ଆଜିର ରାଶିଫଳ

ମାର୍ଚ୍ଚମାସ ୦୨ତାରିଖ୨୦୨୪ ମସିହା (ଶନିବାର) ଫାଲଗୁନମାସ- କୃଷ୍ଣପକ୍ଷ,ତିଥି- ଷଷ୍ଠୀ ପ୍ରା ଘ୦୭/୫୫ ପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ,ସୁର୍ୟୋଦୟ-ପ୍ରାତଃ ଘ୦୬/ ୧୦/୦୦,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୦/୧୦,
ଯୋଗିନୀ ପଶ୍ଚିମେ ପ୍ରା ଘ୦୭/ ୫୬ପର୍ଯ୍ୟନ୍ତ ତଦନ୍ତେ ବାୟବ୍ୟେ,ସପ୍ତମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବୃଷ,ସିଂହ ଓ କନ୍ୟାରାଶିର ଘାତବାର, କାଳବେଳା -ଦିବା ଘ୦୭/୩୪ ମଧ୍ୟେ ଓ ଦିବା ଘ୦୪/୧୭ ଗତେ ଘ୦୫/୫୦ ମଧ୍ୟେ,ବାରବେଳା – ଦିବା ଘ୦୧/୩୦ଗତେ ଘ୦୨/୫୬ ମଧ୍ୟେ,ବିଶୁଦ୍ଧ ଅମୃତବେଳ। – ଦିବାଘ୧୦/୦୭ ଗତେ ଘ୦୧/ ୦୧ ମଧ୍ୟେ ଓ ଘ୦୮/୧୪ ଗତେ ଘ୧୦/୪୦ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ନାସ୍ତି,ତାଳ ଭକ୍ଷଣ ନିଷେଧ।
ମେଷ:-ଆଜି ଆଗରୁ ବାକିରହି ଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେସତ ମାତ୍ର ଆଶା କରି ଥିବାଦିଗରୁ ଅର୍ଥପ୍ରାପ୍ତି ହେବ ନାହିଁ ବୃଥାବିବାଦ, ଟଣାଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ।
ବୃଷ:-ବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ ହେବ । ବିବାଦ, ଚୋରି, ବୃଥାଟନଜନିତ ଅପବ୍ୟୟର ସୀମା ଟପିଯିବ।ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍‌ବେଗ ବଢିପାରେ।
ମିଥୁନ:-ଆଜି ଆକସ୍ମିକ ଭାବରେ କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଶତ୍ରୁତା, ରୋଗପୀଡା କିମ୍ବା ଋଣ ପରିଶୋଧଜନିତ ଅର୍ଥବ୍ୟୟ କରିବେ କିନ୍ତୁ କର୍ମ କ୍ଷେତ୍ରରେ ସୁନ୍ଦର ସୁଯୋଗ ପ୍ରାପ୍ତ ହେବ।
କର୍କଟ:-ଆତ୍ମୀୟ ସ୍ବଜନଙ୍କ ସହ କଳହ ହୋଇପାରେ ।ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝି ପାରିବେ ନାହିଁ। କିନ୍ତୁ ଭାଗ୍ୟଭାବସ୍ଥ ମଙ୍ଗଳ ପ୍ରଭାବରେ ଅପୀଡାଦଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ।
ସିଂହ:-ଆଜି ଆପଣଙ୍କ ପରିବାର ଓ ବନ୍ଧୁସମ୍ପର୍କ କ୍ଷୁଣ୍ଣ ହୋଇ ପାରେ ।କିନ୍ତୁ ଉପରିସ୍ଥ ଅଧିକାରୀଙ୍କ ଅନୁକମ୍ପାରୁ ଅଫିସରେ ସହାନୁଭୂତିର ସହ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ।ଦିନଟି ପୀଡାଦାୟକ ରହିବ।
କନ୍ୟା:-ଆଜି ନୂତନ କର୍ମାରମ୍ଭ ପାଇଁ ଆନୁଷଙ୍ଗିକ ଖୋରାକ ଯୋଗଇବ। ଫଳରେ ଆପଣଙ୍କ ସହକର୍ମୀ ଅଯାଚିତ ଭାବରେ ସହଯୋଗର ହାତ ବଢାଇ ପାରନ୍ତି।ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ତଥା ପାରିବାରିକ ସମସ୍ୟାର ତ୍ୱରିତ ସମାଧାନ ପାଇଁ ଚିନ୍ତା କରିବେ।
ତୁଳା:-ଆଜି ପାରିବାରିକ ଅବସ୍ଥାରେ ସାମାନ୍ୟ ଉନ୍ନତି ପରିଲଖିତକହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ବ୍ୟବସାୟରେ ବିଭିନ୍ନପ୍ରକାରର ସମସ୍ୟା ଦେଖାଦେଇ ପାରେ। ସ୍ବାସ୍ଥ୍ୟ, ପରିବାର, କର୍ମକ୍ଷେତ୍ରସମ୍ପର୍କି ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।
ବିଛା:-ଆଜି ସୁଭୋଜନ ଓ ଧନଲାଭହେବ ଅଫିସରେ ଦୃଢ ପଦକ୍ଷେପନେଇ କାର୍ଯ୍ୟ ହାସଲ କରିବାସହ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବ ।କୌଣସି ଜଣାଶୁଣା ବ୍ୟକ୍ତିଙ୍କ ପ୍ରତିରୋଧ ଆଶାକୁ ପ୍ରତିହତ କରିପାରେ।
ଧନୁ:-ଆଜି ଦିନରେ ମନ ଭଲ ରହିବ ନାହିଁ । ପ୍ରତ୍ୟୁଷ ଯାତ୍ରାରେ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।ସତ୍‌ କାମରେ ବ୍ୟୟ କରିବା ସହ ବନ୍ଧୁମାନଙ୍କ ଶୁଭଚିନ୍ତକ ଭାବରେ କାମ କରିବାରେ ଆଗ୍ରହ ପ୍ରକାଶ କରିପାରନ୍ତି।
ମକର:-ଆଜି ପ୍ରତ୍ୟେକ କ୍ଷେତ୍ରରେ ପୂର୍ବଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ। ସାମାନ୍ୟ ବଚସା ପରେ ଯାଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି।ବନ୍ଧୁଙ୍କ ଅନୁରାଗ ପ୍ରତି ମନରେ ଦୁର୍ବଳତା ଆସିପାରେ।
କୁମ୍ଭ:-ଆଜି ଅର୍ଥଲାଭ ହେବ କିନ୍ତୁ ସାମାନ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ।ଶିଳ୍ପ,ବାଣିଜ୍ୟ,ବ୍ୟବସାୟ, ପରିବହନ,ନିର୍ମାଣ,କଚେରିମାମଲାରେ ଉନ୍ନତି ପରିଲକ୍ଷିତ ହେବ ସାମୟିକ ଭାବରେ କଚେରି ମାମଲା ବିଷୟନେଇ ଚିନ୍ତିତ ରହିପାରନ୍ତି।
ମୀନ:-ବନ୍ଧୁଙ୍କ ଅନୁରୋଧରେ ଆନୁଷ୍ଠାନିକ କାମରେ ଖଟଣି ବଢିଯିବ କିନ୍ତୁ ଆଶାନୁରୂପ ସଫଳତା ପାଇବେ ନାହିଁ। କୌଣସି ସହକର୍ମୀଙ୍କୁ ପ୍ରତୀକ୍ଷା କରି ଦେଖା ପାଇବେ ନାହିଁ।ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ପ୍ରୀତିପ୍ରଦ ରହିବ।

!!ଜୟ ଜଗନ୍ନାଥ, ଜୟ ସୋମନାଥ,ଜୟ ମା ଯୋଗମାୟା!!

Comments (0)
Add Comment