ଆଜିର ରାଶିଫଳ

ପୂର୍ଣ୍ଣିମା ଓ ଭାଗବତ ଜନ୍ମ,୨୯-୯-୨୦୨୩(ଶୁକ୍ରବାର)
ଯୋଗିନୀ ବାୟବ୍ୟେ । ଦିବା ଘ୩।୪୨ ଗତେ ପୂର୍ବେ । ଯାତ୍ରାଦି ଶୁଭକର୍ମ ନାସ୍ତି ।ଗତ ଦିବସ ନକ୍ଷତ୍ର ଓ ରାଶିମାନଙ୍କର ତାରାଚନ୍ଦ୍ର ଶୁଦ୍ଧି । ରାତ୍ରି ଘ୧୨।୬ ଗତେ ଅଶ୍ବିନୀ ଦ୍ବିଜା ରୋହିଣୀ ଆର୍ଦ୍ରା ପୁଷ୍ୟା ମଘା ପୂର୍ବାଫାଃ ହସ୍ତା ସ୍ଵାତୀ ଅନୁରାଧା ମୂଳା ପୂର୍ବାଷାଢ଼ା ଶ୍ରବଣା ଶତଭିଷା ଉତ୍ତରଭାଦ୍ର ଏ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି । ଧନୁ ରାଶିର ଘାତଚନ୍ଦ୍ର । ବିଛା ଧନୁ ଓ ମୀନ ରାଶିମାନଙ୍କର ଘାତବାର ।ଦିବା ଘ୮।୩୯ ଗତେ ଘ୧୧।୩୭ ମଧ୍ୟେ ବାର ଓ କାଳବେଳା । ରାତ୍ରି ଘ୮।୩୪ ଗତେ ଘ୧୦।୫ ମଧ୍ୟେ କାଳରାତ୍ରି । ପୂର୍ଣିମାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ପ୍ରତିପଦାର ପାର୍ବଣ ଶ୍ରାଦ୍ଧ ମହାଳୟା ବିଧିରେ ହେବ । ସ୍ତ୍ରୀ ତୈଳ ବର୍ଜନ ମତ୍ସ୍ୟ ମାଂସ ଦିବା ଘ୩।୪୨ ଗତେ ପାଣିକଖାରୁ ଭକ୍ଷଣ ନିଷେଧ।ଅଦ୍ୟ ଇନ୍ଦ୍ରୋତ୍ସବ ପୂର୍ଣିମା ।ଅମୃତ- ଦିବା ଘ୬।୨୯ ମଧ୍ୟେ ଘ୭।୧୭ ଗତେ ଘ୯।୪୧ ମଧ୍ୟେ ଘ୧୨।୫ ଗତେ ଘ୩।୧୭ ମଧ୍ୟେ ଘ୪।୫ ଗତେ ଘ୫।୩୨ ମଧ୍ୟେ ରାତ୍ରି ଘ୬।୨୦ ଗତେ ଘ୯।୩୨ ମଧ୍ୟେ ଘ୧୧।୫୬ ଗତେ ଘ୩।୮ ମଧ୍ୟେ ଘ୩।୫୬ ଗତେ ଘ୫।୩୨ ମଧ୍ୟେ ।ମାହେନ୍ଦ୍ର – ନାସ୍ତି ।
ମେଷ:-ଆପଣଙ୍କ ମନରେ ନୂଆ ନୂଆ ବିଚାର ସୃଷ୍ଟି ହେବ। ଆଖପାଖର ଗତିବିଧି ଉପରେ ଦୃଷ୍ଟି ରଖନ୍ତୁ। ବ୍ୟବସାୟୀଙ୍କ ଲାଗି ଦିନଟି ସାମାନ୍ୟ ରହିବ।
ବୃଷ:-ପରିଶ୍ରମ ତୁଳନାରେ କମ୍ ଫଳ ମିଳିବ। ପୈତୃକ ସଂପତ୍ତିରୁ ଲାଭ ମିଳିପାରେ। ପାରିବାରିକ ଜୀବନ ସୁଖକର ହେବ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ।
ମିଥୁନ:- ଆପଣଙ୍କ ଉପରେ ଘରର ମୁରବିଙ୍କ ଆଶୀର୍ବାଦ ରହିବ। ପୂର୍ବ ସମସ୍ୟାର ସମାଧାନ ହେବ। ଜୀବନସାଥୀଙ୍କ ସହ ଆନନ୍ଦମୟ ସମୟ କାଟିବେ।କର୍କଟ:-ସ୍ବାସ୍ଥ୍ୟ ନେଇ ସତର୍କ ରୁହନ୍ତୁ। ଜୀବନସାଥୀ ଆପଣଙ୍କ ଭାବନାକୁ ସମ୍ମାନ କରିବେ। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ ପାଇଁ ଦିନଟି ଭଲ।
ସିଂହ:-ନିଜ ଭାଷରେ ନିୟନ୍ତ୍ରଣ ରଖନ୍ତୁ। ବିବାଦଠୁଁ ଦୂରରେ ରୁହନ୍ତୁ। ବ୍ୟବସାୟରେ ପରିଶ୍ରମ ଅନୁସାର ସନ୍ତୋଷଜନକ ଫଳ ପାଇବେ।
କନ୍ୟା:-ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ। ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ। ଅନ୍‍ଲାଇନ୍ ବ୍ୟବସାୟୀଙ୍କୁ ବଡ଼ ସୁଯୋଗ ମିଳିବ।
ତୁଳା:-ଆପଣଙ୍କ ଜୀବନରେ କିଛି ପରିବର୍ତ୍ତନ ହେବ। ବେପାର ବୃଦ୍ଧି ଲାଗି ମନପ୍ରାଣ ଢାଳି କାମ କରିବେ। ଘରେ ଅବିବାହିତ ଲୋକଙ୍କର ବିବାହ ପ୍ରସଙ୍ଗ ଉଠିବ।
ବିଛା:-ଚାକିରିଆଙ୍କର କାମ ନିର୍ଦ୍ଧାରିତ ସମୟ ପୂର୍ବରୁ ସଂପୂର୍ଣ୍ଣ ହୋଇଯିବ। ଜୀବନସାଥୀ ସହ ସମ୍ବନ୍ଧରେ ସୁଖ ବଢ଼ିବ। ବିଦ୍ୟାର୍ଥୀଙ୍କ ମନ ଲେଖାପଢ଼ାରେ କମ୍ ଲାଗିବ।
ଧନୁ:-ବିବେକ ପ୍ରୟୋଗ କରି ନିର୍ଦ୍ଧାରିତ ସମୟ ପୂର୍ବରୁ କାମ ସଂପୂର୍ଣ୍ଣ କରିନେବେ। ବରିଷ୍ଠ ଆପଣଙ୍କ କାମକୁ ପ୍ରଶଂସା କରିବେ। ପ୍ରେମୀଯୁଗଳ ତର୍କ କରନ୍ତୁ ନାହିଁ।
ମକର:-ଧାର୍ମିକ କାର୍ଯ୍ୟରେ ଆସ୍ଥା ବଢ଼ିବ। ଘର ସଫା କରିବାରେ ଗୃହଣୀଙ୍କର ସମୟ ବିତିବ। ବଡ଼ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇ ପାରନ୍ତି।
କୁମ୍ଭ:-କୌଣସି କାମ କରିବା ପୂର୍ବରୁ ମୁରବିଙ୍କର ଆଶୀର୍ବାଦ ନିଅନ୍ତୁ। ଆପଣଙ୍କର ସୃଜନଶୀଳତା ବଢ଼ିବ। ସରକାରୀ ଚାକିରିଆଙ୍କର କାମ ବୋଝ ଅଧିକ ରହିବ।
ମୀନ:-ଘରୋଇ ଚାକିରିଆଙ୍କ ଲାଗି ଦିନଟି ବହୁତ ଭଲ । ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ମହିଳାମାନଙ୍କ ଲାଗି ଦିନଟି ଆରାମଦାୟକ ରହିବ।!!ଜୟ ଜଗନ୍ନାଥ, ଜୟ ସୋମନାଥ, ଜୟ ମା ଯୋଗମାୟା!!

Comments (0)
Add Comment