ଜୁଲାଇମାସ୨୮ତାରିଖ ୨୦୨୬ମସିହା(ମଙ୍ଗଳବାର)ଆଷାଢ଼ମାସ- ଶୁକ୍ଳପକ୍ଷ,ତିଥି-ଚତୁର୍ଦ୍ଦଶୀ ସନ୍ଧ୍ୟାଘ୦୬/୨୭ଗତେ ପୁର୍ଣିମା,ନକ୍ଷତ୍ର-ପର୍ବାଷାଢା ଦିବା ୦୨/୦୨ଗତେ ଉତ୍ତରାଷାଢା,ସୁର୍ୟୋଦୟ-ପ୍ରାତଃ ଘ୦୫/୨୫/୩୨,ସୂର୍ଯ୍ୟାସ୍ତ -ସନ୍ଧ୍ୟାଘ୦୬/୨୩/୨୦,ଯୋଗିନୀ ପଶ୍ଚିମେ ସନ୍ଧ୍ୟାଘ୦୬/୨୭ ଗତେ ବାୟବ୍ୟେ,ତୁଳା ଓ କୁମ୍ଭରାଶିର ଘାତଚନ୍ଦ୍ର,ମକରରାଶିର ଘାତବାର,ଚତୁର୍ଦ୍ଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ଏକପାଦ ଓ ଦିବା ୦୨/୦୨ଗତେ ଦ୍ଵି ପାଦ ପୁଷ୍କରଦୋଷ,କାଳବେଳା-ଦିବା ଘ୦୧/୩୦ଗତେ ଘ୦୩/୦୮ମଧ୍ୟେ, ବାରବେଳା-ଦିବା ଘ୦୭/୦୦ଗତେ ଘ୦୮/୪୦ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବାଘ୮/୪୦ ମଧ୍ୟେଗତେ ଘ୧୦/୧୩ମଧ୍ୟେ ଓ ଘ୧୨/୩୭ଗତେ ଘ୦୧/୨୯ମଧ୍ୟେ ଓ ଘ୦୩/୧୦ଗତେ ଘ୦୪/୪୦ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ନ।ସ୍ତି,ଅଦ୍ୟ ବିରି ସନ୍ଧ୍ୟା ଘ୦୬/୨୭ଗତେ ଆମିଷଭକ୍ଷଣ ନିଷେଧ।
ମେଷ-ଆଜି ପାରିବାରିକ ଜୀବନରେ ଛୋଟବଡ଼ କେତୋଟି ଘଟଣାକୁ ବାଦ୍ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ।କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ।ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।
ବୃଷ-ଆଜି ପ୍ରାତଃକାଳର ଆପଣଙ୍କଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠାଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି।କଠୋର ପରିଶ୍ରମଜନିତ କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।ମିଥୁନ-ଆଜି ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ।ଆର୍ଥିକସମସ୍ୟାର ସମାଧାନ କରିବା ସମ୍ଭାବନା ରହିଛି।ବ୍ୟବସାୟ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି,ବାସ୍ତବରେ ସେପରି କିଛି ହେବନି ।
କର୍କଟ-ଆଜି ଅର୍ଥ ସମ୍ପର୍କିତ ସମସ୍ୟା ସୃଷ୍ଟିହେବ। ନିଜ ନିଜର ଫାଇଦା ହାସଲ ପାଇଁ ବନ୍ଧୁମାନେ ମନଲୋଭା କଥାକହି ପାରନ୍ତି।ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍ବେଗର କାରଣ ହେବ।କର୍ମକ୍ଷେତ୍ରରେ ବ୍ୟସ୍ତବହୁଳତା ଲାଗି ରହିପାରେ।
ସିଂହ-ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ ଅବଶ୍ୟ ଆତ୍ମୀୟସ୍ବଜନମାନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ। ପ୍ରତ୍ୟେକକ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ।
କନ୍ୟା-ଆଜି ବାଣିଜ୍ୟ,ବ୍ୟବସାୟ,ଚେଷ୍ଟା କରୁଥିବା କାମରେ ଶୁଭଫଳ ପାଇବେ।କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କସହ ଆଲୋଚନା କରିବାକୁ ସମୟ ପାଇବେନାହିଁ।ବ୍ୟବସାୟିକ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।
ତୁଳା-ଆଜି ଶିକ୍ଷା,ସମ୍ପର୍କ ଓ ଆଲୋଚନାକ୍ଷେତ୍ରରେ କେତେକ ବ୍ୟତିକ୍ରମର ସୂଚନା ରହିଛି।ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧିଘଟିବ। କଳା, ସାହିତ୍ୟ,ସାମ୍ବାଦିକତା ତଥା ସାହିତ୍ୟ ଓ ଆଧ୍ୟାତ୍ମିକତା କ୍ଷେତ୍ରରେ ବେଶ୍ ଆଦୃତ ହେବେ।
ବିଛା-ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ । କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିବେ। କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବାର ଅନୁଭବ କରିବେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି।
ଧନୁ-ଆଜି ମାନସିକ ଅସ୍ଥିରତା ଲାଗିରହିବ।ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ। ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ।ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।
ମକର-ଆଜି ଆପଣଙ୍କକଥା ଓ କାମରେ ତାଳମେଳ ରହିବ ନାହିଁ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।
କୁମ୍ଭ-ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ।କର୍ମକ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବା ହେତୁ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ବିତ ହେବ।ଯାନ୍ତ୍ରିକତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ ଏବଂ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ।
ମୀନ-ଆଜି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂରହେବ।ସ୍ବାସ୍ଥ୍ୟରେଉନ୍ନତି ପରିଲକ୍ଷିତହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।ଆଜି ସଭାସମିତି, ସତ୍ସଙ୍ଗ,ଆଧ୍ୟାତ୍ମିକତା,ରାଜନୀତି, ପ୍ରଶାସନ ପାଇଁ ଭଲ।