ଆଜିର ରାଶିଫଳ

ଜୁନ୍ ମାସ ୨୮ ତାରିଖ ୨୦୨୬ ମସିହା (ରବିବାର)ଜ୍ୟେଷ୍ଠ ମାସ- ଶୁକ୍ଳପକ୍ଷ
ତିଥି- ଚତୁର୍ଦ୍ଦଶୀ ରାତ୍ରି ଘ୦୩/୧୧ ଗତେ ପୂର୍ଣ୍ଣିମା,ନକ୍ଷତ୍ର- ଜ୍ୟେଷ୍ଠ। ରାତ୍ରି ଘ୦୧/୫୮ ଗତେ ମୂଳା,ସୁର୍ୟୋଦୟ- ପ୍ରାତଃ ଘ୦୫/୧୪/୪୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୬/୧୮,ଯୋଗିନୀ ପଶ୍ଚିମେ ରାତ୍ରି ଘ୦୩/୧୧ ଗତେ ବାୟବ୍ୟେ,ମେଷ ରାଶିର ଘାତବାର,ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର,ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ମୃତେ ଏକପାଦ ପୁଷ୍କରଦୋଷ,କାଳବେଳା ଓ ବାରବେଳା- ଦିବା ଘ୧୦/୧୦ ଗତେ ଘ୦୧/୩୧ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୫୦ ଗତେ ଘ୦୯/୧୫ ମଧ୍ୟେ ଓ ଘ୦୧/୩୨ ଗତେ ଘ୦୨/୦୨ ମଧ୍ୟେ ଓ ରାତ୍ରି ଘ୦୮/୦୧ ଗତେ ଘ୧୧/୧୪ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୩/୪୦ ଗତେ ଘ୦୪/୨୫ ମଧ୍ୟେ,ଅଦ୍ୟ ବିରି ରାତ୍ରି ଘ୦୩/୧୧ ଗତେ ଆମିଷ ଭକ୍ଷଣ ନିଷେଧ।
ମେଷ:-ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।
ବୃଷ:-ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।
ମିଥୁନ:- ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।
କର୍କଟ:- ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।
ସି˚ହ:- ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।
କନ୍ୟା:- ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।
ତୁଳା:- ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।
ବିଛା:-ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।
ଧନୁ:-ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।
ମକର:- ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।କୁମ୍ଭ:-ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।
ମୀନ:-ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।।ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା।।

Comments (0)
Add Comment