ଆଜିର ରାଶିଫଳ

ତାରିଖ-୨୦-୦୧-୨୦୨୨, ଗୁରୁବାର

ପରମେଶ୍ବରୀ ନମଃ,ମାସ-ମାଘ,ପକ୍ଷ- କୃଷ୍ଣ, ତିଥି- ଦ୍ବିତୀୟା ଦିବା ଘ୦୬ଳ୮-୦୩ମିଗତେ ତୃତୀୟା,ଚନ୍ଦ୍ର ଶୁଦ୍ଧି- ମେଷ ବୃଷ କର୍କଟ ସିଂହ କନ୍ୟା ତୁଳା ମକର କୁମ୍ଭ ରାଶି ଜାତ ବ୍ୟକ୍ତିଙ୍କର ଚନ୍ଦ୍ର ଶୁଦ୍ଧି ଓ ଘାତଚନ୍ଦ୍ର ନାସ୍ତି ଦିବା ଘ୦୮-୧୩ମିଗତେ ବୃଷ ମିଥୁନ ସିଂହ କନ୍ୟା ତୁଳା ବିଛା କୁମ୍ଭ ମୀନ ରାଶିଜାତ ବ୍ୟକ୍ତିଙ୍କର ଚନ୍ଦ୍ର ଶୁଦ୍ଧି ଓ ଘାତଚନ୍ଦ୍ର କର୍କଟ ଓ ମକର ରାଶିର ଘାତ ଚନ୍ଦ୍ର,ତୃତୀୟାର ଏକୋଦ୍ଦିଷ୍ଟ ପାର୍ବଣ ଶ୍ରାଦ୍ଧ ,ନିଷିଦ୍ଧ ଖାଦ୍ୟ- ବୋଇତି କଖାରୁ ଦିବା ଘ୦୮-୦୩ମିଗତେ ପୋଟଳ ଭକ୍ଷଣ ନିଷେଧ ।ମେଷ: ପ୍ରତିରୋଧ, ବୃଷ: ସଂକଳ୍ପ, ମିଥୁନ: ଆଶାବାଦୀ, କର୍କଟ: ଶ୍ରୀ ଚନ୍ଦ୍ର, ସିଂହ: ପ୍ରତାରଣା, କନ୍ୟା: ଆୟଯୋଗ, ତୁଳା: କର୍ମଚଞ୍ଚଳ,ବିଛା: ପରୋପକାର,ଧନୁ: ଦେହପିଡା,ମକର: ଉତ୍ସାହିତ,କୁମ୍ଭ : ମନୋଦ୍ ବେଗ, ମୀନ: ଚିନ୍ତାଗ୍ରସ୍ତ
ମେଷ- ଆଜି ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍‌ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।
ବୃଷ-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମଜନିତ କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।
ମିଥୁନ-ଆଜି ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ଆର୍ଥିକ ସମସ୍ୟାର ସମାଧାନ କରିବା ସମ୍ଭାବନା ରହିଛି । ବ୍ୟବସାୟ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ବାସ୍ତବରେ ସେପରି କିଛି ହେବନି ।
କର୍କଟ-ଆଜି ଅର୍ଥ ସମ୍ପର୍କିତ ସମସ୍ୟା ସୃଷ୍ଟି ହେବ। ନିଜ ନିଜର ଫାଇଦା ହାସଲ ପାଇଁ ବନ୍ଧୁମାନେ ମନଲୋଭା କଥା କହି ପାରନ୍ତି । ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହେବ। କର୍ମକ୍ଷେତ୍ରରେ ବ୍ୟସ୍ତବହୁଳତା ଲାଗି ରହିପାରେ।
ସିଂହ-ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ ଅବଶ୍ୟ ଆତ୍ମୀୟସ୍ବଜନମାନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ। ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ।
କନ୍ୟା-ଆଜି ବାଣିଜ୍ୟ, ବ୍ୟବସାୟ, ଚେଷ୍ଟା କରୁଥିବା କାମରେ ଶୁଭଫଳ ପାଇବେ । କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାକୁ ସମୟ ପାଇବେ ନାହିଁ । ବ୍ୟବସାୟିକ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।
ତୁଳା-ଆଜି ଶିକ୍ଷା, ସମ୍ପର୍କ ଓ ଆଲୋଚନା କ୍ଷେତ୍ରରେ କେତେକ ବ୍ୟତିକ୍ରମର ସୂଚନା ରହିଛି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କଳା,ସାହିତ୍ୟ, ସାମ୍ବାଦିକତା ତଥା ସାହିତ୍ୟ ଓ ଆଧ୍ୟାତ୍ମିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ବିଛା-ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ । କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିବେ। କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବାର ଅନୁଭବ କରିବେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି।
ଧନୁ-ଆଜି ମାନସିକ ଅସ୍ଥିରତା ଲାଗି ରହିବ। ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ। ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ। ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।
ମକର-ଆଜି ଆପଣଙ୍କ କଥା ଓ କାମରେ ତାଳମେଳ ରହିବ ନାହିଁ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବ ପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।
କୁମ୍ଭ-ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ । କର୍ମକ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବା ହେତୁ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ବିତ ହେବ। ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ ଏବଂ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ।
ମୀନ-ଆଜି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂରହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଆଜି ସଭାସମିତି, ସତ୍‌ସଙ୍ଗ, ଆଧ୍ୟାତ୍ମିକତା, ରାଜନୀତି, ପ୍ରଶାସନ ପାଇଁ ଭଲ।ସଂଘର୍ଷ” ହେଉଛି ପ୍ରକୃତିର ଆମନ୍ତ୍ରଣ…. ତାକୁ ….ଯିଏ ସ୍ୱୀକାର କରିପାରିବ ସେ ହିଁ ଆଗକୁ ବଢ଼ିପାରିବ….

Comments (0)
Add Comment