ମଇମାସ ୨୪ତାରିଖ ୨୦୨୫ମସିହା(ଶନିବାର)ଜ୍ୟେଷ୍ଠମାସ- କୃଷ୍ଣପକ୍ଷ,ତିଥି- ଦ୍ୱାଦଶୀ ରାତ୍ରି ଘ୦୭/୧୭ ଗତେ ତ୍ରୟୋଦଶୀ,ନକ୍ଷତ୍ର- ରେବତୀ ଦିବା ଘ୦୨/୨୦ ଗତେ ଅଶ୍ଵିନୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୧୩/୦୦,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୫/୪୦,ଯୋଗିନୀ ନୈରୁତେ ରାତ୍ରି ଘ୦୭/୧୬ ଗତେ ଦକ୍ଷିଣେ,ମେଷରାଶିର ଘାତଚନ୍ଦ୍ର,ବୃଷ,ସିଂହ ଓ କନ୍ୟା ରାଶିର ଘାତବାର,ଦ୍ୱାଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ, କାଳବେଳା -ଦିବା ଘ୦୬/୪୭.ମଧ୍ୟେ ଓ ଘ୦୪/୪୦ ଗତେ ଘ୦୬/୧୮ ମଧ୍ୟେ,ବାରବେଳା- ଦିବା ଘ୦୧/୨୬ ଗତେ ଘ୦୨/୫୩ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୩/୩୬ ଗତେ ଘ୦୪/୩୯ ମଧ୍ୟେ ଓ ରାତ୍ରି ଘ୦୬/୫୯ ଗତେ ଘ୦୭/୪୩ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୯/୨୧ ଗତେ ଘ୧୧/୫୩ ମଧ୍ୟେ,ଅଦ୍ୟ ପୋଇ ଭକ୍ଷଣ ନିଷେଧ।
ମେଷ:- ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ ।ଭ୍ରମଣସମୟରେ ନିଜର ମୁଲ୍ୟବାନଜିନିଷ ଗୁଡିକଖୁ ଜତ୍ନରେରଖିବା ଉଚିତ ହେବ ।
ବୃଷ:- ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।
ମିଥୁନ:- ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଇଛାକରିବେ , କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇପାରେ । ଆପଣ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବାକୁ ଆଜି ସଫଳ ହେବେ।
କର୍କଟ:- ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।
ସିଂହ:- ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ।ପୂର୍ବରୁ ସଂଚିତ ଧନନାଷ ଓ ଅଯଥା ବିବାଦ ହେବାକାରଣରୁ ମନ ଭଲ ରହିବ ନାହିଁ।
କନ୍ୟା:- ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।
ତୁଳା:- ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସିଜୀବନର ମଜା ନିଅନ୍ତୁ ।
ବିଛା:- ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।
ଧନୁ:- ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।
ମକର:-ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନସବୁ ଆପେ ଦୂରେଇଯିବ ।
କୁମ୍ଭ:- ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।
ମୀନ:- ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ !!ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ମା ଯୋଗମାୟା!!