୨୦୨୩ ମସିହା ଅପ୍ରେଲ ମାସ ୧୬ ତାରିଖ ରବିବାର।
ସର୍ବସମ୍ମତ ବରୁଥିନୀ ଏକାଦଶୀ।ସୁର୍ଯ୍ୟୋଦୟ- ପ୍ରାତଃ ଘ୫/୩୨/୧୦,ସୂର୍ଯ୍ୟାସ୍ତ- ଘ୬/୧/୪,ବୈଶାଖମାସ,
କୃଷ୍ଣପକ୍ଷ,ତିଥି- ଏକାଦଶୀ ସନ୍ଧ୍ୟା ଘ୬/୩୦ମି ପର୍ଯ୍ୟନ୍ତ ତଦନ୍ତେ ଦ୍ବାଦଶୀ।ଚନ୍ଦ୍ରଶୁଦ୍ଧି–ମେଷ, ବୃଷ, ସିଂହ, କନ୍ୟା, ବିଛା, ଧନୁ ଓ କୁମ୍ଭ ଏହି ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି।ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର।ମେଷ ରାଶିର ଘାତବାର।ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ।ନିଷିଦ୍ଧଖାଦ୍ୟ- ଶିମ୍ବ, ସନ୍ଧ୍ୟା ଘ୬/୩୦ମି ପରେ ପୋଇଶାଗ ଭକ୍ଷଣ ନିଷେଧ।ଅଶୁଭବେଳା-
ବାର ଓ କାଳବେଳାଦିବା ଘ୧୦/୬ମି ରୁ ଘ୧/୧୯ମି ପର୍ଯ୍ୟନ୍ତ।କାଳରାତ୍ରି ରାତ୍ରି ଘ୧/୬ମି ରୁ ଘ୨/୩୩ମି ପର୍ଯ୍ୟନ୍ତ।ଶୁଭବେଳା–ଅମୃତ ପ୍ରାତଃ ଘ୬/୧୨ମି ରୁ ଘ୯/୨୯ମି ମଧ୍ୟେ, ରାତ୍ରି ଘ୭/୩୮ମି ରୁ ଘ୯/୧୪ମି ପର୍ଯ୍ୟନ୍ତ।ମାହେନ୍ଦ୍ରବେଳା:- ପ୍ରାତଃ ରୁ ଘ୬/୧୭ମି ମଧ୍ୟେ, ଘ୧୨/୪୧ମି ରୁ ଘ୧/୨୯ମି ମଧ୍ୟେ, ସନ୍ଧ୍ୟା ଘ୬/୫୦ମି ରୁ ରାତ୍ରି ଘ୭/୩୮ମି ମଧ୍ୟେ, ଘ୧୨/୫୦ମି ରୁ ଘ୩/୨୬ମି ପର୍ଯ୍ୟନ୍ତ ।ଶୁଭକର୍ମ:- ନାହିଁ।
ହଳନିଷେଧ।
ମେଷ-ଘରେ ଲାଗିରହିଥିବା ଅଶାନ୍ତି ଯୋଗୁଁ ଆପଣ ଚ଼ିନ୍ତିତ ହୋଇପାରନ୍ତି । ଯଦିଓ ଘରର ଅଶାନ୍ତିର କାରଣ ଆପଣ ନୁହଁନ୍ତି ତଥାପି ମାନସିକ ଶାନ୍ତି ପାଇଁ ନିଜର ଭାବନାକୁ ନିୟନ୍ତ୍ରଣରେ ରଖନ୍ତୁ|
ବୃଷ-ଆଜି ଆପଣ ଆପଣଙ୍କ ସାଙ୍ଗର ସାନିଧ୍ୟ ଲାଭ କରିବେ ।ଆଜିର ଦିନ ବହୁତ ଖୁସି କରିବାର ଦିନ ଅଟେ । ସମୟର ତାଳେ ତାଳେ ଏହି ସମ୍ପର୍କ ଆହୁରି ମଜବୁତ ହେବ । ଆଜି ଦିନରେ ସ୍ମରଣୀୟ ମୂହୁର୍ତ୍ତ ଆପଣଙ୍କ ସାଂଗରେ ସବୁବେଳେ ରହିବ ।
ମିଥୁନ-ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।
କର୍କଟ-ଆଜି ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।
ସିଂହ-ଆଜି ଆପଣ ଯାହା ନିଷ୍ପତ୍ତି ନେବେ ଭାବିଚ଼ିନ୍ତି ନିଅନ୍ତୁ ,କାରଣ ଆପଣ ନେଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ଯେପରି କରିବାକୁ ନ ପଡ଼େ । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ ।
କନ୍ୟା-ଆଜି ଆପଣ ନିଜକୁ ଠିକ ଭାବରେ ପରଖିବାକୁ ଚେଷ୍ଟା କରିବେ । ଆପଣ ନିଜର ମର୍ଯ୍ୟାଦାରେ ଧ୍ୟାନ ଦିଅନ୍ତୁ ।ଏହି ମାର୍ଗରେ ଚାଲନ୍ତୁ, କାରଣ ଏଥିରେ ଆପଣଙ୍କୁ ବହୁତ ଖୁସି ମିଳିବ । ଆପଣ କୌଣସି ପବିତ୍ର ସ୍ଥାନକୁ ଯାଇପାରନ୍ତି ।
ତୁଳା-ଆଜି ଆପଣଙ୍କୁ ନିଜ ସାଙ୍ଗମାନଙ୍କ ସୁସମ୍ମାନ ପାଇଁ ଖୁସିମିଳିବା ।କିନ୍ତୁ ସାବଧାନ ରହିବେ ,କାରଣ ଆପଣଙ୍କର ହିଁ କିଛି ସାଙ୍ଗ ଆପଣଙ୍କୁ ଇର୍ଷା କରିପାରନ୍ତି ।ଏଥିପାଇଁ ଆପଣଙ୍କୁ ଟିକେ ସାବଧାନ ରହିବାକୁ ହେବ ।
ବିଛା-ଆଜି ଆପଣ ପରିବାର ଲୋକଙ୍କ ସହିତ ସମୟ କଟାଇବେ ଏବଂ ବହୁତ ଖୁସି ହେବେ । କିଛି ଏମିତି କରନ୍ତୁ ଯାହା ସମସ୍ତଙ୍କୁ ଖୁସି କରିବ ଏବଂ ପରସ୍ପର ନିକଟତର ହୋଇ ପାରିବେ ।
ଧନୁ-ଯଦି ଆପଣଙ୍କର ନିକଟବର୍ତ୍ତୀ ସମ୍ପର୍କୀୟଙ୍କ ସାଙ୍ଗରେ କୌଣସି ମତଭେଦ ଅଛି ତାହା ସୁସମ୍ପର୍କରେ ପରିଣତ ହେବା ଆପଣ ଦେଖିବାକୁ ପାଇବେ । ଏହି ସୁସମ୍ପର୍କ ଦୁଇ ପକ୍ଷର ଚ଼େଷ୍ଟାର ପରିଣାମ ସୂରୂପ ହେବ ।
ମକର-ଆଜି ଆପଣଙ୍କ ଜୀବନରେ ଗତିପଥ ସମାନ୍ ନୁହେଁ । ଏମିତି ଲାଗୁଛି ଯେପରି ଆପଣଙ୍କର ଆଖପାଖର ପରିସ୍ଥିତି ଖରାପ ଆଡ଼କୁ ଗତିକରୁଛି । ଆପଣଙ୍କ କାର୍ଯ୍ୟସ୍ଥଳରେ କିଛି ଅଦରକାରୀ ପରିବର୍ତ୍ତନ ହୋଇପାରେ ।
କୁମ୍ଭ-ଆଜି ସାହିତ୍ୟ ପଢ଼ିଲେ ଆପଣଙ୍କୁ ବହୁତ ଲାଭ ମିଳିବ । ବୋଧହୁଏ ଆପଣଙ୍କୁ ଏମିତି ଲାଗିବ ଯେ ଆପଣ ଯାହା ପଢ଼ିଛନ୍ତି ସେହି ପାଠ ଆପଣଙ୍କ ବ୍ୟକ୍ତିଗତ ଉନ୍ନତିରେ ସହାୟକ ହେବ ।
ମୀନ-ଖାସକରିକି ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ଖାସକରି ଯଦି ଆପଣ ତାଙ୍କଠାରୁ କିଛି କାମ ବାହାରକରିବାକୁ ଚ଼ାହୁଁଛନ୍ତି , ସରକାରୀ ସମ୍ବନ୍ଧ କାର୍ଯ୍ୟ ଗୁଡ଼ିକୁ କରାଇବା ପାଇଁ ଆପଣଙ୍କୁ ଟିକେ ଧର୍ଯ୍ୟ ସହିତ କାମ କରିବାକୁ ହେବ ।
ନୀତିବାଣୀ-ଲୁଣଭଳି କଡା ଜ୍ଞାନ ଦେଉଥିବା ବ୍ୟକ୍ତି ହିଁ ପକୃତ ବନ୍ଧୁ । କାରଣ ଇତିହାସ ସାକ୍ଷୀ ଅଛି ଲୁଣରେ ଆଜି ଯାଏ କେବେ ପୋକ ପଡିନାହିଁ l
ଆଜିର ଦିନଟି ମଙ୍ଗଳମୟ ହେଉ!!ଜୟ ଜଗନ୍ନାଥ, ଜୟ ସୋମନାଥ, ଜୟ ମା ଯୋଗମାୟା!!