ଆଜିର ରାଶିଫଳ

କିପରି କଟିବ ଆଜିର ଦିନ ଜାଣନ୍ତୁ

୮-୮-୨୦୨୩(ମଙ୍ଗଳବାର)ଅଦ୍ଯ କର୍କଟ ଦି୨୩ନ, ଶ୍ରାବଣ ମଳ କୃଷ୍ଣ ଅଷ୍ଟମୀ ଦ୫୫।୪୫ ରାଘ୩।୪୮ ଦ୍ଵିଜା ଦ୫୧।୪୨ ରାଘ୨।୧୧,ମେଷ ଚନ୍ଦ୍ର ଦ୬୦ ନିଶାନ୍ତ।ଯୋଗିନୀ ଐଶାନ୍ୟେ । ରାତ୍ରି ଘ୩।୪୮ ଗତେ ପୂର୍ବେ ।ଯାତ୍ରାଦି ଶୁଭ କର୍ମ ନାସ୍ତି । ଗତ ଦିବସ ନକ୍ଷତ୍ର ଓ ରାଶିମାନଙ୍କର ତାରାଚନ୍ଦ୍ର ଶୁଦ୍ଧି । ରାତ୍ରି ଘ୨।୧୧ ଗତେ ରୋହିଣୀ ମୃଗଶିରା ପୁନର୍ବସୁ ଅଶ୍ଳେଷା ପୂର୍ବାଫାଃ ହସ୍ତା ଚିତ୍ରା ବିଶାଖା ଜ୍ୟେଷ୍ଠା ପୂର୍ବାଷାଢ଼ା ଶ୍ରବଣା ଧନିଷ୍ଠା ପୂର୍ବଭାଦ୍ର ରେବତୀ ଦ୍ଵିଜା ଏ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି । ମେଷରାଶିର ଘାତଚନ୍ଦ୍ର ।ମକର ରାଶିର ଘାତବାର । ଦିବା ଘ୭।୫ ଗତେ ଘ୮।୪୧ ମଧ୍ୟେ ବାରବେଳା । ଘ୧।୨୬ ଗତେ ଘ୩।୨ ମଧ୍ୟେ କାଳବେଳା । ରାତ୍ରି ଘ୭।୩୮ ଗତେ ଘ୯।୨ ମଧ୍ୟେ କାଳରାତ୍ରି । ମୃତେ ପାଦ ଦୋଷ । ଫଳଂ କୃଷି ହାନି ଓ ଭୂମି ଦାନ । ରାତ୍ରି ଘ୨।୧୧ ଗତେ ଦ୍ଵିପାଦ ଦୋଷ । ଫଳଂ କୃଷି ଓ ସନ୍ତାନ ହାନି ଭୂମି ଓ ତିଳକାଞ୍ଚନ ଦାନ । ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ନାରିକେଳ ଭକ୍ଷଣ ନିଷେଧ ।ପ୍ରଥମ ରଜୋଦର୍ଶନେ ଦଶମାସ ରାତ୍ରି ଘ୨।୧୧ ଗତେ ସମ୍ବତ୍ସର ଗଣ୍ଡଦୋଷ । ଫଳଂ ସ୍ତ୍ରୀ କୂଳଟା । ଗୋକାଞ୍ଚନ ପ୍ରବାଳ ରକ୍ତ ବସ୍ତ୍ର ଦାନ ।ଅମୃତ– ଦିବା ଘ୭।୫୩ ଗତେ ଘ୧୦।୧୭ ମଧ୍ୟେ ଘ୧୨।୪୧ ଗତେ ଘ୨।୧୭ ମଧ୍ୟେ ଘ୩।୫ ଗତେ ଘ୪।୪୧ ମଧ୍ୟେ ରାତ୍ରି ଘ୭।୨ ମଧ୍ୟେ ଘ୯।୨୬ ଗତେ ଘ୧୧।୫୧ ମଧ୍ୟେ ଘ୨।୧୫ ଗତେ ଘ୩।୫୧ ମଧ୍ୟେ । ମାହେନ୍ଦ୍ର– ନାସ୍ତି ।
ମେଷ:ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନକାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି। ନିଜବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇଯାଇ ପାରନ୍ତି। ପାରିବାରିକ ମତାନ୍ତର କୁ କେନ୍ଦ୍ରକରି ନୂତନ କର୍ମସସ୍ଥାନ ପାଇଁ ମନ ବଳିପାରେ।
ବୃଷ:ସାମାଜିକ ସ୍ତରରେ ଅପ୍ରିୟ ସତକଥା କହି ବିରୋଧୀ ହେବାର ସମ୍ଭାବନା ରହିଛି ।ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମକରି ବିଜୟହେବେ। ଦୃଢ଼ତାର ସହ ପାରିବାରିକ ଶୃଙ୍ଖଳା ରକ୍ଷାକରି ସମାଲୋଚିତ ହୋଇ ପାରନ୍ତି। ମାଲିମକଦ୍ଦମା ଓ ବିବାଦ ସମାଧାନ ହୋଇଯିବ।
ମିଥୁନ:ଆଜି ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ଆବଶ୍ୟକ ସମୟରେ ପାଖରେ ନ ଥିବା ଜିନିଷଟି ପାଇଁ ବିବାଦ ବଢ଼ିପାରନ୍ତି।ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ ପୂର୍ବ ଯୋଜନା ମୁତାବକ କର୍ମରେ ନିଯୁକ୍ତ ହେବେ। ପାରିବାରିକ କ୍ଷେତ୍ରରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି।
କର୍କଟ:ଆଜି ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।କର୍ମକ୍ଷେତ୍ରରେ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ନୂତନ କର୍ମାରମ୍ଭ ସମସ୍ତଙ୍କ ସହଯୋଗ ଭିତ୍ତିରେ ପ୍ରୀତିପଦ ହେବ। ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରିବେ।
ସିଂହ:ଆଜି ଦିନରେ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି।ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।ଆଜିର ଆନୁଷ୍ଠାନିକ କାମରେ ଉପକୃତ ହୋଇପାରନ୍ତି।
କନ୍ୟା:ବାରମ୍ବାର କାନକୁହା କଥା ଶୁଣି ବିଶ୍ୱସ୍ତ କର୍ମଚାରୀଟିର ମନୋଭାବ ବଦଳିଯାଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ।ଖର୍ଚ୍ଚାଧିକ କାରଣରୁ ମନସ୍ତାପ ହୋଇପାରେ। ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ରହିବ।
ତୁଳା:ଆଜି ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ। ହାତକୁ ନେଇଥିବା ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ।ବିଗତ ଦିନଗୁଡ଼ିକରେ ସୃଷ୍ଟି ହୋଇଥିବା ସମସ୍ୟା ଆଜି ହଠାତ୍‌ ସମାଧାନ ହୋଇଯିବ। ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।
ବିଛା:ଆଜି ଆନୁଷ୍ଠାନିକ କ୍ଷେତ୍ରରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ ।ଆପଣ ଙ୍କ ସମସ୍ତ ଆଶା ଓ ଆକାଂକ୍ଷାକୁ ପୂରଣ କରିବାରେ ସମର୍ଥ ହେବ। ରଚନାମତ୍କ କାର୍ଯ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ।
ଧନୁ:ଆଜି ବାଣିଜ୍ୟ, ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ବ୍ୟତୀତ କିଛି କରିପାରିବେ ନାହିଁ । ସମସ୍ୟା ସମାଧାନ ପାଇଁ କଚେରି ମାମଲାରେ ଆଇନଜ୍ଞଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ।
ମକର:ଆଜି ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି କାମ କରିବା ଓ କହିବା ଭଲ ହେବ ଅନ୍ୟଥା ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ସାମାଜିକ କିମ୍ବା ରାଜନୈତିକ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
କୁମ୍ଭ:ଆଜି କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ବନ୍ଧୁ କିମ୍ବା ସହକର୍ମୀଙ୍କ ସ୍ପର୍ଶକାତର କଥାରେ ଚିହ୍ନା ପଡ଼ନ୍ତୁ ନାହିଁ। କାର୍ଯ୍ୟ ସମ୍ପୂର୍ଣ୍ଣ ପାଇଁ ବନ୍ଧୁ ମାନଙ୍କ ସାହାଯ୍ୟ ଦରକାର ପଡିପାରେ। କର୍ମକ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇରହିଛି କାର୍ଯ୍ୟ କଲେ ଉପକୃତ ହେବେ।
ମୀନ:ଆଜି ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିପାରେ।ଅତୀତ କଥାକୁ ନେଇ ଗୁଡାଏ ଚିନ୍ତାକରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରିବେ।!!ଜୟ ଜଗନ୍ନାଥ,ଜୟ ସୋମନାଥ, ଜୟମା ଯୋଗମାୟା!!

Comments (0)
Add Comment