ଆଜିର ରାଶିଫଳ

ଜାନୁଆରୀମାସ ୨୪ତାରିଖ ୨୦୨୪ ମସିହା (ବୁଧବାର)ପୌଷମାସ- ଶୁକ୍ଲପକ୍ଷ,ତିଥି- ଚତୁର୍ଦ୍ଦଶୀ ରାତ୍ରି ଘ ୦୯/୪୯ ପର୍ଯ୍ୟନ୍ତ ତଦନ୍ତେ ପୂର୍ଣିମା,
ସୁର୍ୟୋଦୟ-ପ୍ରାତଃ ଘ୦୬/୨୯/୧୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୦/୨୯,ଯୋଗିନୀ ପଶ୍ଚିମେ ରାତ୍ରି ଘ୦୯/୪୯ ପର୍ଯ୍ୟନ୍ତ ତଦନ୍ତେ ବାୟବ୍ୟେ,ଚତୁର୍ଦ୍ଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,କର୍କଟରାଶିର ଘାତବାର,କାଳବେଳା -ଦିବା ଘ୦୯/୧୧ ଗତେ ଘ୧୦/୩୩ ମଧ୍ୟେ, ବାରବେଳା – ଦିବା ଘ୧୧/୫୫ ଗତେ ଘ୦୧/୧୯ ମଧ୍ୟେ,ବିଶୁଦ୍ଧ ଅମୃତବେଳ। – ଦିବା ଘ୦୮/୦୪ ମଧ୍ୟେ ଓ ଘ୦୧/୨୦ ଗତେ ଘ୦୨/୨୮ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୦୪/୫୧ ଗତେ ଘ୦୫/୩୨ ମଧ୍ୟେ,ବିରି ଭକ୍ଷଣ ନିଷେଧ।
ମେଷ👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତି ର ହାତ ବଢ଼ାଇବେ ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ।ମହିଳାମାନେ କର୍ତ୍ତବ୍ୟପ୍ରତି ସଚେତନ ହେବେ ।
ବୃଷ👉ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
ମିଥୁନ👉ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ ।ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ ।ସମସ୍ତକର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ ।ମହିଳାମାନେ ବିଷାଦଗ୍ରସ୍ତ ହେବେ ।
କର୍କଟ👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।
ସିଂହ👉ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହ ଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
କନ୍ୟା👉ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମ•ରୀ ଅପମାନ ଦେଇପାରନ୍ତି । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।
ତୁଳା👉 ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ ।କର୍ମସ୍ଥାନରେ ପ୍ରଶଂସିତ,ସଫଳତା ଓ ସୁବିଧାସୁଯୋଗ ହାସଲ କରିବେ।ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ।ମହିଳାମାନେ ଅତିଥିସତ୍କାର କରିବେ।
ବିଛା👉 କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେଆୟ ମଧ୍ୟମ ହେବ। ନୂତନକର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି।ଭ୍ରାତୃ ଓ ଭଗ୍ନିଙ୍କରସାହାଯ୍ୟ ଏବଂ ପରିବାରରସାହାଯ୍ୟ ପାଇବେ।
ଧନୁ👉ଆର୍ଥିକକ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।
ମକର👉ବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।
କୁମ୍ଭ👉ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟ ରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍‌ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।
ମୀନ👉କର୍ମରେ ଉନ୍ନତି ଓ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ!!ଜୟ ଜଗନ୍ନାଥ, ଜୟ ସୋମନାଥ, ଜୟ ମା ଯୋଗମାୟା!!

Comments (0)
Add Comment