ଆଜିର ରାଶିଫଳ

ଜୁଲାଇମାସ ୦୮ତାରିଖ ୨୦୨୫ମସିହା(ମଙ୍ଗଳବାର)ଆଷାଢ଼ମାସ- ଶୁକ୍ଳପକ୍ଷ ,ତିଥି- ତ୍ରୟୋଦଶୀ ରାତ୍ରି ଘ୧୨/୪୬ଗତେ ଚତୁର୍ଦ୍ଦଶୀ ,ନକ୍ଷତ୍ର-ଜ୍ୟେଷ୍ଠା ରାତ୍ରିଘ ୦୪/୦୭ ଗତେ ମୂଳା ,ସୁର୍ୟୋଦୟ-ପ୍ରାତଃ ଘ୦୫/୧୭/୫୪ ,ସୂର୍ୟ୍ୟାସ୍ତ -ସନ୍ଧ୍ୟା ଘ୦୬/୨୬/୨୪ ,ଯୋଗିନୀ ଦକ୍ଷିଣେ ରାତ୍ରି ଘ୧୨/୪୬ ଗତେ ପଶ୍ଚିମେ ,ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର ,ମକରରାଶିର ଘାତବାର ,ତାୟୋଦଶିର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,କାଳବେଳା -ଦିବା ଘ୦୧/୩୨ଗତେ ଘ୦୩/୧୦ମଧ୍ୟେ ,ବାରବେଳା- ଦିବା ଘ୦୬/୫୭ ଗତେ ଘ୦୮/୩୫ମଧ୍ୟେ ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୬/୫୬ମଧ୍ୟେ ଓ ଘ୦୯/୧୮ଗତେ ଘ୧୧/୪୨ମଧ୍ୟେ ଓ ଘ୦୪/୦୦ଗତେ ଘ୦୪/୪୮ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ରବେଳ।- ରାତ୍ରି ଘ୦୮/୪୩ଗତେ ଘ୧୦/୧୫ମଧ୍ୟେ ,ଅଦ୍ୟ ବାଇଗଣଭକ୍ଷଣ ନିଷେଧ ।
ମେଷ;-ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବାଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବାଭଲ ।ହାତକୁ ନେଇଥିବା ବ୍ୟବସାୟ ଓ ବାଣିଜ୍ୟକ୍ଷେତ୍ର ସୁଭଫଳ ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ।
ବୃଷ:-ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା ମିଳିବ। ପାଚନତନ୍ତ୍ରର ସମସ୍ୟାରେ ସ୍ୱାସ୍ଥ୍ୟ ଖରାପ ହେବାର ଆଶଂକା ଅଛି।
ମିଥୁନ:-ସମସ୍ତ କାର୍ୟ୍ୟରେ ଆପଣ ଦ୍ୱନ୍ଦ୍ୱ ଅନୁଭବ କରିବେ। ମାତା ଏବଂ ମହିଳାମାନଙ୍କ ମାମଲାରେ ଅଧିକ ସମ୍ବେଦନଶୀଳ ହେବେ। ବିଚାରର ଭରମାରରେ ମାନସିକ ଆଳସ୍ୟ ଅନୁଭବ କରିବେ। ଅନିଦ୍ରା କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ। ପାଣି କିମ୍ବା ଅନ୍ୟ ତରଳ ପଦାର୍ଥ ଭୟାନକ ପ୍ରମାଣିତ ହୋଇପାରନ୍ତି।
କର୍କଟ:-କାର୍ୟ୍ୟସଫଳ ପାଇଁ ଆଜିର ଦିନ ଭଲ ରହିବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ସାକ୍ଷାତକରି ଆପଣ ଖୁସି ରହିବେ। ଲଘୁ ଯାତ୍ରାର ଯୋଗ ଅଛି। ଭାଇ-ବନ୍ଧୁମାନଙ୍କସହ ମିଳାମିଶା ରହିବ। ଆର୍ଥିକ ଲାଭ ତଥା ସମାଜରେ ଆଦର ସମ୍ମାନ ମିଳିବ। ବିରୋଧିମାନଙ୍କୁ ପରାଜିତ କରି ପାରିବେ।
ସିଂହ:-ଦୂରରେ ବାସ କରୁଥିବା ସ୍ନେହୀଜନ ତଥା ମିତ୍ରମାନଙ୍କ ସହିତ ସନ୍ଦେଶ ବ୍ୟବହାରରେ ଆପଣଙ୍କୁ ଲାଭ ହେବ। ପରିବାରରେ ସୁଖ-ଶାନ୍ତି ରହିବ। ଉତ୍ତମ ଭୋଜନର ପ୍ରାପ୍ତି ହେବ। ନିର୍ଦ୍ଧାରିତ କାମରେ ସଫଳତା ମିଳିବ। ମହିଳା ମିତ୍ର ଆପଣଙ୍କୁ ସହାୟକ ପ୍ରମାଣିତ ହେବେ।
କନ୍ୟା:-ଆଜି ଆପଣ ସୌହାର୍ଦପୂର୍ଣ୍ଣ ସମ୍ବନ୍ଧ ବିକସିତ କରି ନିଜର କାମ କାଢ଼ି ପାରିବେ। ବ୍ୟବସାୟ ଦୃଷ୍ଟିରେ ଆଜିର ଦିନ ଲାଭଦାୟକ ପ୍ରମାଣିତ ହେବ। ଆପଣଙ୍କ ସ୍ଵାସ୍ଥ୍ୟ ଭଲ ରହିବ ଏବଂ ମନ ମଧ୍ୟ ସୁସ୍ଥ ରହିବ। ପରିଜନମାନଙ୍କ ସହିତ ସାକ୍ଷାତକରି ଏବଂ ସୁଖ-ଆନନ୍ଦ ପ୍ରାପ୍ତି ହେବ। ଧନ ଲାଭ ତଥା ପର୍ୟ୍ୟଟନର ଯୋଗ ଅଛି।
ତୁଳା:-ଆଜି ଆପଣ ଅନ୍ୟବ୍ୟକ୍ତି କିମ୍ବା କୁଟୁମ୍ବଜନମାନଙ୍କସହିତ ଉଗ୍ର ବାର୍ତ୍ତାବିନିମୟ ହେବାର ସଂଭାବନା ଅଛି। ପରୋପକାର ବଦଳରେ ଉପକାର ମିଳିପାରେ। ଆୟ ଅପେକ୍ଷା ଖର୍ଚ୍ଚରମାତ୍ରା ବଢ଼ିବ। ଦ୍ୱନ୍ଦ୍ୱ ଏବଂ ସମସ୍ୟା ମନର ଶାନ୍ତିଭଙ୍ଗ କରିବ।ଆଧ୍ୟାତ୍ମିକବଚନ କିମ୍ବା ଈଶ୍ଵରଙ୍କର ନାମସ୍ମରଣ ଶାନ୍ତି ଦେବ।
ବିଚ୍ଛା:-ଆଜି ଆପଣଙ୍କ ଗୃହସ୍ଥଜୀବନରେ ସୁଖ ଏବଂ ସନ୍ତୋଷର ଅନୁଭୂତିମିଳିବ।ପତ୍ନୀ ତଥା ପୁତ୍ରଙ୍କ ତରଫରୁ ଶୁଭସମାଚାର ମିଳିବ।ମାଙ୍ଗଳିକକାର୍ୟ୍ୟ ହେବ। ବିବାହ ପାଇଁ ସଂଯୋଗବନିବ।ଚାକିରି ଧନ୍ଦାରେ ଭଲ ଅବସରଆସିବ। ଆୟରେ ବୃଦ୍ଧି ହେବ। ମହିଳା ମିତ୍ରମାନଙ୍କଠାରୁ ଲାଭହେବାର ଯୋଗ ଅଛି।
ଧନୁ:-ଆଜି ଆପଣଙ୍କ କାର୍ୟ୍ୟ ସଫଳତା ପୂର୍ବକ ସଂପନ୍ନ ହେବ। ପରୋପକାର ଭାବନା ଆଜି ବଲବତ୍ତର ରହିବ।ଆମୋଦପ୍ରମୋଦ ସହିତ ଆପଣଙ୍କଦିନ କଟିବ। ଚାକିରି-ବ୍ୟବସାୟରେ ମାନ-ସମ୍ମାନ ପ୍ରାପ୍ତି ହେବ।ଗୃହସ୍ଥଜୀବନରେ ଆନନ୍ଦ ବ୍ୟାପ୍ତି ରହିବ।
ମକର:-ଆପଣଙ୍କ ଆଜିରଦିନ ମିଶ୍ର ଫଳଦାୟକ ପ୍ରମାଣିତହେବ।ବୌଦ୍ଧିକକାର୍ୟ୍ୟଗୁଡ଼ିକରେ ଏବଂ ବ୍ୟବସାୟରେ ନୂଆ ବିଚାରଧାରା ଉଦ୍ରେକ ହେବ।ତଥାପି ମଧ୍ୟ ମନର କୌଣସିକୋଣରେ ଆପଣ ଅସୁସ୍ଥତା ଅନୁଭବ ହୋଇପାରେ।ସନ୍ତାନମାନଙ୍କ ସମସ୍ୟାବିଷୟରେ ଚିନ୍ତା ସୃଷ୍ଟି ହୋଇପାରେ।
କୁମ୍ଭ:-ନକାରାତ୍ମକ ବିଚାରରେ ମନରେ ହତାସାସୃଷ୍ଟି ହୋଇପାରେ।ଏହିସମୟ ମାନସିକ ଉଦ୍ଵେଗ ଏବଂ କ୍ରୋଧର ଭାବନା ଅନୁଭବ କରିପାରନ୍ତି।ବାଣୀଉପରେ ନିୟନ୍ତ୍ରଣ ନରହିବା କାରଣରୁ ପରିବାରରେ ମନମାଳିନ୍ୟ ଏବଂ ଝଗଡ଼ା ହେବାର ଆଶଂକାଅଛି।ସ୍ଵାସ୍ଥ୍ୟ ଖରାପ ହୋଇପାରେ ।
ମୀନ:-ଆଜିରଦିନ ସୁଖଶାନ୍ତିରେ କଟିବ।ବ୍ୟାପାରିମାନଙ୍କ ଉତ୍ତମସମୟ ଅଟେ।ପତିପତ୍ନୀଙ୍କର ମଧ୍ୟରେ ଦାମ୍ପତ୍ୟଜୀବନରେ ନିକଟତା ଅନୁଭବହେବ।ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କସହିତ ମିଳନ ତଥା ସାକ୍ଷାତ ସାର୍ବଜନିକଜୀବନରେ ପ୍ରସିଦ୍ଧିମିଳିବ।ଉତ୍ତମ ବୈବାହିକ ସୁଖପ୍ରାପ୍ତି ହେବ!!ଜୟ ଜଗନ୍ନାଥ, ଜୟସୋମନାଥ,ଜୟମାଯୋଗମାୟା!!

Comments (0)
Add Comment