ଭୁବନେଶ୍ୱର,୨୧।୯(ଏସଏସନିଉଜ)ଆସନ୍ତା ୨୫ ଓ ଅକ୍ଟୋବର ୧ ତାରିଖରେ ପୁଣି ସୃଷ୍ଟି ହେବ ଲଘୁଚାପ।୨ଟି ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।ଉତ୍ତର ଆଣ୍ଡାମାନ ସାଗର ଓ ମିଆମାର୍ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି।ଆସନ୍ତା ୨୨ ତାରିଖ ଆଡ଼କୁ ଉତ୍ତର ବଙ୍ଗୋପସାଗରରେ ପହଞ୍ଚିବ ଓ ୨୫ତାରିଖ ଆଡ଼କୁ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବ।ଲଘୁଚାପ ପ୍ରଭାବରେ ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।୩୦ରେ ମିଆମାର୍ ଉପକୂଳ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଅକ୍ଟୋବର ୧ ତାରିଖରେ ଲଘୁଚାପର ରୂପ ନେବା ସହ ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି।ଏହାର ପ୍ରଭାବରେ ୧ ଓ ୨ ତାରିଖରେ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଥିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।