ଆଜିର ରାଶିଫଳ

(ଶନିବାର)୨୦୨୨ ମସିହା ଜାନୁଆରୀ ମାସ ୮ତାରିଖ

ପୌଷମାସ- ଶୁକ୍ଳପକ୍ଷ,ତିଥି- ଷଷ୍ଠୀ ଦିବା ଘ୧୦-୪୦ମି ଗତେ ସପ୍ତମୀ ,ଚନ୍ଦ୍ର ଶୁଦ୍ଧି- ବୃଷ ମିଥୁନ କର୍କଟ କନ୍ୟା ତୁଳା ବିଛା ମକର କୁମ୍ଭ ମୀନ ଏହି ରାଶିମାନଙ୍କର ଚନ୍ଦ୍ର ଶୁଦ୍ଧି ଧନୁ ରାଶିର ଘାତ ଚନ୍ଦ୍ର,ନିଷିଦ୍ଧ ଖାଦ୍ୟ- ନିମ୍ବ ଦିବା ଘ,୧୦-୪୯ମି ଗତେ ତାଳ ଭକ୍ଷଣ ନିଷେଧ ,ବିଶୁଦ୍ଧ ଅମୃତ ବେଳ। – ଦିବା ଘ ୦୭-୦୭ମି ମଧ୍ୟେଘ ୦୭-୫୪ମି ଗତେ ଘ ୧୦-୦୮ମି ମଧ୍ୟେ ଘ ୧୨-୧୦ମି ଗତେ ଘ୦୩-୦୩ମି ମଧ୍ୟେରାତ୍ରି ଘ୦୩-୦୩ମି ଗତେ ଘ ୦୩-୫୪ମି ମଧ୍ୟେ👉🏿ମେଷ: ଦେହକଷ୍ଟ👉🏿ବୃଷ: ପଥରୋଧ👉🏿ମିଥୁନ: ଆରଦସମ୍ମାନ👉🏿 କର୍କଟ: କର୍ମତତ୍ପର👉🏿 ସିଂହ: ବିଶ୍ରାମ👉🏿 କନ୍ୟା:ଦେହପିଡା👉🏿 ତୁଳା: ବନ୍ଧୁ ମିଳନ👉🏿 ବିଛା: ଶତ୍ରୁ ଭୟ👉🏿ଧନୁ: ଚିନ୍ତା ଗ୍ରସ୍ତ🤙🏿ମକର:କଳହଯୋଗ👉🏿 କୁମ୍ଭ : ପରିଶ୍ରମ👉🏿 ମୀନ: ପ୍ରତାରଣା
ମେଷ👉ଯାହା ବି କାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ଚାକିରିରେ ପଦୋନ୍ନତି ମିଳିପାରେ। ବ୍ୟବସାୟର ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ।
ବୃଷ👉ଆଜି ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ର ପାତ୍ର ହେବ । ଦେବଦର୍ଶନର ସୁଯୋଗ ପାଇବେ।
ମିଥୁନ👉ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବ୍ୟବସାୟରେ ବଡଲାଭ ହାତରେ ଲାଗିପାରେ।
କର୍କଟ👉ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।
ସିଂହ👉ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। ନୂଆ କାମ ଆରମ୍ଭ କରିବା ଓ କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ।
କନ୍ୟା👉ଆପଣଙ୍କ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ଆସିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ ରହିବ।
ତୁଳା👉ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।
ବିଛା👉ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।
ଧନୁ👉ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।
ମକର👉ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ।
କୁମ୍ଭ👉ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।
ମୀନ👉ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ।ଦାମ୍ପତ୍ୟ ଜୀବନ ମଧୂର ରହିବ।
ପାଖାପାଖି ଠିଆ ହୋଇ ଦୁଇ ଜଣ ଯେତେବେଳେ ଝଗଡ଼ା କରନ୍ତି, ଅତି ଉଚ୍ଚ ସ୍ବରରେ କଥା ହୁଅନ୍ତି….କାରଣ….,ପାଖରେ ଥାଇ ମଧ୍ୟ ଉଭୟଙ୍କ ହୃଦୟର ଦୂରତା ବଢ଼ି ଯାଇଥାଏ। ଏ ଦୂରତା ଅତିକ୍ରମ କରିବାକୁ ଉଚ୍ଚ ସ୍ବରର ଆବଶ୍ୟକ ହୁଏ….🌞ଶୁଭ ସକାଳ🌞ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ହେଉ🌹ଜୟ ଜଗନ୍ନାଥ,ଜୟସୋମନାଥ🌹

Comments (0)
Add Comment