ମଇମାସ ୦୬ତାରିଖ ୨୦୨୫ ମସିହା(ମଙ୍ଗଳବାର)
ବୈଶାଖମାସ- ଶୁକ୍ଳପକ୍ଷ,ତିଥି- ନବମୀ ଦିବା ଘ ୦୮/୪୧ ଗତେ ଦଶମୀ,ନକ୍ଷତ୍ର- ମଘା ଦିବା ଘ୦୪/୩୬ ଗତେ ପୂର୍ବା ଫା,ସୁର୍ୟୋଦୟ-ପ୍ରାତଃ ଘ୦୫/୧୯/୪୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୮/୫୦,
ଯୋଗିନୀ ପୂର୍ବେ ଦିବା ଘ୦୮/୪୦ ଗତେ ଉତ୍ତରେ,କର୍କଟ ଓ ମକର ରାଶିର ଘାତଚନ୍ଦ୍ର, କର୍କଟରାଶିର ଘାତବାର,ଦଶମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,କାଳବେଳା -ଦିବା ଘ୦୧/୨୪ ଗତେ ଘ୦୩/୦୧ ମଧ୍ୟେ,ବାରବେଳା- ଦିବା ଘ୦୬/୪୯ ଗତେ ଘ୦୮/୨୫ ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୮/୨୭ ଗତେଘ୧୦/୦୭ମଧ୍ୟେ ଓ ଘ୧୨/ ୩୦ଗତେ ଘ୦୧/୨୩ ମଧ୍ୟେ ଓ ଘ୦୩/୦୨ଗତେ ଘ୦୪/୩୬ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ନାସ୍ତି,ଲାଉ ଓ ଦିବାଘ ୦୮/୪୧ ଗତେ କଳମଶାଗ ଭକ୍ଷଣ ନିଷେଧ।
ମେଷ👉ଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ।ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ।ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ।କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ। ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ।ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ।
ବୃଷ👉ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ।ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ ଗଢିବାରେ ସହାୟ ହେବ।କାର୍ଯ୍ୟସ୍ଥଳୀରେ ଉଚସ୍ଥ ଅଧିକାରୀ ପ୍ରଶଂସା କରିବେ।ବ୍ୟାପାର ଲାଭଦାୟକ ରହିବ।ପରିବାରରେ ଅତିଥି ଚର୍ଚ୍ଚାରେ ବ୍ୟସ୍ତରହିବେ।
ମିଥୁନ👉ଆଜି ଅଯଥା ଚିନ୍ତା ବୃଦ୍ଧି ଯୋଗୁଁ ମାନସିକ ଅବସାଦ ଦେଇ ଗତି କରିବେ। ସାହିତ୍ୟ, କଳାକ୍ଷେତ୍ରରେ ସୁନାମ ଅର୍ଜନ କରିବେ। କାର୍ଯ୍ୟକ୍ଷେତ୍ରରେ ସମ୍ବେଦନଶୀଳ କଥା କହିବା ଯୋଗୁଁ ପରିସ୍ଥିତି ବିଗଡିଯାଇପାରେ।ବ୍ୟାପାର ମଧ୍ୟମ ରହିବ। ପରିବାର ରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
କର୍କଟ👉ଆଜି ଦିନ ଶୁଭ ରହିବାରୁ ମନ ପ୍ରସନ୍ନରହିବ।ଆର୍ଥିକ ଲାଭ ହେବା ସହ ସାମାଜିକ ମାନ-ସମ୍ମାନ ମିଳିପାରେ। ପୁରାତନ ବନ୍ଧୁ କିମ୍ବା ଆତ୍ମୀୟଙ୍କ ସହ ଭେଟ ହୋଇପାରେ। କାର୍ଯ୍ୟକ୍ଷେତ୍ରରେ ବିରୋଧୀଙ୍କ ଷଡ଼ଯନ୍ତ୍ରକୁ ନିଜ ବୁଦ୍ଧିମତା ଦ୍ୱାରା ଏଡ଼ାଇଯିବେ।ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ।
ସିଂହ👉ଆଜି ବ୍ୟୟବୃଦ୍ଧି ହେବ।ଚକ୍ଷୁ ପୀଡା ଦେଖାଦେବ। ନିଜ ସମ୍ପର୍କୀୟମାନଙ୍କୁ କଟୁବାକ୍ୟ କହି ଶତ୍ରୁତା କରିବସିବେ। କାର୍ଯ୍ୟକ୍ଷେତ୍ରରେ ଭଲ କାର୍ଯ୍ୟ କରି ମଧ୍ୟ ସମାଲୋଚିତ ହେବେ।ବ୍ୟାପାରରେ କ୍ଷତି ସହିପାରନ୍ତି।ପରିବାରରେ କୌଣସି ବୟୋ ଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ସମସ୍ୟା ଆଜି ମନକୁ ବ୍ୟଥିତ କରିପାରେ।
କନ୍ୟା👉ଆଜି ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ସୁଖ ଓ ଆନନ୍ଦ ମିଳିପାରେ। ଶୁଭ ସମାଚାର ମିଳିପାରେ। କାର୍ଯ୍ୟକ୍ଷେତ୍ରରେ ମିଠା କଥା କହି ଉତ୍ତମ ସମ୍ପର୍କ ସ୍ଥାପନ କରି କାର୍ଯ୍ୟ ହାସଲ କରିବାରେ ସଫଳ ହେବେ।ବ୍ୟାପାର ଲାଭଦାୟୀ ରହିବ। ପରିବାରରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ ହୋଇପାରେ।
ତୁଳା👉ଆଜି ଖର୍ଚ୍ଚବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ ।ନିଜ ବାକ-ଅସଂଯତା ଯୋଗୁ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇପାରେ। ମାଲି ମକଦ୍ଦମା କାର୍ଯ୍ୟ କରନ୍ତୁ ନାହିଁ। କାର୍ଯ୍ୟକ୍ଷେତ୍ର ରେ ସ୍ଥାନଂତରଣ ଯୋଗ ରହିଛି।ବ୍ୟାପାରରେ ପାର୍ଟନର ସହ ମତଭେଦ ହୋଇପାରେ।ପରିବାର ରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଳହ ହୋଇପାରେ।
ବିଛା👉ଆଜି ଉପହାର ମିଳିପାରେ।କୌଣସି ସ୍ତ୍ରୀ ମିତ୍ର ସାହାଯ୍ୟ କରିବେ।କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ସମ୍ମାନିତ ହେବେ। କାର୍ଯ୍ୟକ୍ଷେତ୍ରରେ ଉଚସ୍ଥ ଅଧିକାରୀଙ୍କ ପ୍ରଶଂସାଭାଜନ ହେବେ। ବ୍ୟାପାରରେ ନୂତନ ଯୋଜନା କରି ସୁଫଳ ମିଳିପାରେ। ପରିବାରରେ ସୁଖରେ ସମୟ କାଟିବେ।
ଧନୁ👉ଆଜି ସବୁ କ୍ଷେତ୍ରର ସଫଳତା ପାଇପାରନ୍ତି।ଶାରୀରିକ ଓ ମାନସିକ ସୁସ୍ଥତା ସହ ମାନ- ସମ୍ମାନ ମିଳିପାରେ।କୌଣସି ପ୍ରୀତିଭୋଜନର ଆନନ୍ଦ ଉଠେଇ ପାରନ୍ତି।କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ। ବ୍ୟାପାରରେ ଗ୍ରାହକକୁ ମିଠାକଥା କହି ଆକୃଷ୍ଟ କରେଇ ଲାଭବାନ ହୋଇପାରନ୍ତି।ପରିବାରରେ ସୁଖ-ଶାନ୍ତିରେ ସମୟ କଟିବ।
ମକର👉ଆଜି ଶାରୀରିକ ଓ ମାନସିକ ଅସୁସ୍ଥତା ଦେଇ ଗତି କରିବେ।ବିରୋଧୀଙ୍କ ସମାଲୋଚନା ଯୋଗୁଁ ତର୍କ-ବିତର୍କ ହୋଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।ଅଯଥା ଖର୍ଚ୍ଚ ବଢ଼ିଯିବ ।କର୍ମସ୍ଥଳୀରେ ହଠାତ ଜରୁରୀ କାର୍ଯ୍ୟକୁ ନେଇ ବିଦେଶ ଯାତ୍ରାର ମଉକା ମିଳିପାରେ।ବ୍ୟାପାରରେ କାର୍ଯ୍ୟଶୈଳୀ ଦ୍ୱାରା ବାଧା-ବିଘ୍ନକୁ ଏଡାଇଯିବେ।
କୁମ୍ଭ👉ଆଜି ସ୍ୱାସ୍ଥ୍ୟ ବିଗିଡି ଯାଇପାରେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ।ଖର୍ଚ୍ଚବୃଦ୍ଧି ଯୋଗୁଁ ଆର୍ଥିକ ସମସ୍ୟା ହୋଇପାରେ।କାର୍ଯ୍ୟସ୍ଥଳୀରେ ଅଧିକ କାର୍ଯ୍ୟଭାର ଯୋଗୁଁ ଥକ୍କା ଅନୁଭୂତ ହେବ।ବ୍ୟାପାରରେ ଦିନଟି ଅଶୁଭ ରହିପାରେ।ପରିବାରରେ ସଦସ୍ୟଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖାଦେବ
ମୀନ👉ଆଜି କୌଣସି ମନୋ ରଞ୍ଜନ ପାଇଁ ବାହାରକୁ ଯାଇ ପାରନ୍ତି। ଆର୍ଥିକଲାଭ ସହ ସାହିତ୍ୟ, କଳା କ୍ଷେତ୍ରରେ ସୁଫଳ ମିଳିପାରେ।ନୂତନ ବସ୍ତ୍ରଭୂଷଣଃ ଲାଭ କରିବେ।କାର୍ଯ୍ୟସ୍ଥଳୀରେ ଧିମା କାର୍ଯ୍ୟ କରିବା ଯୋଗୁଁ ସମାଲୋଚିତ ହେବେ।ବ୍ୟାପାରରେ ପାର୍ଟନର ସହ ନୂତନ ନିବେଶ କରି ଲାଭବାନ ହୋଇପାରନ୍ତି!!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!