଗଳପ୍ରଭାବରେ ଅପୀଡାଦଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ।
ସିଂହ:-ଆଜି ଆପଣଙ୍କ ପରିବାର ଓ ବନ୍ଧୁ ସମ୍ପର୍କ କ୍ଷୁଣ୍ଣ ହୋଇପାରେ । କିନ୍ତୁ ଉପରିସ୍ଥ ଅଧିକାରୀଙ୍କ ଅନୁକମ୍ପାରୁ ଅଫିସରେ ସହାନୁଭୂତିର ସହ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ଦିନଟି ପୀଡାଦାୟକ
କନ୍ୟା:-ଆଜି ନୂତନ କର୍ମାରମ୍ଭ ପାଇଁ ଆନୁଷଙ୍ଗିକ ଖୋରାକ ଯୋଗଇବ। ଫଳରେ ଆପଣଙ୍କ ସହକର୍ମୀ ଅଯାଚିତ ଭାବରେ ସହଯୋଗର ହାତ ବଢାଇପାରନ୍ତି। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ତଥା ପାରିବାରିକ ସମସ୍ୟାର ତ୍ୱରିତ ସମାଧାନ ପାଇଁ ଚିନ୍ତା କରିବେ।
ତୁଳା:-ଆଜି ପାରିବାରିକ ଅବସ୍ଥାରେ ସାମାନ୍ୟ ଉନ୍ନତି ପରିଲଖିତକ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖାଦେଇପାରେ। ସ୍ବାସ୍ଥ୍ୟ, ପରିବାର, କର୍ମକ୍ଷେତ୍ରସମ୍ପର୍କି ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।
ବିଛା:-ଆଜି ସୁ ଭୋଜନ ଓ ଧନଲାଭ ହେବ ଅଫିସରେ ଦୃଢ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବା ସହ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବ ।କୌଣସି ଜଣାଶୁଣା ବ୍ୟକ୍ତିଙ୍କ ପ୍ରତିରୋଧ ଆଶାକୁ ପ୍ରତିହତ କରିପାରେ।
ଧନୁ:- ଆଜି ଦିନରେ ମନ ଭଲ ରହିବ ନାହିଁ । ପ୍ରତ୍ୟୁଷ ଯାତ୍ରାରେ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।ସତ୍ କାମରେ ବ୍ୟୟ କରିବା ସହ ବନ୍ଧୁମାନଙ୍କ ଶୁଭଚିନ୍ତକ ଭାବରେ କାମ କରିବାରେ ଆଗ୍ରହ ପ୍ରକାଶ କରିପାରନ୍ତି।
ମକର:-ଆଜି ପ୍ରତ୍ୟେକ କ୍ଷେତ୍ରରେ ପୂର୍ବଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ। ସାମାନ୍ୟ ବଚସା ପରେ ଯାଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି।ବନ୍ଧୁଙ୍କ ଅନୁରାଗ ପ୍ରତି ମନରେ ଦୁର୍ବଳତା ଆସିପାରେ।
କୁମ୍ଭ:-ଆଜି ଅର୍ଥଲାଭ ହେବ କିନ୍ତୁ ସାମାନ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ପରିଲକ୍ଷିତ ହେବ। ସାମୟିକ ଭାବରେ କଚେରି ମାମଲା ବିଷୟ ନେଇ ଚିନ୍ତିତ ରହିପାରନ୍ତି।
ମୀନ:-ବନ୍ଧୁଙ୍କ ଅନୁରୋଧରେ ଆନୁଷ୍ଠାନିକକାମରେ ଖଟଣି ବଢିଯିବ କିନ୍ତୁ ଆଶାନୁରୂପ ସଫଳତା ପାଇବେ ନାହିଁ।କୌଣସି ସହକର୍ମୀଙ୍କୁ ପ୍ରତୀକ୍ଷା କରି ଦେଖା ପାଇବେ ନାହିଁ।ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ପ୍ରୀତିପ୍ରଦ ରହିବ।।ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା।।