ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର, ୧୧/୧୧(ଏସଏସନିୟୁଜ)ଆସୁଛି ଆଉ ଏକ ଲଘୁଚାପ । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବଳୟ ଆଜି ଲଘୁଚାପରେ ପରିଣତ ହୋଇଛି । ଆସନ୍ତା ୬ ଘଣ୍ଟା ଅର୍ଥାତ ବୁଧବାର ରାତିରେ ଏହା ଅବପାତରେ ପରିଣତ ହୋଇ ତାମିଲନାଡ଼ୁ ମୁହାଁ ହେଉଛି । ଆଜି ସନ୍ଧ୍ୟାସୁଦ୍ଧା ଲଘୁଚାପ ଉତ୍ତର ପୁଡ୍ଡୁଚେରୀ ପାଖ ଦେଇ ଉତ୍ତର ତାମିଲନାଡୁ ଏବଂ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳ କରାଇକଲ ଏବଂ ଶ୍ରୀହରିକୋଟା ମଧ୍ୟ ଦେଇ ଉପକୂଳ ଅତିକ୍ରମ କରିବ।ଏହାର ପ୍ରଭାଵରେ ଆସନ୍ତା ୫ ଦିନ ପର‌୍ୟ୍ୟନ୍ତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗୀର, ପୁରୀ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ।

Comments (0)
Add Comment