ଆଜିର ଦିନଟି କେମିତି କଟିବ ଜାଣନ୍ତୁ?

ଜୁଲାଇ ୨୧ ତାରିଖ ୨୦୨୦ମସିହା(ମଙ୍ଗଳବାର),ଶ୍ରାବଣ-ଶୁକ୍ଳପକ୍ଷ,ତିଥି -ପ୍ରତିପଦ ,ମକର ରାଶିର ଘାତବାର ଆଜିପ୍ରତିପଦାର ଏକୋଦିଷ୍ଠ ଓ ପାର୍ବଣ ଶ୍ରାଦ୍ଧ ,ଆଜିର ରାଶିଫଳ
ମେଷ– ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍କା ଆରମ୍ଭ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |
ବୃଷ– ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି ।ସାମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।
ମିଥୁନ– ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ ।ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ ।ଅଯଥା କଥାରେ ରାଗନ୍ତୁ ନାହିଁ;ନଚେତ ଅସୁବିଧା ହୋଇପାରେ ଜ୍କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ । ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ ।
କର୍କଟ– ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ । ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ । ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ ।
ସିଂହ– ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ ।ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ । ଦୁଃସମ୍ବାଦମିଳିପାରେ ।କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ ।
କନ୍ୟା– ଆଜି ଶତ୍ରୁ ପରାଜୟ ହୋଇପାରେ । ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ ଜ୍ଝ ଆଧ୍ୟାତ୍ମ୍ୟ ଦିଗରେ ସମୟ ନିୟୋଜିତ କରିବେ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ ।ବ୍ୟାପାରରେ ଲାଭବାନ ହେବେ ।ପରିବାରରେ ସୁଖରେ ସମୟ ବିତିବ।
ତୁଳା – ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ ।ଜିଦି ସ୍ଵଭାଵ ଯୋଗୁଁ କାର‌୍ୟ୍ୟ ବିଗିଡିଯାଇପାରେ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ । ବ୍ୟାପାରରେ ହାନି ହୋଇପାରେ । ପରିବାରରେ ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ ।ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।
ବିଛା– ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ । କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ । କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ । ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ । ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।
ଧନୁ– ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ । ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ । କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ । ବ୍ୟାପାରରେ ଦିନଟି ମଧ୍ୟମ ରହିବ । ପରିବାରରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।
ମକର – ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ । ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି । କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ । ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ ଜ୍ଝ ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ ।
କୁମ୍ଭ – ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ । କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ । ଗୁରୁଜନଙ୍କ ଆଶୀର୍ବାଦ ମିଳିବ । କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ । ବ୍ୟାପାରରେ ନିବେଶ ଶୁଭ ରହିବ । ପରିବାରରେ ସୁଖ-ଆନନ୍ଦରେ ସମୟ କାଟିବେ ।
ମୀନ – ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ । ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ । ବ୍ୟାପାରରେ ବାଧା ଆସିପାରେ । ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ ।

Comments (0)
Add Comment