ଆଜିର ରାଶିଫଳ

ମଇମାସ ୨୦ତାରିଖ ୨୦୨୪ ମସିହା (ସୋମବାର)  ବୈଶାଖମାସ- ଶୁକ୍ଳପକ୍ଷ,ତିଥି- ଦ୍ଵାଦଶୀ ଦିବା ଘ୦୩/୫୦ ଗତେ ତ୍ରୟୋଦଶୀ, ସୌରମାସ- ବୃଷ ୦୭ ଦିନ, ସୁର୍ୟୋଦୟ- ପ୍ରାତଃ ଘ୦୫/୧୩/୩୧,ସୂର୍ଯ୍ୟାସ୍ତ -ସନ୍ଧ୍ୟାଘ୦୬/୧୩ /୩୭,ଯୋଗିନୀ ନୈରୁତେ ଦିବା ଘ୦୩/୫୦ ଗତେ ଦକ୍ଷିଣେ,ଦ୍ଵାଦଶୀର ଏକୋଦିଷ୍ଟ ଶ୍ରାଦ୍ଧ,ମିଥୁନ ରାଶି ର ଘାତବାର,ଅଦ୍ୟ ମୃତେ ଦିବା ଘ ୦୩/୫୦ ମଧେ ଏକପାଦ ପୁଷ୍କରଦୋଷ,କାଳବେଳା -ଦିବା ଘ ୦୬/୪୯ ଗତେ ଘ୦୮/୨୭ ମଧ୍ୟେ, ବାରବେଳା – ଦିବା ଘ ୦୩/୦୦ ଗତେ ଘ୦୪/୩୮ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୮/୨୮ଗତେ ଘ ୧୦/୦୦ମଧ୍ୟେ ଓ ରାତ୍ରି ଘ୦୯/୨୬ ଗତେ ଘ୧୨/୪୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୦୪/୩୫ ଗତେ ଘ୦୫/୦୦ ମଧ୍ୟେ, ପୋଇ ଦିବା ଘ୦୩/୫୦ ଗତେ ବାଇଗଣ ଭକ୍ଷଣ ନିଷେଧ।
ମେଷ :-ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
ବୃଷ:-ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।
ମିଥୁନ:-ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନ ଙ୍କୁ କୃତଜ୍ଞତା ଜଣାଇବେ ।
କର୍କଟ :- ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି , ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।
ସିଂହ:-ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।
କନ୍ୟା:-ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।
ତୁଳା:-ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।
ବିଛା :-ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।
ଧନୁ:-ଆପଣ ଖୁସି ମନେଇବା ପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।
ମକ:-ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।
କୁମ୍ଭ :-ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ ।ମନେ ରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।
ମୀନ:-ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।
!!ଜୟ ଜଗନ୍ନାଥ, ଜୟ ସୋମନାଥ,ଜୟମା ଯୋଗମାୟା!!

Comments (0)
Add Comment