ଭୁବନେଶ୍ୱର,୧୭ା୭(ଏସଏସନିଉଜ)ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆବାସ ଏବଂ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ (ଏମଓଏଚୟୁଏ) ଦ୍ୱାରା ଆୟୋଜିତ ସ୍ୱଚ୍ଛ ସର୍ବେକ୍ଷଣ ୨୦୨୪-୨୫ ପୁରସ୍କାର ପ୍ରଦାନ କରିଛନ୍ତି।ଅହମ୍ମଦାବାଦ, ଭୋପାଳ ଏବଂ ଲକ୍ଷ୍ନୌ ଶ୍ରେଷ୍ଠ ସ୍ୱଚ୍ଛସହର ରୂପେ ମାନ୍ୟତାଲାଭ କରିଛନ୍ତି। ମହାକୁମ୍ଭ ପାଇଁ ଏକ ବିଶେଷ ସ୍ୱୀକୃତି ସହିତ ୪୩ଟି ଜାତୀୟ ପୁରସ୍କାର ଘୋଷଣା କରାଯାଇଛି। ପ୍ରମୁଖ ସୁପର ସ୍ୱଚ୍ଛ ଲିଗରେ ଇନ୍ଦୋର, ସୁରଟ, ନଭି ମୁମ୍ବାଇ ସ୍ଥାନ ପାଇଛନ୍ତି।ଓଡ଼ିଶାର ରାଜଧାନୀ ଭୁବନେଶ୍ୱରକୁ ସମ୍ଭାବନାପୂର୍ଣ୍ଣ ସ୍ୱଚ୍ଛ ସହର ଏହାଛଡ଼ା ସ୍ୱଚ୍ଛ ସହର ତାଲିକାରେ ଗଞ୍ଜାମ ଜିଲ୍ଲାର ଆସିକା ଏବଂ ୨୦ ହଜାରରୁ କମ୍ ଜନସଂଖ୍ୟା ଥିବା ସ୍ୱଚ୍ଛ ସହର ତାଲିକାରେ ଗଞ୍ଜାମର ଚିକିଟିକୁ ସ୍ୱତନ୍ତ୍ର ରାଷ୍ଟ୍ରପତି ପୁରସ୍କାର ପ୍ରଦାନ କରାଯାଇଛି। କେନ୍ଦ୍ରମନ୍ତ୍ରୀ ମନୋହର ଲାଲ ଏବଂ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ତୋଖନ ସାହୁଙ୍କ ଉପସ୍ଥିତିରେ ୨୩ଟି ସୁପର ସ୍ୱଚ୍ଛ ଲିଗ୍ ସହରକୁ ପୁରସ୍କାର ଦିଆଯାଇଛି।