ଆଜିର ରାଶିଫଳ

ନଭେମ୍ବରମାସ ୧୬ତାରିଖ ୨୦୨୩ ମସିହା(ଗୁରୁବାର)କାର୍ତ୍ତିକମାସ- ଶୁକ୍ଳପକ୍ଷ ,ତିଥି- ତୃତୀୟା ଦିବା ଘ୧୨/୩୧ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଥୀ ,ନକ୍ଷତ୍ର- ମୂଳା ରାତ୍ରି ଘ୦୨/୫୫ ପର୍ଯ୍ୟନ୍ତ ତଦନ୍ତେ ପୂର୍ବାଷାଢ଼ା ,ସୁର୍ୟୋଦୟ-ପ୍ରାତଃ ଘ୦୬/୦/୨୩ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୫/୦୯ ,ଯୋଗିନୀ ଅଗ୍ନିକୋଣେ ଦିବା ୧୨/୩୨ ପର୍ଯ୍ୟନ୍ତ ତଦନ୍ତେ ନୈରୁତ ,ତୃତୀୟାର ଏକୋଦିଷ୍ଟ ଓ ଚତୁର୍ଥୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ତୁଳା ଓ କୁମ୍ବରାଶିର ଘାତଚନ୍ଦ୍ର ,ତୁଳା ଓ କୁମ୍ବରାଶିର ଘାତବାର ,କାଳବେଳା ଓ ବାରବେଳା – ଦିବା ଘ୦୨/୧୬ ଗତେ ଘ୦୫/୦୩ ମଧ୍ୟେ ,ବିଶୁଦ୍ଧ ଅମୃତବେଳ। – ଦିବା ଘ୦୭/୩୭ ମଧ୍ୟେ ଓ ରାତ୍ରି ଘ୦୫/୫୦ ଗତେ ଘ୦୯/୦୪ମଧ୍ୟେ ,ବିଶୁଦ୍ଧ ମ।ହେନ୍ଦ୍ରବେଳ।- ନାସ୍ତି ,ପୋଟଳ ଦିବାଘ୧୨/୩୨ ପର୍ଯ୍ୟନ୍ତ ତଦନ୍ତେ ମୂଳାଭକ୍ଷଣ ନିଷେଧ।
ମେଷ:-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେଆୟ ଉତ୍ତମହେବ ।କର୍ମରେ ଉନ୍ନତି ଓ ସମସ୍ତକର୍ମରେ ଆଶାତୀତସଫଳତା ପାଇବେ ।ନୂତନକର୍ମାରମ୍ଭ କିମ୍ବା ନୂତନନିଯୁକ୍ତିର ସମ୍ଭାବନାରହିଛି ।ସହକର୍ମୀ ଓ ପରିବାରର ସମସ୍ତସଦସ୍ୟ ସାହାଯ୍ୟ ଓ ସହାନୁଭୂତିରହାତ ବଢ଼ାଇବେ ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟପ୍ରତି ସଚେତନ ହେବେ ।
ବୃଷ:-ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
ମିଥୁନ:-ବାଣିଜ୍ୟ,ବ୍ୟବସାୟରେ ଆୟ ମଧ୍ୟମହେବ ।କର୍ମପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶପାଇବ । ମନ ଅସ୍ଥିରରହିବ ଓ ପରିବାରରେ ବିବାଦ ଦେଖାଦେବ ।ସମସ୍ତକର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନଉପୁଜିବ ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।
କର୍କଟ:-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।
ସିଂହ:-ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
କନ୍ୟା:-ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମ•ରୀ ଅପମାନ ଦେଇପାରନ୍ତି । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।
ତୁଳା :-ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।
ବିଛା :-କର୍ମପ୍ରତି ଆଗ୍ରହ,ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧିପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।
ଧନୁ:-ଆର୍ଥିକ କ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।
ମକର:-ବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।
କୁମ୍ଭ:-ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍‌ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
ମୀନ:-କର୍ମରେ ଉନ୍ନତି ଓ ସଫଳତାପାଇବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେଆୟ ଉତ୍ତମହେବ ।ଆକସ୍ମିକ ଧନଲାଭ ଓ କୌଣସିସୂତ୍ରରୁ ଧନପ୍ରାପ୍ତିର ଯୋଗରହିଛି ।ମୂଲ୍ୟବାନଧାତୁ କିମ୍ବା ଭୂମିକ୍ରୟ କରିବାପାଇଁ ଯୋଜନାକରିବେ ।ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରିରଖିବେ । ମହିଳାମାନେ ଆନନ୍ଦିତ ହେବେ!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

Comments (0)
Add Comment