ଅପ୍ରେଲ ୨୫ରୁ ଗ୍ରୀଷ୍ମ ଛୁଟି

ଭୁବନେଶ୍ୱର,୨୧ା୪(ଏସଏସନିଉଜ) ରାଜ୍ୟ ସରକାର ଅପ୍ରିଲ ୨୫ରୁ ଖରା ଛୁଟି ଘୋଷଣା କରିଛନ୍ତି । ରାଜ୍ୟରେ ଖରାର ପ୍ରକୋପ ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ଏଥିପାଇଁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ ସବୁ ଆସନ୍ତା ୨୫ରୁ ଖରାଛୁଟି ଘୋଷଣା କରିଥିବାର ସୂଚନା ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏନେଇ ବଜ୍ଞପ୍ତି ପ୍ରକାଶ ପାଇଛି। ୨୨ରୁ ୨୪ ତାରିଖ ଯାଏଁ ସକାଳ ୬ଟା ୩୦ରୁ ୧୦ଟା ୩୦ ପର‌୍ୟ୍ୟନ୍ତ ହେବ ପାଠପଢ଼ା । ସମ୍ଭାବ୍ୟ ଗ୍ରୀଷ୍ମପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ ଅପ୍ରେଲ ୨୨ (ସୋମବାର)ରୁ ୨୪ ତାରିଖ (ବୁଧବାର) ପର‌୍ୟ୍ୟନ୍ତ ତିନିଦିନ ପାଇଁ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ସକାଳ ୬.୩୦ରୁ ୧୦.୩୦ ପର‌୍ୟ୍ୟନ୍ତ ଖୋଲିବା ପାଇଁ ନିଷ୍ପରି ନେଇଛନ୍ତି । ଚଳିତ ଅପ୍ରେଲ ୨୫ ତାରିଖ (ଗୁରୁବାର)ଠାରୁ ଗ୍ରୀଷ୍ମ ଛୁଟି ପାଇଁ ମଧ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।

 

Comments (0)
Add Comment