ଆଜିର ରାଶିଫଳ

୨୦୨୩ ମସିହା ନଭେମ୍ବର ମାସ ୧୫ ତାରିଖ ବୁଧବାର। ଯମଦ୍ବିତୀୟା, ଭ୍ରାତୃଦ୍ବିତୀୟା, ଯମେଶ୍ବରଙ୍କ ଯାତ୍ରା, ରାଧାରମଣ ପ୍ରେସର ପ୍ରତିଷ୍ଠାତା ସ୍ବର୍ଗତ ରତ୍ନାକର ଗରାବଟୁଙ୍କର ଜନ୍ମଦିବସ।କାର୍ତ୍ତିକମାସ ,ଶୁକ୍ଳପକ୍ଷ ,ପଣ୍ଡିତବାସ ,ତିଥି- ଦ୍ବିତୀୟା ଦିବା ଘ୧/୪୦ମି ପର୍ଯ୍ୟନ୍ତ ତଦନ୍ତେ ତୃତୀୟା।ନକ୍ଷତ୍ର- ଜ୍ୟେଷ୍ଠା ନକ୍ଷତ୍ର ରାତ୍ରି ଘ୩/୩୫ମି ପର୍ଯ୍ୟନ୍ତ ତଦନ୍ତେ ମୂଳା ନକ୍ଷତ୍ର।ଯୋଗିନୀସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ଉତ୍ତରଦିଗରେ, ଦିବା ଘ୧/୪୦ମିପରେ ଆଗ୍ନେୟକୋଣରେ। ସୂର୍ଯ୍ୟୋଦୟ ରୁ ଯାତ୍ରାଶୁଭ। ଉତ୍ତରଦିଗ, ବାୟୁକୋଣ,ପଶ୍ଚିମଦିଗକୁ ତ୍ୟାଗ, ଦିବା ଘ୧/୪୦ମି ପରେ ଅଗ୍ନିକୋଣ,ପୂର୍ବଦିଗ ଏବଂ ଐଶାନ୍ୟକୋଣକୁ ତ୍ୟାଗକରି ଯାତ୍ରା କରାଯିବ।ଘାତଚନ୍ଦ୍ର–ରାତ୍ରି ଘ୩/୩୫ମି ପରେ ତୁଳା ଓ କୁମ୍ଭରାଶିର ଘାତଚନ୍ଦ୍ର।ଘାତବାର–କର୍କଟରାଶିର ଘାତବାର,ସାମ୍ବତ୍ସରିକଶ୍ରାଦ୍ଧ–ଦ୍ଵିତୀୟାର ଏକୋଦ୍ଦିଷ୍ଟ ଏବଂ ତୃତୀୟାର ପାର୍ବଣଶ୍ରାଦ୍ଧ।ନିଷିଦ୍ଧଖାଦ୍ୟ- ବୋଇତାଳୁ, ଦିବା ଘ୧/୪୦ମି ପରେ ପଟୋଳଭକ୍ଷଣ ନିଷେଧ ଏବଂ କାର୍ତ୍ତିକମାସ ଜନିତ ଆମିଷ ଭକ୍ଷଣ ନିଷେଧ।ଅଶୁଭବେଳା-କାଳବେଳା ଦିବା ଘ୮/୪୬ମି ରୁ ଘ୧୦/୯ମି ପର୍ଯ୍ୟନ୍ତ।ବାରବେଳା ଦିବା ଘ୧୧/୩୨ମି ରୁ ଘ୧୨/୫୪ମି ପର୍ଯ୍ୟନ୍ତ।କାଳରାତ୍ରି) ରାତ୍ରି ଘ୨/୪୨ମି ରୁ ଘ୪/୨୪ମି ପର୍ଯ୍ୟନ୍ତ।ଶୁଭବେଳା–ଅମୃତ ସୂର୍ଯ୍ୟୋଦୟ ରୁ ଦିବା ଘ୬/୪୯ମି ମଧ୍ୟେ, ଦିବା ଘ୭/୩୭ମି ରୁ ଘ୮/୨୫ମି ମଧ୍ୟେ, ଘ୧୦/୪୯ମି ରୁ ଘ୧/୧୩ମି ମଧ୍ୟେ, ସନ୍ଧ୍ୟା ଘ୫/୫୧ମି ରୁ ଘ୬/୩୯ମି ମଧ୍ୟେ, ରାତ୍ରି ଘ୮/୧୫ମି ରୁ ଘ୨/୩୯ମି ପର୍ଯ୍ୟନ୍ତ।ମାହେନ୍ଦ୍ରବେଳା ପ୍ରାତଃ ଘ୬/୪୯ମି ରୁ ଘ୭/୩୭ମି ପର୍ଯ୍ୟନ୍ତ। ପୁଷ୍କରଦୋଷ- ଅଦ୍ୟ ମୃତବ୍ୟକ୍ତିର ଦିବା ଘ୧/୪୦ମି ମଧ୍ୟେ ୧ପାଦ ତିଥି ପୁଷ୍କରଦୋଷ। ଫଳଂ ଗୋପଶୁ ସମ୍ପଦର ବିନାଶ ଓ ଅନ୍ନବସ୍ତ୍ରଦାନ ସହିତ ହୋମାଦି ଶାନ୍ତିବିଧେୟ।ପ୍ରଥମରଜୋଦର୍ଶନେ- ରଜଶ୍ଚକ୍ରେ କନ୍ୟାର ରାତ୍ରି ଘ୩/୩୫ମି ମଧ୍ୟେ ଦଶମାସ ଗଣ୍ଡଦୋଷ। ଫଳଂ ସ୍ତ୍ରୀ ଦରିଦ୍ରା ଓ ବିଧବା। ଘୃତପୂର୍ଣ୍ଣ କାଂସ୍ୟପାତ୍ର ଶକ୍ଳବସ୍ତ୍ର ଓ ତିଳସୁବର୍ଣ୍ଣ, ତଣ୍ଡୁଳ ଦାନ। ରଜଶ୍ଚକ୍ରେ ପୁତ୍ରିଣୀ ।ଶୁଭକର୍ମ:- ଅଦ୍ୟ ୧୮ ନକ୍ଷତ୍ରେ ଉଗ୍ରଦେବତା ପ୍ରତିଷ୍ଠା, ନବଦୋଳାଦ୍ୟାରୋହଣ, ଅନ୍ନପ୍ରାଶନ, ଔଷଧକରଣ ଓ ସେବନ, ହଳପ୍ରବାହ, ବୀଜବପନ, ଅଳଙ୍କାର ଭୂଷଣ, ନାଟ୍ୟାରମ୍ଭ, ରାଜଦର୍ଶନ।
ମେଷ-ଆଜି ଆପଣ ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । ଆପଣ କେତେ କଠିନପରିଶ୍ରମ କରି ଆଜି ପ୍ରତିଷ୍ଠିତହୋଇପାରିଛନ୍ତି , ସେବିଷୟରେ ଚ଼ିନ୍ତା କରିବେ ଏବଂ ଭବିଷ୍ୟତରେ କଣକରିବେ ମଧ୍ୟ ଯୋଜନା କରିବେ ।ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବାପାଇଁ ଏହା ସାହାଯ୍ୟ କରିବ ।
ବୃଷ-ଆଜି ଆପଣ ନିଜର ବନ୍ଧୁମାନଙ୍କକଥା ନଶୁଣି ,ନିଜର ହୃଦୟକଥା ଶୁଣନ୍ତୁ । ଆପଣଙ୍କ ଅନ୍ତରରବାଣି ହିଁ ଆପଣଙ୍କୁ ନୂତନ ଦିଗଦର୍ଶନ ଦେବ ।ଆପଣ ନିଜେ ହିଁ ନିଜକୁ ଆଗେଇ ନେବାରେ ସାହାୟକ ହୋଇଛନ୍ତି ଏବଂ ଏବେ ଆପଣଙ୍କୁ ସଠିକ୍ ନିର୍ଣ୍ଣୟ ନେବା ଉଚ଼ିତ୍ ।
ମିଥୁନ-ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଏହାର ପୂର୍ଣ୍ଣ ଫାଇଦା ଉଠାନ୍ତୁ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ ।
କର୍କଟ-ଆଜି ଆପଣ ଦାୟୀତ୍ତ୍ୱର ସହ କିଛି କାମ କରିବାରେ ଅସୁବିଧା ହେବ । ଆପଣ ନିଜ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ କରନ୍ତୁ କିନ୍ତୁ ଧୀର ମସ୍ତିଷ୍କରେ ଯୋଜନା କରନ୍ତୁ । ଶେଷରେ ଦେଖିବେ ଆପଣ ସମସ୍ତ କାର୍ଯ୍ୟ ସୁରୁଖୁରରେ କରିପାରିବେ ।
ସିଂହ-ଆପଣଙ୍କ ସୁଖ ସଂବଳ ଆପଣଙ୍କୁ ବହୁତ ସାହାଯ୍ୟ କରିବ । ଆପଣ ଯାହା କିଛି ଆଜି କରନ୍ତୁ ନା କାହିଁକି ଆପଣଙ୍କ ଅନ୍ତରଆତ୍ମା ଇଚ୍ଛାନୁଯାଇ କାମକରନ୍ତୁ । ଆପଣ କୌଣସି ବିପଦକୁ ଡ଼ରିବେ ନାହିଁ ।
କନ୍ୟା-ଆଜି ଦିନରେ ଆପଣ ଅତି ସାବଧାନରେ ସମସ୍ତ କଥା ଚିନ୍ତା କରିବେ । ଏଭଳି ଅବସ୍ଥାରେ ପହଞ୍ଚିବା ପାଇଁ କେତେ କଠିନ ପରିଶ୍ରମ କରିଛନ୍ତି ତାହା ଚିନ୍ତା କରି ଆନନ୍ଦିତ ହେବେ ଏବଂ ଭବିଷ୍ୟତ ଆପଣଙ୍କ କିପରି ହେବ ତାହା ମଧ୍ୟ ଚିନ୍ତା କରିବେ ।
ତୁଳା-ଆଜି ଆପଣଙ୍କ ଆତ୍ମବିଶ୍ୱାସ ଖୁବ୍ ଉଚ୍ଚରେ ରହିବ । ଆପଣଙ୍କର ଖୁବ୍ କାର୍ଯ୍ୟ ଦକ୍ଷତା ପାଇଁ ପ୍ରଶଂସାଭାଜନ ହୋଇଛନ୍ତି । ଏହି ପ୍ରକାର କାର୍ଯ୍ୟ ଦକ୍ଷତାକୁ ଚ଼ିନ୍ତା କରି ଆପଣ ସମାଧାନ କରିପାରିନଥିବା ସମସ୍ୟାର ସମାଧାନ ପନ୍ଥା ବାହାର କରନ୍ତୁ ।
ବିଛା-ଆପଣଙ୍କ ମନ ଆଜି ଖୁସି ରହିବ । ଏଥିରେ କେହି ବାଧା ସୃଷ୍ଟି କରିପାରିବେ ନାହିଁ ।ଏହା ଆପଣଙ୍କୁ କାର୍ଯ୍ୟ ସମ୍ପାଦନରେ ଏକ ସକାରାତ୍ମକ ମନଭାବ ସୃଷ୍ଟି କରିବ । ଏହି ପ୍ରକାର ମନଭାବ ନେଇ ଆଗେଇ ଚାଲନ୍ତୁ ଓ ବାକି ରହିଥିବା କାମଗୁଡିକ ଶେଷ କରନ୍ତୁ ।
ଧନୁ-ଅନ୍ୟମାନଙ୍କର ଅଭିଯୋଗ ସମାଲୋଚନାକୁ ଖାତିର ନ କରି ଦିନ କଟାଇବେ ଏବଂ ଅନ୍ୟମାନଙ୍କ ସମାଲୋଚନା ଦ୍ୱାରା ନିଜେ ପ୍ରଭାବିତ ହେବେ ନାହିଁ । ପରିଶେଷରେ ଅନ୍ୟମାନେ ଆପଣଙ୍କୁ ଗ୍ରହଣ କରିବେ ।
ମକର-ଆପଣ ପରିବାରର କାର୍ଯ୍ୟ କ୍ଷେତ୍ର ଏବଂ ବୈବାହିକ ଜୀବନରେ ସଫଳତାର ସ୍ୱାଦ ଉପଭୋଗ କରିବେ । ଆପଣଙ୍କର ଭବିଷ୍ୟତର ସୁଖ ସ୍ୱାଛନ୍ଦ୍ୟର ଭାବନା । ଆପଣଙ୍କ ଦିନଟି ସୁଖରେ କଟିବ । ଏହା ଅନ୍ୟମାନଙ୍କୁ ପ୍ରଭାବିତ କରିବ ।
କୁମ୍ଭ-ଆଜି ଆପଣ ନିଜର ଅତିତକଥା ମନେ ପକାଇ ଖୁସି ରହିବେ । ସପ୍ତାହଶେଷରେ ବନ୍ଧୁ ଏବଂ ସମ୍ପର୍କିୟଙ୍କୁ ଭେଟିବାକୁ ଇଛା କରିବେ । ଏହା ଆପଣଙ୍କୁ ବିଗତ ଦିନର ସ୍ମୃତି ଚାରଣ କରିବାରେ ସାହାଯ୍ୟ କରିବ ।
ମୀନ-ଆଜି ଦିନରେ ଆପଣ ଅସୁଖି ଅନୁଭବ କରି ପାରନ୍ତି । କିଛି ସାମାନ୍ୟ ଦୁଶ୍ଚିନ୍ତା ମଧ୍ୟରେ ସମୟ କାଟିପାରନ୍ତି । କିନ୍ତୁ ଖରାପ ସମୟ ଆପେ ଆପେ ଦୁରେଇଯିବ । ସାମୟିକ ଭାବରେ ନିରାପତ୍ତାର ଅଭାବ ଅନୁଭବ କରି ପାରନ୍ତି!!ଜୟ ଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

Comments (0)
Add Comment