୨୦୨୩ମସିହା ଡିସେମ୍ବରମାସ ୧୩ତାରିଖ ବୁଧବାର। ଶ୍ରୀମନ୍ଦିରରେ ଶେଷ ଦୀପାବଲ୍ବ୍ୟୁତ୍ସବ।ସୁର୍ଯ୍ୟୋଦୟ- ଘ୬/୧୬/୪ ,ସୂର୍ଯ୍ୟାସ୍ତ- ଘ୫/୫/୨୬ ,ମାର୍ଗଶିରମାସ ,ଶୁକ୍ଳପକ୍ଷ ,ପଣ୍ଡିତବାସ ,ତିଥି- ପ୍ରତିପଦ୍ ରାତ୍ରି ଘ୩/୧୦ମି ପର୍ଯ୍ୟନ୍ତ ତଦନ୍ତେ ଦ୍ବୀତୀୟା ।ଯୋଗିନୀ ସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ପୂର୍ବଦିଗରେ, ରାତ୍ରି ଘ୩/୧୦ମି ପରେ ଉତ୍ତର ଦିଗରେ। ଦର୍ଶତିଥି ଦୋଷ ହେତୁ ରବିମଙ୍ଗଳ ଯୁକ୍ତ ଦୋଷ ହେତୁ ରାତ୍ରି ଘ୩/୧୦ମି ପରେ ରାତ୍ରିଶେଷ ପର୍ଯ୍ୟନ୍ତ ଯାତ୍ରା ଶୁଭ। ଉତ୍ତର ଦିଗ, ବାୟୁକୋଣ ଓ ପଶ୍ଚିମଦିଗକୁ ତ୍ୟାଗକରି ଯାତ୍ରା କରାଯିବ।ଘାତଚନ୍ଦ୍ର–ଦିବା ଘ୧୧/୪୧ମି ପରେ ତୁଳା ଓ କୁମ୍ଭରାଶିର ଘାତଚନ୍ଦ୍ର।ଘାତବାର–କର୍କଟ ରାଶିର ଘାତବାର।ସାମ୍ବତ୍ସରିକଶ୍ରାଦ୍ଧ–ପ୍ରତିପଦ୍ର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ।ନିଷିଦ୍ଧଖାଦ୍ୟ- ପାଣିକଖାରୁ ଭକ୍ଷଣ ନିଷେଧ।ଅଶୁଭବେଳା-କାଳବେଳା ଦିବା ଘ୯/୧ମି ରୁ ଘ୧୦/୨୨ମି ପର୍ଯ୍ୟନ୍ତ।ବାରବେଳା ଦିବା ଘ୧୧/୪୩ମି ରୁ ଘ୧/୪ମି ପର୍ଯ୍ୟନ୍ତ।କାଳରାତ୍ରି ରାତ୍ରି ଘ୩/୧ମି ରୁ ଘ୪/୪୦ମି ପର୍ଯ୍ୟନ୍ତ।ଶୁଭବେଳା–ଅମୃତ ସୂର୍ଯ୍ୟୋଦୟ ରୁ ଦିବା ଘ୭/୬ମି ମଧ୍ୟେ, ଘ୭/୫୪ମି ରୁ ଘ୮/୪୨ମି ମଧ୍ୟେ, ଘ୧୧/୬ମି ରୁ ଘ୧/୩୦ମି ମଧ୍ୟେ, ସନ୍ଧ୍ୟା ଘ୫/୫୫ମି ରୁ ରାତ୍ରି ଘ୬/୪୩ମି ମଧ୍ୟେ, ଘ୮/୧୯ମି ରୁ ଘ୨/୪୩ମି ପର୍ଯ୍ୟନ୍ତ।ମାହେନ୍ଦ୍ରବେଳା ଦିବା ଘ୭/୬ମି ରୁ ଘ୭/୫୪ମି ମଧ୍ୟେ, ଘ୨/୧୮ମି ରୁ ଘ୪/୪୨ମି ପର୍ଯ୍ୟନ୍ତ।ପୁଷ୍କରଦୋଷ- ଅଦ୍ୟ ମୃତ ବ୍ୟକ୍ତିର ରାତ୍ରି ଘ୩/୧୦ମି ପରେ ୧ ପାଦ ତିଥି ପୁଷ୍କର ଦୋଷ। ଫଳଂ ଗୋପଶୁ ସମ୍ପଦର ବିନାଶ ଓ ଅନ୍ନବସ୍ତ୍ର ଦାନ ସହିତ ହୋମାଦି ଶାନ୍ତି ବିଧେୟ।ପ୍ରଥମ ରଜୋଦର୍ଶନେ- ରଜଶ୍ଚକ୍ରେ ପୁତ୍ରିଣୀ । ଦିବା ଘ୧୧/୪୧ମି ମଧ୍ୟେ ଦଶମାସ ଗଣ୍ଡଦୋଷ। ଫଳଂ ସ୍ତ୍ରୀ ବିଧବା ଓ ଦରିଦ୍ରା। ଘୃତପୂର୍ଣ୍ଣକାଂସ୍ୟପାତ୍ର, ଶୁକ୍ଳବସ୍ତ୍ର, ତିଳସୁବର୍ଣ୍ଣ, ତଣ୍ଡୁଳ ଦାନ କରଣୀୟ। ଏବଂ ରାତ୍ରି ଘ୩/୧୦ମି ପର୍ଯ୍ୟନ୍ତ ତିଥି ଦୋଷ ହେତୁ ଦୁର୍ଗାଙ୍କୁ ଲାଲ ରଙ୍ଗରପୁଷ୍ପ ଅର୍ପଣ ।ଶୁଭକର୍ମ- ୧୯ ନକ୍ଷତ୍ରେ ୧ମପାଦ ଗଣ୍ଡ, ଦ୍ବିତୀୟ ପାଦ ବିଦ୍ଧ ହେତୁ ରାତ୍ରି ଘ୩/୧୦ମି ପରେ ରାତ୍ରିଶେଷ ପର୍ଯ୍ୟନ୍ତ ୧୯ ନକ୍ଷତ୍ରେ ବିବାହ ପାଣିଗ୍ରହଣ।
ମେଷ- ରୋଜଗାରର ମାତ୍ରା ବୃଦ୍ଧି ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭ ମିଳିବ। ରୁଚିକର ଭୋଜନ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ।
ବୃଷ-ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି। କାର୍ଯ୍ୟରେ ବାଧା ଉପୁଜାଇବାକୁ କେହି ଉଦ୍ୟମ କରିବେ। ଦେବ କାର୍ଯ୍ୟ କରିବେ। ଧାତୁବାଦରେ ଧନ ବ୍ୟୟ କରିପାରନ୍ତି।
ମିଥୁନ-ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍କର୍ମରେ ନିଜକୁ ନିୟୋଜିତ କରିବେ। ବିଭିନ୍ନ ସୂତ୍ରରୁ ଏପରି କି ସରକାରୀ ସ୍ତରରୁ ସମ୍ମାନ ସହିତ ଧନ ପ୍ରାପ୍ତ ହେବେ। ବ୍ୟବସାୟରୁ ଲାଭ ମିଳିବ।
କର୍କଟ- କର୍ମକ୍ଷେତ୍ର ସହଜ-ସୁଲଭ ହେବ। ଆର୍ଥିକ ସ୍ଥିତିରେ ପ୍ରଭୂତ ଉନ୍ନତି ଘଟିବ। ଶୁଭକାର୍ଯ୍ୟ ସମ୍ପାଦନ କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଜଳ ଯୋଗାଣରେ ଧନ ଲାଭ ହେବ।
ସିଂହ-କାର୍ଯ୍ୟରେ ଅପୂର୍ବ ସଫଳତା ମିଳିବ। ଅଧିକ କ୍ଷମତା ହାସଲ କରି ତା’ର ସଦ୍ ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିବେ। ଧର୍ମକ୍ରିୟାରତ ହେବେ। ଜନ ଆଶିଷ ମିଳିବ।
କନ୍ୟା-ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ବିପଦର ମୁକାବିଲା କରିବେ। ସାଧନାରେ ଶାଶ୍ବତ ସୁଖର ସନ୍ଧାନ ପାଇବେ। ଶୁଭକାର୍ଯ୍ୟ ସ୍ଥଗିତ ରଖିପାରନ୍ତି।
ତୁଳା-ସର୍ବସୁଖ ଭୋଗକରି ପାରନ୍ତି। କର୍ମତତ୍ପର ହେବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ପୁଣ୍ୟପ୍ରଭା ପତ୍ନୀଙ୍କ ସହଯୋଗ ମିଳିବ।
ବିଛା-ଶତ୍ରୁତାର ଅବସାନ ଘଟିବ। ସ୍ଥିର ମାନସିକତା ଓ ଧୀର ଚିତ୍ତରେ କାର୍ଯ୍ୟ କରିବେ। ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ। ଶୁଭକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ।
ଧନୁ-ଶାସ୍ତ୍ର ଅଧ୍ୟୟନ କରି ଆଭା, ପ୍ରଭା, ପ୍ରତିଭାର ଅଧିକାରୀ ହେବେ। ସର୍ବଦର୍ଶୀ ହୋଇପାରନ୍ତି। ବିଭିନ୍ନ ସୂତ୍ରରୁ ଧନାଗମ ହେବାର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପଦକ୍ଷେପ ପ୍ରଶଂସନୀୟ ହେବ।
ମକର-ଶ୍ରମ ସାର୍ଥକ ହେବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। କୃଷି କାର୍ଯ୍ୟ ଉପରେ ଧ୍ୟାନ ଦେବେ। ଜଳାଶୟ, ପିତୃଭକ୍ତି ଓ ସ୍ବଗୃହ କର୍ମରୁ ସୁଖଭୋଗ କରିପାରନ୍ତି। ଯାନବାହନ ସୁଖ ଅଛି।
କୁମ୍ଭ-ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଅନ୍ତର୍ନିହିତ ଗୁଣାବଳୀର ବିକାଶ ଘଟାଇ ଜୀବନକୁ ମହାର୍ଘ କରିପାରନ୍ତି। ଅନବଦ୍ୟ ରଚନା ଜନସାଧାରଣଙ୍କ ପାଇଁ ଉପାଦେୟ ହେବ। ସରକାରୀ ସ୍ତରରୁ ଲାଭ ମିଳିବ।
ମୀନ-ବିଭିନ୍ନ ଦିଗରୁ ଧନାଗମ ହେବ। ଉପବାସାଦି ଧର୍ମକ୍ରିୟାରେ, ବିଦ୍ୟା ପ୍ରଭାବରେ, ବ୍ୟବସାୟରେ ଓ ମାତାପିତାଙ୍କଠାରୁ ଧନପ୍ରାପ୍ତ ହୋଇପାରନ୍ତି। ନୀତିନିଷ୍ଠ ହେବେ। ଚତୁର ହେବେ!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!