ଆଜିର ରାଶିଫଳ

୨୦୨୩ମସିହା ନଭେମ୍ବରମାସ ୧୧ତାରିଖ ଶନିବାର। ଯମତର୍ପଣ, ଧନ୍ବନ୍ତରୀଜୟନ୍ତୀ (ଧନତେରସ), ନରକଚତୁର୍ଦ୍ଦଶୀ, ଶିବଚତୁର୍ଦ୍ଦଶ୍ୟୁପବାସଃ ଓ ବେଢ଼ା ପରିକ୍ରମା,ଆୟୁର୍ବେଦ ସଂସ୍ଥାମାନଙ୍କରେ ଧନ୍ବନ୍ତରୀପୂଜୋତ୍ସବ,ଶିକ୍ଷାଦିବସ।ସୁର୍ଯ୍ୟୋଦୟ- ଘ୫/୫୬/୨୨ ,ସୂର୍ଯ୍ୟାସ୍ତ- ଘ୫/୫/୨ ,କାର୍ତ୍ତିକମାସ ,କୃଷ୍ଣପକ୍ଷ ,ଶୌରିବାସ ,ତିଥି- ତ୍ରୟୋଦଶୀ ଦିବା ଘ୧/୪୬ମି ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ।ଯୋଗିନୀ ସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ଦକ୍ଷିଣଦିଗରେ, ଦିବା ଘ୧/୪୬ମି ପରେ ପଶ୍ଚିମଦିଗରେ।ଶନିବାର, ରିକ୍ତା ତିଥି, ବିଷ୍ଟିକରଣ, ରବିମଙ୍ଗଳଯୁକ୍ତ ଦୋଷହେତୁ ଯାତ୍ରାଦି ଶୁଭକର୍ମ ନିଷେଧ।ଘାତଚନ୍ଦ୍ର–ଦିବା ଘ୧/୩୧ମି ମଧ୍ୟେ ବୃଷ ରାଶିର ଘାତଚନ୍ଦ୍ର।ଘାତବାର–ବୃଷ, ସିଂହ ଓ କନ୍ୟା ରାଶିର ଘାତବାର।ସାମ୍ବତ୍ସରିକ ଶ୍ରାଦ୍ଧ–ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଏବଂ ଚତୁର୍ଦ୍ଦଶୀର ପାର୍ବଣ ଶ୍ରାଦ୍ଧ।ନିଷିଦ୍ଧ ଖାଦ୍ୟ- ବାଇଗଣ ଦିବା ଘ୧/୪୬ମି ପରେ ବିରି ଭକ୍ଷଣ ନିଷେଧ ଏବଂ କାର୍ତ୍ତିକମାସ ଜନିତ ଆମିଷଭକ୍ଷଣ ନିଷେଧ।ଅଶୁଭବେଳା-(କାଳବେଳା) ପ୍ରାତଃ ରୁ ଦିବା ଘ୭/୨୨ମି ମଧ୍ୟେ, ଘ୩/୪୨ମି ରୁ ସୂର୍ଯ୍ୟାସ୍ତ ଘ୫/୫ମି ମଧ୍ୟେ।ବାରବେଳା ଦିବା ଘ୧୨/୫୪ମି ରୁ ଘ୨/୧୭ମି ପର୍ଯ୍ୟନ୍ତ।କାଳରାତ୍ରି ସୂର୍ଯ୍ୟାସ୍ତ ରୁ ରାତ୍ରି ଘ୬/୪୦ମି ମଧ୍ୟେ, ଘ୪/୨୦ମି ରୁ ନିଶାନ୍ତ ଘ୫/୫୭ମି ପର୍ଯ୍ୟନ୍ତ।ଶୁଭବେଳା–ଅମୃତ ସୂର୍ଯ୍ୟୋଦୟ ରୁ ଦିବା ଘ୬/୪୭ମି ମଧ୍ୟେ, ଦିବା ଘ୭/୩୫ମି ରୁ ଘ୯/୫୯ମି ମଧ୍ୟେ, ଘ୧୨/୨୩ମି ରୁ ଘ୩/୩୫ମି ମଧ୍ୟେ, ଘ୪/୨୩ମି ରୁ ସୂର୍ଯ୍ୟାସ୍ତ ଘ୫/୫ମି ପର୍ଯ୍ୟନ୍ତ, ରାତ୍ରି ଘ୧୨/୧୬ମି ରୁ ଘ୧/୫୨ମି ପର୍ଯ୍ୟନ୍ତ।ମାହେନ୍ଦ୍ରବେଳା ରାତ୍ରି ଘ୧/୫୨ମି ରୁ ଘ୨/୪୦ମି ପର୍ଯ୍ୟନ୍ତ। ପୁଷ୍କରଦୋଷ- ଅଦ୍ୟ ମୃତବ୍ୟକ୍ତିର ୧ପାଦ ବାର ପୁଷ୍କରଦୋଷ। ଫଳଂ କୃଷିହାନି। ଭୂମିଦାନ ସହିତ ହୋମାଦି ଶାନ୍ତି ବିଧେୟ।ପ୍ରଥମ ରଜୋଦର୍ଶନେ- ରଜଶ୍ଚକ୍ରେ ଭିକ୍ଷାସିନୀ (ମତାନ୍ତରେବିପୁତ୍ରା)। ବାରଦୋଷ ହେତୁ ଶିବଙ୍କଠାରେ ଜଳାଭିଷେକ ଦିବା ଘ୧/୪୬ମି ପରେ ବାର ଓ ତିଥି ଦୋଷ ହେତୁ ଶିବଙ୍କଠାରେ ଜଳାଭିଷେକ ଓ ଦୁର୍ଗାଙ୍କୁ ଲାଲରଙ୍ଗର ପୁଷ୍ପ ଅର୍ପଣ।ଶୁଭକର୍ମ- ନାହିଁ।
ମେଷ-ଆଜି ଆପଣ ଘରେ ଝଗଡ଼଼ା କରିପାରନ୍ତି, ନିଜ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ଏହି ଝଗଡ଼ା ଘରର ସଫା ସୁତୁରା କିମ୍ବା କର୍ତ୍ତବ୍ୟକୁ ନେଇ ହୋଇପାରେ । କଳି ଠାରୁ ବଞ୍ଚନ୍ତୁ ଏବଂ ନିଜ ଘରର ଶାନ୍ତି ବଜାୟ ରଖନ୍ତୁ ।
ବୃଷ-ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ ।
ମିଥୁନ-ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ । ଆଜି ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।
କର୍କଟ-ଆଜି ଆପଣଙ୍କ ଚ଼ିରାଚ଼ରିତ ଦିନଚ଼ର୍ଯ୍ୟା ବଦଳି ଯିବ । ଏହା ବୋଧହୁଏ ଆପଣଙ୍କ ଘରେ ପର୍ବପର୍ବାଣି ବା କୈ।ଣସି ଆନୁଷ୍ଠନିକ କାରଣରୁ ହୋଇପାରେ ।ବହୁଦିନର ପୁରାତନ ବନ୍ଧୁଦର୍ଶନ ଯୋଗ ଅଛି।
ସିଂହ-ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ ।
କନ୍ୟା-ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।
ତୁଳା-ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ ।
ବିଛା-ଆଜି ଆପଣ ନିଜ ଶାରୀରିକ ସୁନ୍ଦରତା ଆଡ଼କୁ ବହୁତ ଧ୍ୟାନ ଦେବେ, ଆପଣ ନିଜ ମନପସନ୍ଦର ପୋଷାକ ପିନ୍ଧିବେ ଓ ବହୁତ ସମୟ ଧରି ନିଜ କେଶ ସଜାଇବେ । ଆପଣଙ୍କ ଏହି ନୂଆ ରୂପକୁ ଦେଖି ଲୋକେ ଆପଣଙ୍କ ପ୍ରଶଂସା କରିବେ ।
ଧନୁ-ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବେ । ଏହାର ମାନେ ହୋଇପାରେ କି ସେ ଆପଣଙ୍କୁ ଠିକ୍ ରାସ୍ତା ଦେଖାଇ ଆପଣଙ୍କର ଦରକାର ମୁତାବକ ସାହାଯ୍ୟ କରିବେ ।
ମକର-କୌଣସି ନିକଟ ସମ୍ପର୍କିୟ ସାଂଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶିଘ୍ର ଠିକ କରିବାକୁ ଚାହିଁବେ । ଆପଣଙ୍କ ଚାହିଁବା ମୁତାବକ କାଯ୍ୟ ହୋଇପାରିବ ନାହିଁ।
କୁମ୍ଭ-ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ ।ନିଜକର୍ମ କରିଚାଲନ୍ତୁ ସଫଳନିଶ୍ଚୟଁ ହେବେ।
ମୀନ-ନିଜର ତୀକ୍ଷ୍ଣ ବୁଦ୍ଧି ଯୋଗୁଁ ଆପଣ ଯେ କୌଣସି ସମସ୍ୟାର ସମାଧାନ କରିଦେବେ ଯାହା ବହୁତ ସମୟ ଧରି ଆପଣଙ୍କୁ ହଇରାଣ କରୁଥିଲା । ଆଜି ଆପଣଙ୍କ ବୌଦ୍ଧିକ କ୍ଷମତା ଓ ଯୋଗ୍ୟତା ଚ଼ରମ ସୀମାରେ ଉପନୀତ ହେବ!!ଜୟଜଗନ୍ନାଥ,ଜୟସୋମନାଥ,ଜୟମାଯୋଗମାୟା!!

Comments (0)
Add Comment