ଭୁବନେଶ୍ୱର,୨୫।୧(ଏସଏସନିଉଜ)ଓଲିଉଡର ବିଶିଷ୍ଠ କଣ୍ଠଶିଳ୍ପୀ ତଥା ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାରଙ୍କ ପରଲୋକ ଘଟିଛି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଗଭୀର ଶୋକ ଏକ୍ସରେ ପୋଷ୍ଟ କରି କହିଛନ୍ତି ମଜୁମଦାରଙ୍କ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ତାଙ୍କର ବିୟୋଗ ଆମ ସଙ୍ଗୀତ, ସିନେମା ଓ ସଂସ୍କୃତି ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।