ଜୁନମାସ ୨୭ତାରିଖ ୨୦୨୫ମସିହା (ଶୁକ୍ରବାର) ଆଷାଢ଼ମାସ- ଶୁକ୍ଳପକ୍ଷ,ତିଥି- ଦ୍ଵିତୀୟା ଦିବା ଘ୧୧/୨୩ ଗତେ ତୃତୀୟା,ନକ୍ଷତ୍ର-ପୁନର୍ବସୁ ଦିବା ଘ୦୮/୦୩ ଗତେ ପୂଷ୍ୟା,ସୁର୍ୟୋଦୟ-ପ୍ରାତଃ ଘ୦୫/୧୪/୧୪,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫ /୩୯,ଯୋଗିନୀ ଉତ୍ତରେ ଦିବା ଘ୧୧/୨୩ ଗତେ ଅଗ୍ନି କୋଣେ,ବିଛା,ଧନୁ ଓ ମୀନ ରାଶିର ଘାତବାର, ଦ୍ଵିତୀୟାର ଏକୋଦିଷ୍ଟ ଓ ତୃତୀୟରଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ଅଦ୍ୟ ଶ୍ରୀଗୁଣ୍ଡିଚା,କାଳବେଳା ଓ ବାରବେଳା- ଦିବା ଘ୦୮/୩୦ ଗତେ ଘ୧୧/୪୬ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୧୧/୪୭ ଗତେ ଘ୦୧/୪୧ମଧ୍ୟେ ଓ ରାତ୍ରି ଘ୦୮/୩୬ ଗତେ ଘ୦୧/୦୦ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୬/୦୫ଗତେ ଘ୦୬/୫୯ ମଧ୍ୟେ,ଅଦ୍ୟ ବୋଇତି କଖାରୁ ପୂର୍ବେ ଦିବା ଘ୧୧/ ୨୩ ଗତେ ପୋଟଳ ଭକ୍ଷଣ ନିଷେଧ।
ମେଷ👉ଅଭାବ ଲାଗି ରହିଥିଲେ ମଧ୍ୟ ଧାରକରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହୋଇପାରନ୍ତି।କାଳେ ଦେବାକୁପଡ଼ିବ,ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ।ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍ ହେବେ। ଯାନବାହନରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ।
ବୃଷ 👉ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍ ହେବନାହିଁ। ଆଜିର ବନ୍ଧୁମିଳନ ପ୍ରକୃଷ୍ଟ ସମୟ କହିଲେ ଅତ୍ୟୁକ୍ତି ହେବନାହିଁ। ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ୍ ହେବେ। ଆଜି କର୍ମକ୍ଷେତ୍ର କିମ୍ବା ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ।
ମିଥୁନ👉 ଆକସ୍ମିକ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଆପଣଙ୍କ ସକାଶେ କିଛି ଅସୁବିଧା ସୃଷ୍ଟି ହୋଇପାରେ। ବହୁଦିନରୁ ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ, ମାତ୍ର ପରିସ୍ଥିତିବଶତଃ ଅନ୍ୟ ବାଟରେ ବ୍ୟୟ ହୋଇଯିବା ସୂଚନା ରହିଛି।
କର୍କଟ👉ଆଜି ବିଭିନ୍ନ ପ୍ରକାର ଘଟଣା ପ୍ରବାହଜନିତ ମାନସିକ ଅସ୍ଥିରତା କାରଣରୁ ଲାଗି ରହିବ। ପରୋକ୍ଷଭାବେ ଶତ୍ରୁତା କରୁଥିବାଲୋକ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା ଜାରି ରଖିଲେ ଉପକୃତ ହୋଇପାରିବେ।କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବା ସମ୍ଭାବନା ରହିଛି।
ସିଂହ👉ରାଜନୈତିକ କ୍ଷେତ୍ରରେ ଅସଫଳ କାମଗୁଡ଼ିକର ସମୀକ୍ଷା କରିପାରନ୍ତି। ଆଶା କରୁ ଥିବା ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଆଗାମୀ କାଲିର ମାଙ୍ଗଳିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋର୍ଦାର କରିପାରନ୍ତି। କୌଣସି ଆତ୍ମୀୟଙ୍କ ଅସହଯୋଗ ଓ ପରୋକ୍ଷ ସମାଲୋଚନାରେ କ୍ଷୁବ୍ଧ ହୋଇପାରନ୍ତି।
କନ୍ୟା👉ଆଜି ବନ୍ଧୁଙ୍କ ପରାମର୍ଶା ନୁଯାୟୀ କିଛି ନୂତନ କାମ ଆରମ୍ଭ କରିବାସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ସାଙ୍ଗଠନିକ ସ୍ତରରେ ନେତୃତ୍ୱ ନେଇ କିମ୍ବା ପ୍ରଶାସନିକ ସ୍ତରରେ ଦକ୍ଷତାଭିତ୍ତିକ ପ୍ରଶଂସନୀୟ କାମ କରିବେ।
ତୁଳା👉ପ୍ରତ୍ୟେକ ସ୍ତରରେ ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବା ଆଶଙ୍କା ଦେଖାଦେବ,ବ୍ୟବସାୟ,ପରିବହନ ,କ୍ରୀଡ଼ା ଓ ଚଳଚ୍ଚିତ୍ରରେ, ସଭାସମିତି ରେ ସମସ୍ୟା ସମାଧାନ ହେବ। ପୁଷ୍ୟା ନକ୍ଷତ୍ରର ବୃଦ୍ଧ ପିତାମାତାଙ୍କ ସ୍ବାସ୍ଥ୍ୟା ବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ।
ବିଛା👉ଆପଣ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ପାରିବାରିକ ସ୍ଥିରତା ହଠାତ୍ ଆସି ନ ପାରେ। ସତର୍କ ନରହିଲେ ବିବାଦ ପଡ଼ିପାରନ୍ତି। ବୁଦ୍ଧିଜୀବୀମାନଙ୍କ ଦ୍ୱାରା ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ହଠାତ୍ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ।
ଧନୁ👉 ଆଜି ଆପଣ ଆତ୍ମୀୟ ସ୍ବଜନ କିମ୍ବା ପାଖ ପଡ଼ୋଶୀଙ୍କ ଠାରୁ ସହଯୋଗ ଲାଭକରି କାମଟିକୁ ପୂରା କରିପାରିବେ। ଅପରାହ୍ନରେ ଜମିଜମା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇପାରେ।
ମକର👉 ଆଜି ଏଣୁତେଣୁ ଗୁଡ଼ାଏ କଥା ମନରେ ସ୍ଥାନ ଦେବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସି ପାରେ,ଏଣୁ ମନଟା ସାମୟିକ ଭାବରେ ଗୋଳମାଳିଆ ରହିବ। ପରିବାରରେ ସୁଖଶାନ୍ତି ସାଙ୍ଗକୁ ସ୍ଥଗିତ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରିବ।
କୁମ୍ଭ👉ଅନ୍ତର୍ନିହିତ ଉଦ୍ଦେଶ୍ୟକୁ ଗୋପନ ରଖି ମନ ବୁଝିଲା ଭଳି କଥା କହି ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ ! ମନୋରଞ୍ଜନ, ବନ୍ଧୁ ମିଳନ, ଆଲୋଚନା, ସମିତି କିମ୍ବା ଯାତ୍ରା ପାଇଁ ଆଗ୍ରହୀ ହୋଇପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ଟେନ୍ସନ ବଢ଼ିପାରେ।
ମୀନ👉 ଯୋଜନାକୁ କାର୍ଯ୍ୟକାରୀ କରିବା ବିଷୟରେ ବନ୍ଧୁଙ୍କ ସହ ଖୋଲାଖୋଲି ଆଲୋଚନା କରିବା ଭଲ ହେବ। ବିବାଦୀୟ ଘଟଣା ସକାଶେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି, ସେଥିରେ କିଛି ହେବ ନାହିଁ। ଯାତ୍ରା ସମୟରେ କଥା ଦେଇଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ!!ଜୟ ଜଗନ୍ନାଥ,ଜୟ ସୋମନାଥ, ଜୟ ମା ଯୋଗମାୟା!!